< Zaburi 38 >

1 Yahwe, usinikemee katika hasira yako; usiniadhibu katika ghadhabu yako.
ଦାଉଦଙ୍କର ଗୀତ, ସ୍ମରଣୋପାୟ। ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
2 Kwa kuwa mishale yako hunichoma, na mkono wako huniangusha chini.
କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
3 Mwili wangu wote unaumwa kwa sababu ya hasira yako; kwa sababu ya dhambi zangu mifupa yangu haina afya.
ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।
4 Kwa maana maovu yangu yamenielemea; yamekuwa mzigo mzito kwangu.
କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
5 Vidonda vyangu vimeoza na vinanuka kwa sababu ya upumbavu wa dhambi zangu.
ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
6 Nimepindika na kuwa mnyonge kila siku; ninaenenda katika maombolezo siku zote.
ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
7 Kwa maana ndani yangu, ninaungua; hakuna afya katika mwili wangu.
କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
8 Nimedhohofika na kulemewa sana; ninaugua kwa sababu ya dhiki yangu.
ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
9 Bwana, wewe unaielewa shauku ya ndani kabisa ya moyo wangu, na kuugua kwangu hakujifichika kwako.
ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10 Moyo wangu unapwita pwita, nguvu zangu zinaniisha, macho yangu yanafifia.
ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।
11 Marafiki na ndugu zangu wamenitenga kwa sababu ya hali; majirani zangu hukaa mbali nami.
ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12 Wale wanaoutafuta uhai wangu hutega mitego kwa ajili yangu. Wao ambao hutafuta kunidhuru huongea maneno ya uharibifu na husema maneno ya uongo siku nzima.
ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
13 Lakini, niko kama mtu kiziwi na sisikii lolote; niko kama mtu bubu ambaye hasemi lolote.
ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
14 Niko kama mtu asiye sikia na mbaye hawezi kujibu.
ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।
15 Hakika ninakungoja wewe, Yahwe; wewe utanijibu, Bwana Mungu wangu.
କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16 Ninasema hivi ili kwamba maadui zangu wasije wakafurahia juu yangu. Ikiwa mguu wangu utateleza, watanifanyia mambo mabaya.
କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”
17 Kwa kuwa niko karibu mashakani, na niko katika maumivu ya mara kwa mara.
ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
18 Ninatubu makosa yangu; ninahuzunika kwa dhambi zangu.
ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
19 Lakini maadui zangu ni wengi; wale wanichukiao ni wengi.
ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
20 Wao wananilipa mabaya kwa mema; wanavurumiza shutuma kwangu ingawa nimefuata lililo jema.
ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
21 Usinitelekeze, Yahwe, Mungu wangu, usikae mbali nami.
ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
22 Njoo haraka unisaidie, Bwana, wokovu wangu.
ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।

< Zaburi 38 >