Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Isaiah Chapter 6 https://www.AionianBible.org/Bibles/Oriya---Oriya-Bible/Isaiah/6 1) ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା। 2) ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। 3) ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।” 4) ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା। 5) ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!” 6) ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ; 7) ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।” 8) ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।” 9) ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’ 10) ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।” 11) ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ, 12) ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ। 13) ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।” Additional comments?
Refresh Captcha
The world's first Holy Bible un-translation!