Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Job Chapter 26 https://www.AionianBible.org/Bibles/Oriya---Oriya-Bible/Job/26 1) ତହିଁରେ ଆୟୁବ ଉତ୍ତର କରି କହିଲା, 2) “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ! 3) ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ! 4) ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?” 5) “ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି। 6) ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। (Sheol h7585) 7) ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି। 8) ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ। 9) ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି। 10) ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି। 11) ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି। 12) ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି। 13) ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି। 14) ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?” Additional comments?
Refresh Captcha
The world's first Holy Bible un-translation!