< 2 e Korintasve 7 >

1 Duke i pasur këto premtime, o të dashur, le ta pastrojmë veten nga çdo ndotje e mishit dhe e frymës dhe ta përfundojmë shenjtërimin tonë në druajtjen e Perëndisë.
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
2 Na pranoni; ne nuk i kemi bërë padrejtësi askujt, nuk kemi korruptuar askënd, nuk ia hodhëm askujt.
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।
3 Këtë nuk e them për dënim, sepse që më parë iu thashë se jeni në zemrat tona për të vdekur bashkë dhe për të jetuar bashkë.
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା।
4 Jam shumë i hapur me ju dhe kam me se të mburrem për ju; jam plot me ngushullim dhe jam jashtë mase i gëzuar në gjithë shtrëngimin tonë.
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।
5 Sepse, kur erdhëm në Maqedoni, mishi ynë nuk pati fare prehje, por u shtrënguam në të gjitha mënyrat: jashtë betejë, përbrenda frikë.
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।
6 Por Perëndia, që ngushëllon të pikë-lluarit, na ngushëlloi me ardhjen e Titit,
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
7 dhe jo vetëm me ardhjen e tij, por edhe me ngushëllimin që ai pati prej jush; ai na tregoi dëshirën tuaj të madhe, lotët tuaja, zellin tuaj për mua, kaq sa u gëzova më tepër,
ଆଉ, କେବଳ ତାହାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍‌ଯୋଗ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି।
8 sepse, ndonëse edhe ju kam trishtuar me letrën time, nuk më vjen keq, ndonëse më pati ardhur keq, sepse shoh se ajo letër, edhe pse për pak kohë, ju trishtoi.
ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା
9 Tani po gëzohem, jo sepse u trishtuat, por sepse u trishtuat për pendim, sepse u trishtuat sipas Perëndisë, që të mos ju bëhet juve ndonjë dëm nga ne.
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନ-ପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ।
10 Trishtimi sipas Perëndisë në fakt, sjell pendim për shpëtim, për të cilin njeriu nuk i vjen keq, por trishtimi i botës shkakton vdekje.
କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
11 Në fakt, ja sa kujdes shkaktoi te ju pikëllimi sipas Perëndisë, madje sa fjalë për të kërkuar ndjesë, sa zemëratë, sa druajtje, sa dëshirë të zjarrtë, sa zell, sa kënaqësi! Me çdo mënyrë ju e treguat se jeni të pastër në këtë çështje.
ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍‌ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।
12 Edhe pse ju shkrova, nuk e bëra as për atë që e bëri padrejtësinë, as për atë që e pësoi, por që të shfaqet në mes tuaj kujdesi ynë që kemi për ju përpara Perëndisë.
ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ।
13 Prandaj ne u ngushëlluam për shkak të ngushëllimit tuaj dhe u gëzuam aq më tepër për gëzimin e Titit, sepse fryma e tij u shlodh nga ju të gjithë.
ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।
14 Prandaj, në qoftë se u mburra për ndonjë gjë tek ai për ju, nuk u turpërova por, ashtu si ju kemi treguar të gjitha gjërat me vërtetësi, kështu edhe mburrja jonë te Titi doli e vërtetë.
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।
15 Dhe ai ka një dashuri të madhe për ju, kur kujton bindjen e ju të gjithëve dhe si e pritët atë me frikë dhe me të dridhura.
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି।
16 Gëzohem, pra, që në çdo gjë mund të besoj në ju.
ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି।

< 2 e Korintasve 7 >