< 2 e Korintasve 9 >

1 Sa për shërbesën në dobi të shenjtorëve, është e tepërt t’ju shkruaj,
ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;
2 sepse e njoh gatishmërinë e zemrave tuaja, për të cilën unë mburrem për ju te Maqedonasit, se Akaia është gati që vjet; dhe zelli juaj nxiti shumë të tjerë.
କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।
3 Unë i dërgova këta vëllezër, që mburrja jonë për ju të mos dalë e kotë për këtë gjë dhe me qëllim, sikurse thoja, të jeni gati,
ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,
4 sepse, po të vinin me mua disa Maqedonas dhe të mos ju gjenin gati, ne (të mos them ju), do të dilnim të turpëruar për besimin dhe mburrjen tonë.
କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା।
5 Prandaj m’u duk e nevojshme t’i këshilloj vëllezërit të vijnë te ju më përpara, që të bëjnë gati më parë ofertën që kishit premtuar më parë, kështu që ajo të jetë gati si dhuratë bujarie dhe jo kopracie.
ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି।
6 Dhe ju them këtë: Ai që mbjell me kursim, do të korrë po me kursim; dhe ai që mbjell dorëhapur edhe do të korrë dorëhapur.
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
7 Secili le të veprojë ashtu si ka vendosur në zemrën, as me keqardhje as nga shtrëngimi, sepse Perëndia do një dhurues të gëzuar.
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
8 Dhe Perëndia mund të bëjë që gjithë hiri të teprojë për ju, aq sa mbasi të keni gjithnjë mjaft në çdo gjë, t’ju tepërojë për çfarëdo pune të mirë,
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
9 sikurse është shkruar: “Ai ndau, u ka dhënë të varfërve, drejtësia e tij mbetet në përjetësi”. (aiōn g165)
ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।” (aiōn g165)
10 Edhe ai që i jep farën mbjellësit dhe bukë për të ngrënë, ju dhëntë dhe e shumoftë farën tuaj, dhe i bëftë të rriten frytet e drejtësisë suaj;
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
11 dhe atëherë do të pasuroheni për të qenë dorëdhënë, duke i sjellë nëpërmjet nesh falënderim Perëndisë.
ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
12 Sepse kryerja e kësaj shërbese të shenjtë jo vetëm përmbush nevojat e shenjtorëve, por sjell edhe një mbushulli falëndërimesh ndaj Perëndisë,
କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
13 sepse për shkak të përvojës nga kjo shërbesë, ata e përlëvdojnë Perëndinë për bindjen ndaj ungjillit të Krishtit që ju rrëfeni dhe për bujarinë me të cilën merrni pjesë me ta dhe me të gjithë.
ଅର୍ଥାତ୍‍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,
14 Dhe me lutjet e tyre për ju ju shfaqin një dashuri të veçantë për hirin e shkëlqyer të Perëndisë përmbi ju.
ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ବରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି।
15 Le të falënderojmë Perëndinë për dhuratën e tij të patregueshme.
ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।

< 2 e Korintasve 9 >