< Galatasve 2 >

1 Pastaj, pas katërmbëdhjetë vjetësh, u ngjita përsëri në Jeruzalem me Barnabën; dhe mora me vete edhe Titin.
ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି।
2 Dhe u ngjita sipas një zbulese dhe u shtjellova atyre ungjillin që unë po predikoj ndër johebrenjtë, por në mënyrë të veçantë, atyre që kishin më shumë emër, që të mos bridhja ose vrapoja më kot.
ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି।
3 Por as Titi që ishte me mua, ndonëse ishte Grek, nuk qe shtrënguar që të rrethpritej;
ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
4 edhe kjo për shkak të vëllezërve të rremë, që kishin hyrë tinëz, që kishin depërtuar për të përgjuar lirinë tonë që kemi në Krishtin Jezu, që të na robërojnë.
ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
5 Këtyre ne nuk iu nënshtruam as edhe për një moment, që e vërteta e ungjillit të mbetej e pacënuar te ju.
କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।
6 Por nga ana e atyre që gëzonin një farë kredie (nuk ka rëndësi se kush ishin, Perëndia nuk shikon dukjen e njeriut), pra, ata që gëzonin kredinë më të madhe nuk shtuan gjë tek unë.
ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ବର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
7 Madje, duke parë se mua m’u besua ungjilli për të parrethprerët, sikurse Pjetrit ai për të rrethprerët,
ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
8 (sepse ai që kishte vepruar në mënyrë të fuqishme në Pjetrin për apostullim tek të rrethprerëve, kishte vepruar në mënyrë të fuqishme edhe në mua për johebrenjtë),
(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
9 duke njohur hirin që m’u dha, Jakobi, Kefa dhe Gjoni, të cilët i konsideronin shtylla, më dhanë mua dhe Barnabës të djathtat e tyre si shenjë shoqërie, që të shkonim ne ndër johebrenjtë dhe ata ndër të rrethprerë.
ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
10 Vetëm na porositën që të kujtoheshim për të varfrit, pikërisht atë që edhe unë e kisha ndërmend ta bëja.
ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।
11 Por kur erdhi Pjetri në Antioki, unë e kundërshtova në sy, sepse ishte për t’u qortuar.
ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।
12 Në fakt, para se të vinin disa njerëz nga ana e Jakobit, ai hante me johebrenjtë; po, kur erdhën ata, ai u tërhoq dhe u nda, duke druajtur ata të rrethprerjes.
ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ।
13 Edhe Judenj të tjerë shtireshin bashkë me të, aq sa edhe Barnaba u tërhoq nga hipokrizia e tyre.
ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।
14 Po kur unë pashë se ata nuk ecnin drejt sipas së vërtetës së ungjillit, i thashë Pjetrit përpara të gjithëve: “Në qoftë se ti, që je Jude, rron porsi johebrenjtë dhe jo si Judenjtë, pse i detyron johebrenjtë të rrojnë si Judenj?”.
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
15 Ne, që jemi Judenj nga lindja dhe jo mëkatarë në mes johebrenjsh,
ଆମ୍ଭେମାନେ ଜନ୍ମରେ ଯିହୁଦୀ, ଅଣଯିହୁଦୀ ପାପୀ ନୋହୁଁ,
16 duke ditur se njeriu nuk shfajësohet me anë të veprave të ligjit, por me anë të besimit në Jezu Krishtin, besuam edhe ne në Jezu Krishtin, që të shfajësoheshim me anë të besimit në Krishtin dhe jo me anë të veprave të ligjit, sepse asnjë mish nuk do të shfajësohet me anë të veprave të ligjit.
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
17 Dhe, në qoftë se duke kërkuar të shfajësohemi në Krishtin, u gjetëm edhe ne mëkatarë, mos vallë Krishti qënka shërbenjës i mëkatit. Kurrsesi jo!
କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ।
18 Sepse, në qoftë se unë ndërtoj përsëri ato gjërat që prisha, unë bëhem vetë shkelës,
କାରଣ ମୁଁ ଯେଉଁ ଯେଉଁ ମୋଶାଙ୍କ ବ୍ୟବସ୍ଥା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି।
19 sepse përmes ligjit, vdiqa për ligjin, që unë të rroj për Perëndinë.
ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।
20 Unë u kryqëzova bashkë me Krishtin dhe nuk rroj më unë, po Krishti rron në mua; dhe ajo jetë që tani jetoj në mish, e jetoj në besimin e Birit të Perëndisë, që më deshi dhe dha veten për mua.
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
21 Unë nuk e hedh poshtë hirin e Perëndisë sepse, në qoftë se drejtësia vjen me anë të ligjit, atëherë Krishti ka vdekur më kot.
ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।

< Galatasve 2 >