< Psalmet 54 >

1 O Perëndia im, më shpëto me emrin tënd dhe siguromë drejtësi me fuqinë tënde.
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ?” ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।
2 O Perëndia im, dëgjo lutjen time dhe vëru veshin fjalëve të gojës sime.
ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।
3 Sepse disa të huaj janë ngritur kundër meje dhe njerëz të furishëm kërkojnë jetën time, njerëz që nuk e kanë Perëndinë para syve të tyre. (Sela)
କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। (ସେଲା)
4 Ja, Perëndia është ndihma ime, Zoti e përkrah jetën time.
ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।
5 Ai do t’i ndëshkojë armiqtë e mi për të keqen që më kanë bërë; në besnikërinë tënde shkatërroji.
ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।
6 Me gjithë zemër do të ofroj flijime; do të kremtoj emrin tënd, o Zot, sepse është i mirë;
ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।
7 sepse më ke çliruar nga çdo ankth, sytë e mi kanë parë mbi armiqtë e mi atë që unë dëshiroja.
ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।

< Psalmet 54 >