< Psalmet 60 >

1 O Perëndi, ti na ke prapsur, na ke shpërndarë, je zemëruar; tani na rivendos.
ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍‍-ଏଦୁତ୍‍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍‍; ଅରାମନହରୟିମ୍‍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
2 Ti ke bërë që të dridhet toka, e ke çarë; shëro thyerjet e saj, sepse ajo lëkundet.
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।
3 Ti e ke ngarkuar popullin tënd me gjëra të rënda; na ke dhënë të pimë verë që të trullos.
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
4 Por tani u ke dhënë atyre që të kanë frikë një flamur, që ta ngrenë në favor të së vërtetës. (Sela)
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। (ସେଲା)
5 Shpëto me dorën tënde të djathtë dhe përgjigjmu, me qëllim që ata që ti i do të çlirohen.
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
6 Perëndia ka folur në shenjtërinë e tij: “Unë do të triumfoj, do të ndaj Sikemin dhe do të mas luginën e Sukothit.
ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
7 Imi është Galaadi, imi është Manasi, Efraimi është forca e kokës sime, Juda është ligjëvënësi im;
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
8 Moabi është legeni në të cilin lahem; mbi Edomin do të hedh sandalin tim; mbi Filistejtë do të ngre britma fitoreje”.
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”
9 Kush do të më çojë në qytetin e fortë? Kush do të më çojë deri në Edom?
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?
10 A nuk do të jesh pikërisht ti, o Perëndi, që na ke prapsur? Nuk do të dalësh më, o Perëndi, me ushtritë tona?
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
11 Na ndihmo kundër armikut, sepse është e kotë ndihma e njeriut.
ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
12 Me Perëndinë do të kryejmë trimëri, dhe ai do të shkelë armiqtë tanë.
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

< Psalmet 60 >