< Zbulesa 13 >

1 Dhe u ndala mbi rërën e detit. Dhe pashë të ngjitej nga deti një bishë, që kishte dhjetë brirë dhe shtatë krerë, dhe mbi brirë dhjetë kurora dhe mbi krerë emra blasfemie.
ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା। ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।
2 Dhe bisha që pashë i ngjante një leopardi; këmbët e saj ishin si të ariut dhe goja e saj si ajo e luanit; dhe dragoi i dha asaj fuqinë e vet, fronin e vet dhe autoritet të madh.
ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।
3 Edhe pashë një nga krerët e saj si të plagosur për vdekje; por plaga e saj vdekjeprurëse u shërua; dhe gjithë dheu u mrekullua pas bishës.
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,
4 Dhe adhuruan dragoin që i dha autoritet bishës dhe adhuruan bishën duke thënë: “Kush i ngjan bishës? Kush mund të luftojë kundër saj?”.
ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?
5 Dhe iu dha një gojë që flet gjëra të mëdha dhe blasfemi; dhe iu dha pushtet të veprojë për dyzet e dy muaj.
ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
6 Dhe ajo hapi gojën e vet për të blasfemuar kundër Perëndisë, për të blasfemuar emrin e tij, tabernakullin e tij dhe ata që banojnë në qiell.
ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।
7 Dhe iu dha t’u bëjë luftë kundër të shenjtorëve dhe t’i mundë; dhe iu dha pushtet mbi çdo fis, gjuhë dhe komb.
ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
8 Dhe do ta adhurojnë të gjithë banorët e dheut, emrat e të cilëve nuk janë shkruar në librin e jetës së Qengjit, që ishte vrarë që nga krijimi i botës.
ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।
9 Kush ka veshë, le të dëgjojë.
ଯାହାର କର୍ଣ୍ଣ ଅଛି, ସେ ଶୁଣୁ।
10 Kush e çon tjetrin në robëri, në robëri do të bjerë; kush vret me shpatë, duhet edhe ai të vritet me shpatë. Këtu është qëndrueshmëria dhe besimi i shenjtorëve.
“କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
11 Pastaj pashë një bishë tjetër, që ngjitej nga dheu, dhe kishte dy brirë që u ngjanin atyre të qengjit, por fliste si një dragua.
ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
12 Ajo ushtronte gjithë pushtetin e bishës së parë përpara saj dhe bënte që dheu dhe banorët e tij të adhurojnë bishën e parë, së cilës iu shërua plaga vdekjeprurëse.
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।
13 Edhe bënte shenja të mëdha, sa që edhe zjarr bënte të zbresë nga qielli mbi dhe në prani të njerëzve,
ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ।
14 dhe i mashtronte banorët e dheut me anë të shenjave që i ishin dhënë për të bërë përpara bishës, duke u thënë banorëve të dheut t’i bëjnë një figurë bishës, që kishte plagën e shpatës dhe u kthye në jetë.
ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
15 Dhe iu dha t’i japë një frymë figurës së bishës, aq sa figura e bishës të flasë, edhe të bëjë që të gjithë ata të cilët nuk e adhuronin figurën e bishës, të vriteshin.
ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।
16 Veç kësaj bëri që të gjithëve, të vegjël e të mëdhenj, dhe të pasur dhe të varfër, dhe të lirë dhe skllevër, t’u vihet një damkë mbi dorën e tyre të djathtë ose mbi ballin e tyre,
ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,
17 dhe që askush të mos mund të blinte ose të shiste, po të mos kishte damkën ose emrin e bishës ose numrin e emrit të saj.
ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।
18 Këtu është urtia. Ai që ka mend, le të bëjë llogari numrin e bishës, sepse është numër njeriu; dhe numri i tij është gjashtëqind e gjashtëdhjetë e gjashtë.
ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।

< Zbulesa 13 >