< 1 Yuhana 5 >

1 Ulena iyino Yesu amere Kristi kumat Kutelle ri. Nin vat le na adinin sume, ulna ana nuzu kit ncif amini din suu nnonon me.
ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
2 Nin nanin tiyino ti dinin suu nono Kutelle. Adi tidinin su Kutelle tiba suu tidokame.
ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
3 Ulelere u suu Kutelle, andi ti ceu ti dokame nanya kibianai bit, kuma na udokame di getek ba.
କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
4 Vat ulena ina maru ghe nanya Kutelle akatin likara inye. Ulelere lkatin ghe nanya inye, nin yinu sa uyenu minu.
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
5 Ame ule na ana mali katu likara inye? Ulena a yina Yesu amere gono Kutell.
ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
6 Amere ulena ana nak nanya mmen nin mmii, Yesu Kristi. Na anadak nanyammen kadai ba ama nanya mmii.
ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
7 Bara among duku natat na suu iyizi inba
ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
8 Awa tatere alele, Infip milau, mmen nin nmii.
ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ।
9 Andi ti sere u tinizi nanit nin ti niyizi Kutelle ma katunu. Bara ushaida Kutelle unere une. Ana malin suu iyizi iba bara gonome.
ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।
10 Ulena yina nin Gone Kutelle adimun ushaida Kutelle nanya me. Ulena ayina nin ba Kutelle taa ghe unan kinu, bara na ayino nin shaida na Kutelle nani kitene inson me.
ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
11 Ushaida unere une- na Kutelle nani nari ulau usali ligang, ulai une udi nanya Isoune. (aiōnios g166)
ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। (aiōnios g166)
12 Ame ule na adini insaune adini lai. Ulena adini Isou Kutelle ba adini lai ba.
ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
13 Ile imone nyertin minu inan yino idini lai- udu anughe alena iyina nanya lisa Gono Kutelle. (aiōnios g166)
ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। (aiōnios g166)
14 Ulelere likara kibinaiye nati dimon mbung me, bara asa ti tirino imong nanya inufi me, ama lanzu nari.
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
15 Andi tiyiru adin lanzu nari-vat elemon na ti tiringhe-tiyiru tima se ilemon na tina tirin ghe.
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
16 Andi umong yene gwana me taa kulapi kona kuma tighe aku ba, ucau inlira kiti Kutelle anan naghe ulai. Idin belu alena alapi mine mati nai iku ba. Bara among alpi diku alena nati unit ku-nan belle iti inlira kitene nalele.
କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।
17 Vat usalinglauwe kulaperi-bara kon kulapi diku kona kuma ti unit kuu ba.
ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।
18 Tiyiru ulena ina maru ghe kiti Kutelle na dini kulapi. Bara ulena ina maru ghe kiti Lutelle amin litime gigime, ibilis wangya alanza ghe ukule ba.
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
19 Tiyi arik kiti Kutelleri, nanin tiyiru uye vat sosin kadas ibilis sari.
ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
20 Bara nani Gono Kutelle na dak anan nanri uyinu, bara tiyirughe ulena kidegenghe, nani tidi nanya me ame na adi kidegenghe, nin Usome Yesu Kristi. Amere kidegen Kutelle nin lai saligan (aiōnios g166)
ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି। (aiōnios g166)
21 Nono nayini, chinong udortun chill.
ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।

< 1 Yuhana 5 >