< 1 Utasalonika 2 >

1 Anun atimine yiru linuana na tiwa diranimon suari, tidaa kitimine ba.
ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବୃଥା ହୋଇ ନାହିଁ।
2 Arike wa neou ti so non nchin in Philippi, nafo na iyiru arik wa yinin nin Kutelle bit tibelin minu kadura kamang Kutelle nyan salin mmang.
ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।
3 Bara akara bite na uta nuari ba, na ndino gnari ba na kinu ari ba.
କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,
4 Arik nao na Kutelle yinna nin gnirik nin kadura ka mang na nenere ti din belu, na bara anit ba, bara Kutelle, naadin yenju nibinai yenju ni binai bite.
କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
5 Bara na tina belu agbulang kinu ba, nafo naiyiru, na bara ti bolu imon na amon ba, Ci Kutelle ari unan ba.
ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।
6 Na tiwa piziru uzazunu kiti nanit ba sa kitimine, sa kiti na mong kubu kona tiwa yichu atibite anan kataah Kristi.
ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରିପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।
7 Nnane tiwa toltin atibite nafo na una asa anodizino nibinain nono me.
କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,
8 Nani tiwa dursuzominu usuu, nin liburi liboo tiniminu kadura ka manggne umunu tilau bite, bara na ina so imon ichne kitibite.
ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।
9 Bara na ina lizinn linwana kataah nin neiu bite. Tiwa su kataah kitik ninliyarin bara tiwa so kutura udu umon min, nafo na tiwa sun minu uwa azi mang kadura Kutelle.
ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।
10 Anung anan ba, a Kutelle wan, nafo nyan lau nin salindinno tiwa su kataah udu kitimine na yinin.
ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ।
11 Nafo na iyiru uchif nin nono me, tiwa niminu akara tinin kuru tibelle.
ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,
12 Iba chinu liau Kutelle, na adin yichu minu udu kilari nin zazinu me.
ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।
13 Bara nene tidin godu Kutelle kokishi, kubi kooh na iwa seru kitibite ligbulang kadura, ligbulang Kutelle, na iwa serunafo ligbulang nntari ba, kidene, ligbulang Kutelle, na lidi kataah nya mine na iyinna.
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
14 Bara anung linwana ina so nafo anan na tii alau Kutelle na adi Yahudiya nyan Kristi Yesu bara anun ina neou na nit mine nafo na inun wa neou na charannono Israila.
କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।
15 Alengena iwa molu chilari yesu ku nin nanan kadura me-eh, inin ko-oh nari, tutung alengena ipooh Kutelle liburi ba. Idinin liburi lisirneudu na nit vat.
ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
16 Ina wantin nari tibelin anan nyan nsirti bara inan se utuchu Yesu nyan tazunu mine. Tinna nayi Kutelle ntolo nari udu ligang.
କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।
17 Arik, linwana w kosu nri nya kubiri ku bene, nyan yenju nya nibinai tiwa tezunu tiyene timuro mine.
କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ।
18 Bara iwa dinin suu ti dak kitimine, meng Shawulu ndin ntenzunu, shaitan amini wantin nari.
ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।
19 Bara iyangari likara mine nbun saliburi lio-oh. Sa likarin zazunu imong irumere nafo na among-ubung. Nchikilari Yesu asa ba se-eh
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?
20 Anun ghereh uzazunu nin mang bit.
ତୁମ୍ଭେମାନେ ତ ଆମ୍ଭମାନଙ୍କ ଗୌରବ ଓ ଆନନ୍ଦର କାରଣ ଅଟ।

< 1 Utasalonika 2 >