< Yahuda 1 >

1 Yahuda kucin Yesu Kristi nin gwana Yakubu udu ale na iyicila linwana nanya Kutelle ucif nin ciyu Yesu Kreisti.
ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2 Na ayi akunekune udu kitimine nin sheu nibinai nin suu tigbardan
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
3 Linwana in wadin shuu liti kang inyerti minu mbelen nlirunse nla, imile na nyertin minu in zazin minu ikpiyin ushu natin nyinu sa uyenu ule na iwa nakpa anit alau.
ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
4 Bara naamong anit wadak likire ale na uchankuulobmine iyertine uwoeru anan sali fiu Kutelle ale na ina saka alheri Kutelle bit udu nuzu nanm nawani ahhe, nin nale na ita amusu nchikilari nin nan bunbite Yesu Kristi.
କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
5 Nene ndin wuru inlizin minu kodashike iyiru vat niming au cikilari wa nutun anit nanya unuzu myin Mmasar bara nani amolu ale na iyina ba.
ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।
6 Nin nnono kadura Kutelle ale na iwa cin katwa mine, i suna kiti lisosin mine kicine Kutelle na ce nani nanya nisarka nsirtin sa ligan udu udiya lirulole. (aïdios g126)
ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। (aïdios g126)
7 I masin nafo Usodom nin Gomora nin nigbiri naa na niea di nkiline, ale na iwa libaw lirume na awa ni atimine ni mon inanzang ndurtu kuna nizi kuhem. I wa suu anan gbaduzu na iwa neu un nnla unsa ligang. (aiōnios g166)
ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। (aiōnios g166)
8 Nin nani libau lirume alele nanza nidowo mine nanya namoro, inarsi anan natet tigo, nani ibele inun inanzan kusari nanan natt udia.
ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।
9 Bara ame Makailu unan kadura Kutelle udiya na awadi ugon nsirti mayardan kitene liben Musa, na awa yinin ada ni mabucubucu sa ti gbulan tizogo ba inworonani aworo, ''Na ucife kpada fi.''
କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।
10 Bara nani anit alena vat zoguzo imonle na iyino ba vat ni lemong na iyino makeke Kutelle nafo makeke insali nibinai nile imuwne inanza mminu.
ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
11 Kash mine! bara na ina cina nanya libau kainu, inanin pira ndina ntanu Balam nsu nikurfun, inani diku zemzamlibau Kora unan mayardan.
ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
12 Alelere ale na i yeshin nagilitin nsufe na ina lii ninfi, sancin idin pillu ma atiminere mung iso a wut sa wuru ale na ufunu asu uyira aca akune sa kumat, ukul tiba, tijiye martiza.
ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
13 Ufunu nanya kurawa, anutuzuno kupunjetnceen mine, iyinin galu bara inunye usiriu nanya insirti na na yashe nani se saligan. (aiōn g165)
ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି। (aiōn g165)
14 Nin bara anit alele nan Enok unan zur unuzu Adamu iwa beling aworo, ' Yene! Ucif bit nda nin namiu m likure nanit alau,
ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
15 inin suu ma wucuwucu udu kin kogha, anin tecu anan sali ncin dert nin nitwa ninanzan mine nanya na isu nanya nibinai ni nanzan nin nimun ididya ile na ann kulapi na malu belinghe.
ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
16 Alelere anan tibula na idin su mun ile na nibinai mere taa usuwe, anan foo figiri ruu namong inan se ulin bun.
ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
17 Bara nani anum linwa na lizinong tigbulan too na iwa belu nin burne na nann lirinu ncif bite Yesu Kristi.
କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
18 Iwa woro minu nayiri nimalinghe anan sissuu ma dak, ima dofunu kata kanazan ka nibinai mine.
ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
19 Ale anite di nin suu nanti, na idinin nfip milauwa ba.
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।
20 Bara nani anu n linwana, bara na ina kee atimine ketene u yinu sa u yenu udya nin nlira muu na idin tizu nanya infep milau.
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
21 Ceu atimine nanya nsu Kutelle, Iyerje ikunekunwe ncef bite Yesu Kristi unan lai sa ligang. (aiōnios g166)
ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। (aiōnios g166)
22 Nin yerju nkunekune nati na mong anit ale na idi nin nibinai nibaba
ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।
23 Nin tucu na mo, ikpalizin nani nanya nla nin namong lanzan nkunekune nin fiu nafo na inari kultuk koo na indinong kidowo nnanza.
ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
24 Nene udu ule na ama kesu fi utirzu a ceu fi nbun nle na ama yantifi sa kulapi nanya mmang sa ligan,
ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
25 udu iti Kutelle cas unan tucubite nanya Yesu Kristi Ucif bite, liru, tigo nin likara uburnu nin nene, nin salingang. Usonani. (aiōn g165)
ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍‍। (aiōn g165)

< Yahuda 1 >