< Matiyu 4 >

1 kubi kongo na Uruhu wa yiru Yisa ku udu na kusho bara Shintang di dumun nghe.
ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
2 Na a su ukotu nayi, a yiri akut anas, nin limot a kut anas, Kukpong da ghe.
ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
3 Shintang da woro ghe, “Andi fe gono Kutellẹ ri kpilia atala alele a sofi imonli.”
ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”
4 Yisa kawaghe a woro, “Ina nyertin, 'Na nin nemaliari cas unit ma ti ulai mun ba, sei nin liru ule na unuzu nnu Kutellẹ.'”
କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
5 Shintang kuru a yiraghhe a piramuun nan nya kipin kilau a ghantinghe fitulleri kuti nlira,
ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
6 a woro, “Andi fe gono Kutellẹ, yinna udiu kutyin bara ina nyertin abati nono kadura me, isu-uchafe, 'Tutung ima kpafi nin na chara mine,' bara 'Uwa riu kubunu fe kitene kutala.'”
“ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
7 Yisa woroghe, “Ina nyertin 'Tutung na uwa dumun Kutellẹ fe ba.'”
ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”
8 Shintanghe kuru a yira ghe a domun likup lizallang a durso ghe nipinpin nan nimong igegeme in yeh vat.
ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,
9 A woroghe, “Illenge imone mba niyi ining vat, uwa tumun uzazini.”
ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।
10 Kikanere Yisa nin woroghe, “Nyaa kikane Shintang! Bara ina nyertin 'Kutellẹ fere chas uma zazinghe, usu ghe liru.'”
ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”
11 Kikanere Shintanghe nyaa a chibhe, nono katwa me tunna idasu ghe katwa.
ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
12 Na Yisa nlanza ikifo Yohanna ku, a tunna a kpilla udu Ugalili.
ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
13 A cino Unazaret a di son in Kaparnaum, susut nin kurawan Ngalili, kagbiri nan Zabulun nin Naphtali.
ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
14 Ilenge imone wa tinani inan kulo imon irika na Ishaya unan liru nin nu Kutelle wa belin,
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
15 “Nyin Nzabulun nin Naptalin, udu kusari kurawa, nbun Urdun, Galilli un nawurmi!
“ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,
16 Anit alenge na iwa sosin nanya sirti nyene nkanang midya, nin nalenge na iwa sosin kiti nkul nin kuyoli nkule, nkanang wa do kiti minee.”
ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”
17 Kubi konere Yisa tunna-nbelle ani, “Sunan matiza mananzang, tigo-kitene kanae nda susut.”
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
18 Kube na a wadin cin ngau kurawan ngalili, a yene awaba linuana, Simon na iwa yicu nghe Bitrus, nin Andrawus gnana me, idin dwang, bara na inung anan kifi zu nibo.
ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
19 Yisa woro nani, “Dofinon ni, mba kpiliu minu iso ana kifizu nanit.”
ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
20 Itunna isuna ndwan-ghe idofinghe.
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
21 Na Yiysa nleu ubun nin cinne, a yene amon-a waba linuana, Yakub usaun NZebadi nin Yohanna gwana me. Nan nya nimon cin kitenen myeene ligowe nan chif mine, nke nimon ndwanghe. A yicila nani,
ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
22 ituunna isuna imon ncin kitene nmee nin chif mine idofin nghe.
ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
23 Yisa tunna ngalu nan nya Ngalili, ndursuzu nan nya natii nlira mine, abelle na ni uliru tigo kite nee kane, ninshizinu na nan tikonu ngangang nan nya nanite.
ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
24 Uliru kitenee me mala kiti nyanyan Insiriya, anitee da nin lee na iwa-di nin tikonu kiti mee ngangang nan na lee na agbergenu nkifo nani. Yisa shino nin nghinu.
ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
25 Ligozin nanit Ngalili, Udakafolis, nin Urushalima, Uyahudiya, nin kapinaum Urdun.
ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌‌ଗମନ କଲେ।

< Matiyu 4 >