< ܡܪܩܘܣ 2 >

ܘܥܠ ܬܘܒ ܝܫܘܥ ܠܟܦܪܢܚܘܡ ܠܝܘܡܬܐ ܘܟܕ ܫܡܥܘ ܕܒܒܝܬܐ ܗܘ 1
କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।
ܐܬܟܢܫܘ ܤܓܝܐܐ ܐܝܟܢܐ ܕܠܐ ܐܫܟܚ ܐܚܕ ܐܢܘܢ ܐܦܠܐ ܩܕܡ ܬܪܥܐ ܘܡܡܠܠ ܗܘܐ ܥܡܗܘܢ ܡܠܬܐ 2
ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
ܘܐܬܘ ܠܘܬܗ ܘܐܝܬܝܘ ܠܗ ܡܫܪܝܐ ܟܕ ܫܩܝܠܝܢ ܠܗ ܒܝܬ ܐܪܒܥܐ 3
ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,
ܘܕܠܐ ܐܫܟܚܘ ܠܡܬܩܪܒܘ ܠܘܬܗ ܡܛܠ ܟܢܫܐ ܤܠܩܘ ܠܗܘܢ ܠܐܓܪܐ ܘܐܪܝܡܘ ܬܛܠܝܠܐ ܕܐܬܪ ܕܐܝܬܘܗܝ ܗܘܐ ܝܫܘܥ ܘܫܒܘܗ ܥܪܤܐ ܕܪܡܐ ܗܘܐ ܒܗ ܡܫܪܝܐ 4
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ।
ܟܕ ܚܙܐ ܕܝܢ ܝܫܘܥ ܗܝܡܢܘܬܗܘܢ ܐܡܪ ܠܗܘ ܡܫܪܝܐ ܒܪܝ ܫܒܝܩܝܢ ܠܟ ܚܛܗܝܟ 5
ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।”
ܐܝܬ ܗܘܘ ܕܝܢ ܬܡܢ ܡܢ ܤܦܪܐ ܘܦܪܝܫܐ ܕܝܬܒܝܢ ܘܡܬܪܥܝܢ ܗܘܘ ܒܠܒܗܘܢ 6
କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,
ܕܡܢܐ ܗܢܐ ܡܡܠܠ ܓܘܕܦܐ ܡܢܘ ܡܫܟܚ ܠܡܫܒܩ ܚܛܗܐ ܐܠܐ ܐܢ ܚܕ ܐܠܗܐ 7
ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
ܝܫܘܥ ܕܝܢ ܝܕܥ ܒܪܘܚܗ ܕܗܠܝܢ ܡܬܪܥܝܢ ܒܢܦܫܗܘܢ ܘܐܡܪ ܠܗܘܢ ܡܢܐ ܡܬܪܥܝܢ ܐܢܬܘܢ ܗܠܝܢ ܒܠܒܟܘܢ 8
ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?
ܐܝܕܐ ܦܫܝܩܐ ܠܡܐܡܪ ܠܡܫܪܝܐ ܕܫܒܝܩܝܢ ܠܟ ܚܛܗܝܟ ܐܘ ܠܡܐܡܪ ܕܩܘܡ ܫܩܘܠ ܥܪܤܟ ܘܗܠܟ 9
କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?
ܕܬܕܥܘܢ ܕܝܢ ܕܫܠܝܛ ܗܘ ܒܪܗ ܕܐܢܫܐ ܒܐܪܥܐ ܠܡܫܒܩ ܚܛܗܐ ܐܡܪ ܠܡܫܪܝܐ 10
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ,
ܠܟ ܐܡܪ ܐܢܐ ܩܘܡ ܫܩܘܠ ܥܪܤܟ ܘܙܠ ܠܒܝܬܟ 11
“ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”
ܘܩܡ ܒܪ ܫܥܬܗ ܘܫܩܠ ܥܪܤܗ ܘܢܦܩ ܠܥܝܢ ܟܠܗܘܢ ܐܝܟܢܐ ܕܢܬܕܡܪܘܢ ܟܠܗܘܢ ܘܢܫܒܚܘܢ ܠܐܠܗܐ ܟܕ ܐܡܪܝܢ ܕܠܐ ܡܡܬܘܡ ܚܙܝܢ ܗܟܢܐ 12
ସେଥିରେ ସେ ଉଠି ତତ୍‌କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।
ܘܢܦܩ ܬܘܒ ܠܘܬ ܝܡܐ ܘܟܠܗ ܟܢܫܐ ܐܬܝܢ ܗܘܘ ܠܘܬܗ ܘܡܠܦ ܗܘܐ ܠܗܘܢ 13
ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
ܘܟܕ ܥܒܪ ܚܙܐ ܠܠܘܝ ܒܪ ܚܠܦܝ ܕܝܬܒ ܒܝܬ ܡܟܤܐ ܘܐܡܪ ܠܗ ܬܐ ܒܬܪܝ ܘܩܡ ܐܙܠ ܒܬܪܗ 14
ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
ܘܗܘܐ ܕܟܕ ܤܡܝܟ ܒܒܝܬܗ ܤܓܝܐܐ ܡܟܤܐ ܘܚܛܝܐ ܤܡܝܟܝܢ ܗܘܘ ܥܡ ܝܫܘܥ ܘܥܡ ܬܠܡܝܕܘܗܝ ܐܝܬܝܗܘܢ ܗܘܘ ܓܝܪ ܤܓܝܐܐ ܘܐܬܘ ܒܬܪܗ 15
ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ।
ܘܤܦܪܐ ܘܦܪܝܫܐ ܟܕ ܚܙܐܘܗܝ ܕܠܥܤ ܥܡ ܡܟܤܐ ܘܥܡ ܚܛܝܐ ܐܡܪܘ ܠܬܠܡܝܕܘܗܝ ܡܢܘ ܥܡ ܡܟܤܐ ܘܚܛܝܐ ܐܟܠ ܘܫܬܐ 16
ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!
ܟܕ ܫܡܥ ܕܝܢ ܝܫܘܥ ܐܡܪ ܠܗܘܢ ܠܐ ܤܢܝܩܝܢ ܚܠܝܡܐ ܥܠ ܐܤܝܐ ܐܠܐ ܐܝܠܝܢ ܕܒܝܫ ܒܝܫ ܥܒܝܕܝܢ ܠܐ ܐܬܝܬ ܕܐܩܪܐ ܠܙܕܝܩܐ ܐܠܐ ܠܚܛܝܐ 17
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
ܬܠܡܝܕܘܗܝ ܕܝܢ ܕܝܘܚܢܢ ܘܦܪܝܫܐ ܨܝܡܝܢ ܗܘܘ ܘܐܬܘ ܘܐܡܪܝܢ ܠܗ ܠܡܢܐ ܬܠܡܝܕܘܗܝ ܕܝܘܚܢܢ ܘܕܦܪܝܫܐ ܨܝܡܝܢ ܘܬܠܡܝܕܝܟ ܕܝܠܟ ܠܐ ܨܝܡܝܢ 18
ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
ܐܡܪ ܠܗܘܢ ܝܫܘܥ ܠܡܐ ܡܫܟܚܝܢ ܒܢܘܗܝ ܕܓܢܘܢܐ ܟܡܐ ܕܚܬܢܐ ܥܡܗܘܢ ܗܘ ܕܢܨܘܡܘܢ ܠܐ 19
ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରିପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରିପାରନ୍ତି ନାହିଁ।
ܢܐܬܘܢ ܕܝܢ ܝܘܡܬܐ ܕܡܐ ܕܐܫܬܩܠ ܡܢܗܘܢ ܚܬܢܐ ܗܝܕܝܢ ܢܨܘܡܘܢ ܒܗܘ ܝܘܡܐ 20
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ।
ܠܐ ܐܢܫ ܪܡܐ ܐܘܪܩܥܬܐ ܚܕܬܐ ܘܚܐܛ ܥܠ ܡܐܢܐ ܒܠܝܐ ܕܠܐ ܢܤܒܐ ܡܠܝܘܬܗ ܗܝ ܚܕܬܐ ܡܢ ܒܠܝܐ ܘܗܘܐ ܤܕܩܐ ܝܬܝܪܐ 21
କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ।
ܘܠܐ ܐܢܫ ܪܡܐ ܚܡܪܐ ܚܕܬܐ ܒܙܩܐ ܒܠܝܬܐ ܕܠܐ ܚܡܪܐ ܡܨܪܐ ܠܙܩܐ ܘܙܩܐ ܐܒܕܢ ܘܚܡܪܐ ܡܬܐܫܕ ܐܠܐ ܪܡܝܢ ܚܡܪܐ ܚܕܬܐ ܒܙܩܐ ܚܕܬܬܐ 22
ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
ܘܗܘܐ ܕܟܕ ܐܙܠ ܝܫܘܥ ܒܫܒܬܐ ܒܝܬ ܙܪܥܐ ܬܠܡܝܕܘܗܝ ܡܗܠܟܝܢ ܗܘܘ ܘܡܠܓܝܢ ܫܒܠܐ 23
ଥରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ।
ܘܐܡܪܝܢ ܠܗ ܦܪܝܫܐ ܚܙܝ ܡܢܐ ܥܒܕܝܢ ܒܫܒܬܐ ܡܕܡ ܕܠܐ ܫܠܝܛ 24
ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,
ܐܡܪ ܠܗܘܢ ܝܫܘܥ ܠܐ ܡܡܬܘܡ ܩܪܝܬܘܢ ܡܢܐ ܥܒܕ ܕܘܝܕ ܟܕ ܐܤܬܢܩ ܘܟܦܢ ܗܘ ܘܕܥܡܗ 25
ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
ܐܝܟܢܐ ܥܠ ܠܒܝܬܗ ܕܐܠܗܐ ܟܕ ܐܒܝܬܪ ܪܒ ܟܗܢܐ ܘܠܚܡܐ ܕܦܬܘܪܗ ܕܡܪܝܐ ܐܟܠ ܗܘ ܕܠܐ ܫܠܝܛ ܠܡܐܟܠ ܐܠܐ ܐܢ ܠܟܗܢܐ ܘܝܗܒ ܐܦ ܠܐܝܠܝܢ ܕܥܡܗ ܗܘܘ 26
ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”
ܘܐܡܪ ܠܗܘܢ ܕܫܒܬܐ ܡܛܠ ܒܪܢܫܐ ܐܬܒܪܝܬ ܘܠܐ ܗܘܐ ܒܪܢܫܐ ܡܛܠ ܫܒܬܐ 27
ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ।
ܡܪܗ ܗܘ ܗܟܝܠ ܘܐܦ ܕܫܒܬܐ ܒܪܗ ܕܐܢܫܐ 28
ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।”

< ܡܪܩܘܣ 2 >