< ՅՈՎՀԱՆՆՈԻ 11 >

1 Եւ մի հիւանդ կար, Ղազարոս անունով, Բեթանիայից՝ Մարիամի եւ նրա քոյր Մարթայի գիւղից:
ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।
2 Սա այն Մարիամն էր, որ իւղով օծեց Տիրոջը եւ իր մազերով սրբեց նրա ոտքերը: Եւ սրա եղբայր Ղազարոսը հիւանդ էր:
ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।
3 Սրա քոյրերը նրա մօտ մարդ ուղարկեցին եւ ասացին. «Տէ՛ր, ահաւասիկ նա, ում դու սիրում էիր, հիւանդացել է»:
ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
4 Երբ Յիսուս լսեց, ասաց. «Այդ հիւանդութիւնը մահաբեր չէ, այլ Աստծու փառքի համար է, որպէսզի դրանով Աստծու Որդին փառաւորուի»:
କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”
5 Յիսուս սիրում էր Մարիամին, նրա քրոջը՝ Մարթային, եւ Ղազարոսին:
ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।
6 Լսելուց յետոյ, թէ Ղազարոսը հիւանդացել է, նա տակաւին երկու օր մնաց այնտեղ, ուր գտնւում էր:
ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।
7 Ապա դրանից յետոյ իր աշակերտներին ասաց. «Եկէ՛ք վերստին գնանք Հրէաստան»:
ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।”
8 Աշակերտները նրան ասացին. «Ռաբբի՛, հրեաները դեռ նոր էին ուզում քեզ քարկոծել, եւ նորից այնտե՞ղ ես գնում»:
ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
9 Յիսուս պատասխանեց. «Ցերեկը տասներկու ժամ չունի՞. եթէ մէկը ցերեկն է քայլում, չի սայթաքում, որովհետեւ այս աշխարհի լոյսը տեսնում է,
ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
10 իսկ եթէ մէկը գիշերն է քայլում, սայթաքում է, որովհետեւ հետը լոյս չունի»:
କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।”
11 Այս բաներն ասելուց յետոյ նորից ասաց նրանց. «Մեր բարեկամ Ղազարոսը ննջել է, սակայն ես գնում եմ, որ նրան արթնացնեմ»:
ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”
12 Աշակերտները նրան ասացին. «Տէ՛ր, եթէ ննջել է, ապա կ՚առողջանայ»:
ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।
13 Բայց Յիսուս նրա մահուան մասին էր ասում, մինչդեռ նրանց այնպէս թուաց, թէ նա քնով ննջելու մասին է խօսում:
ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ।
14 Այն ժամանակ Յիսուս նրանց յայտնապէս ասաց. «Ղազարոսը մեռաւ.
ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, “ଲାଜାର ମରିଯାଇଅଛନ୍ତି;
15 բայց ես ուրախ եմ ձեզ համար, որ այնտեղ չէի. որպէսզի դուք ինձ հաւատաք: Արդ, եկէ՛ք գնանք նրա մօտ»:
ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।”
16 Թովմասը, որ Երկուորեակ էր կոչւում, աշակերտակիցներին ասաց. «Եկէ՛ք մենք էլ գնանք, որ նրա հետ մեռնենք»:
ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।
17 Յիսուս եկաւ, նրան գտաւ չորս օրից ի վեր գերեզմանի մէջ:
ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।
18 Եւ Բեթանիան Երուսաղէմի մօտ էր շուրջ երեք կիլոմետր:
ବେଥନୀୟା ଯିରୂଶାଲମ ସହରରୁ ପ୍ରାୟ ଏକ କ୍ରୋଶ ଦୂରରେ ଥିଲା,
19 Հրեաներից շատերը եկել էին Մարթայի եւ Մարիամի մօտ, որպէսզի նրանց մխիթարեն իրենց եղբօր մահուան համար:
ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।
20 Երբ Մարթան լսեց, որ Յիսուս գալիս է, նրան ընդառաջ գնաց. իսկ Մարիամը տանը նստած էր:
ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ।
21 Մարթան Յիսուսին ասաց. «Տէ՛ր, եթէ դու այստեղ եղած լինէիր, իմ եղբայրը մեռած չէր լինի.
ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାଆନ୍ତା।
22 բայց հիմա էլ գիտեմ, թէ ինչ էլ որ Աստծուց ուզես, Աստուած քեզ կը տայ»:
କିନ୍ତୁ ଆପଣ ଈଶ୍ବରଙ୍କୁ ଯାହା କିଛି ମାଗିବେ, ଈଶ୍ବର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ।
23 Յիսուս նրան ասաց. «Քո եղբայրը յարութիւն կ՚առնի»:
ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭ ଭାଇ ପୁଣି, ଉଠିବ।”
24 Մարթան նրան ասաց. «Գիտեմ, որ յարութեան ժամանակ վերջին օրը յարութիւն կ՚առնի»:
ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।
25 Յիսուս նրան ասաց. «Ես իսկ եմ յարութիւն եւ կեանք. ով հաւատում է ինձ, թէպէտ եւ մեռնի, կ՚ապրի.
ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
26 եւ ով կենդանի է ու ինձ հաւատում է, յաւիտեան չի մեռնի: Հաւատո՞ւմ ես այս բանին»: (aiōn g165)
ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?” (aiōn g165)
27 Նա ասաց նրան. «Այո՛, Տէ՛ր, ես հաւատում եմ, որ դո՛ւ ես Քրիստոսը՝ Աստծու Որդին, որ աշխարհ էիր գալու»:
ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ବରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ।
28 Եւ այս ասելուց յետոյ, գնաց գաղտնաբար կանչեց իր քրոջը՝ Մարիամին եւ ասաց. «Վարդապետն է եկել եւ քեզ է կանչում»:
ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି।
29 Երբ նա լսեց, իսկոյն վեր կացաւ եւ եկաւ նրա մօտ:
ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ।
30 Յիսուս դեռ գիւղ չէր հասել, այլ դեռեւս այն տեղում էր, ուր Մարթան նրան ընդառաջ էր ելել:
ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ।
31 Իսկ այն հրեաները, որ նրա հետ տանն էին եւ նրան մխիթարում էին, երբ տեսան Մարիամին, որ վեր կացաւ իսկոյն ու գնաց, իրենք եւս նրա յետեւից գնացին. կարծում էին, թէ գերեզման է գնում, որ այնտեղ լաց լինի:
ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।
32 Իսկ Մարիամը, երբ եկաւ այնտեղ, ուր Յիսուս կանգնած էր, ու տեսաւ նրան, ընկաւ նրա ոտքերն ու ասաց. «Տէ՛ր, եթէ այստեղ եղած լինէիր, իմ եղբայրը մեռած չէր լինի»:
ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।
33 Երբ Յիսուս տեսաւ, որ նա լալիս է, եւ նրա հետ եղող հրեաներն էլ լալիս են, սաստիկ խռովուեց իր հոգում եւ ասաց.
ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ,
34 «Ո՞ւր դրիք նրան»: Նրան ասացին. «Տէ՛ր, արի՛ եւ տե՛ս»:
“ତାଙ୍କୁ କେଉଁଠାରେ ରଖିଅଛ?” ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ।
35 Եւ Յիսուս արտասուեց:
ଯୀଶୁ କାନ୍ଦିଲେ।
36 Հրեաներն ասացին. «Տեսէ՛ք ինչքան էր սիրում նրան»:
ସେଥିରେ ଯିହୁଦୀ ଲୋକମାନେ କହିଲେ, ଦେଖ, ସେ ତାହାଙ୍କୁ କିପରି ସ୍ନେହ କରୁଥିଲେ।
37 Նրանցից ոմանք ասում էին. «Սա, որ կոյրի աչքերը բացեց, չէ՞ր կարող նաեւ այնպէս անել, որ սա չմեռնէր»:
କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧବ୍ୟକ୍ତିର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରିପାରି ନ ଥାଆନ୍ତେ?
38 Յիսուս, դարձեալ խռովուելով ինքն իր մէջ, եկաւ գերեզմանը: Սա մի քարայր էր, որի վրայ մի քար էր դրուած:
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।
39 Եւ Յիսուս ասաց. «Այդ քարը մի կողմ դրէք»: Մարթան՝ մեռածի քոյրը, նրան ասաց. «Տէ՛ր, հիմա արդէն նեխած կը լինի, քանի որ չորս օրուայ է»:
ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।
40 Յիսուս նրան ասաց. «Քեզ չասացի՞. եթէ հաւատաս, կը տեսնես Աստծու փառքը»:
ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
41 Երբ քարը վերցրին, Յիսուս աչքերը վեր բարձրացրեց ու ասաց. «Հա՛յր, գոհութիւն եմ տալիս քեզ, որ ինձ լսեցիր.
ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
42 եւ ես գիտէի, որ ամէն ժամ լսում ես ինձ, բայց այս անում եմ շուրջս կանգնած այս ժողովրդի համար, որպէսզի հաւատան, որ դո՛ւ ինձ ուղարկեցիր»:
ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।”
43 Երբ այս ասաց, բարձր ձայնով աղաղակեց եւ ասաց. «Ղազարո՛ս, վե՛ր կաց, դո՛ւրս արի»:
ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”
44 Եւ մեռելը ելաւ՝ կապուած ոտքերով, ձեռքերը երիզով ամրացուած եւ երեսը վարշամակով պատած: Եւ Յիսուս նրանց ասաց. «Արձակեցէ՛ք դրան եւ թողէ՛ք, որ գնայ»:
ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।”
45 Հրեաներից շատերը, որոնք եկել էին Մարիամենց մօտ, երբ տեսան, ինչ որ Յիսուս արեց, հաւատացին նրան:
ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
46 Իսկ նրանցից ոմանք գնացին փարիսեցիների մօտ եւ պատմեցին նրանց, ինչ որ Յիսուս արեց:
ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।
47 Քահանայապետներն ու փարիսեցիները ատեան գումարեցին եւ ասացին. «Ի՞նչ անենք, քանի որ այդ մարդը բազում նշաններ է անում:
ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
48 Եթէ նրան այնպէս թողնենք, ամէնքը կը հաւատան նրան, եւ հռոմէացիները կը գան ու կը վերացնեն մեր ազգն ու մեր սրբավայրը»:
ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।
49 Նրանցից մէկը՝ Կայիափա անունով, որ այդ տարուայ քահանայապետն էր, նրանց ասաց.
କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;
50 «Դուք ոչինչ չգիտէք, ոչ իսկ խորհել էք, թէ մեզ համար աւելի լաւ է, որ մէկ մարդ մեռնի ժողովրդի համար, քան թէ ամբողջ ազգը կորչի»:
ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ।
51 Այս բանը նա ինքն իրենից չասաց, այլ, քանի որ այդ տարուայ քահանայապետն էր, մարգարէացաւ, որ Յիսուս մեռնելու էր ազգի համար:
ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
52 Եւ ոչ միայն ազգի համար, այլ՝ որպէսզի նաեւ Աստծու ցրուած որդիներին ի մի հաւաքի:
ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।
53 Ապա այն օրուանից խորհուրդ արեցին, որ նրան սպանեն:
ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।
54 Եւ Յիսուս այնուհետեւ այլեւս համարձակ չէր շրջում հրեաների մէջ, այլ այնտեղից գնաց մի շրջան, որ մօտ էր անապատին. գնաց մի քաղաք, որի անունն էր Եփրայիմ, եւ իր աշակերտների հետ այդտեղ էր մնում:
ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ।
55 Եւ հրեաների զատիկը մօտ էր. եւ այդ գաւառից շատերը Երուսաղէմ բարձրացան զատկից առաջ, որպէսզի իրենք իրենց մաքրեն:
ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।
56 Յիսուսին փնտռում էին. եւ մինչ տաճարի մէջ էին, միմեանց ասում էին. «Ինչպէ՞ս է ձեզ թւում, արդեօք այս տօնին չի՞ գայ»:
ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
57 Քահանայապետներն ու փարիսեցիները հրահանգել էին, որ, եթէ մէկն իմանայ, թէ նա որտեղ է, յայտնի, որպէսզի նրան ձ»րբակալ»ն:
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।

< ՅՈՎՀԱՆՆՈԻ 11 >