< ՅՈՎՀԱՆՆՈԻ 7 >

1 Դրանից յետոյ Յիսուս շրջում էր Գալիլիայում, քանի որ չէր կամենում Հրէաստանում շրջել, որովհետեւ հրեայ առաջնորդները ուզում էին սպանել նրան:
ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।
2 Հրեաների Տաղաւարահարաց տօնը մօտ էր:
କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,
3 Եւ նրա եղբայրներն ասացին նրան. «Այստեղից անցիր գնա՛ Հրէաստան, որպէսզի քո աշակերտներն էլ տեսնեն այն գործերը, որ դու անում ես.
ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ,
4 որովհետեւ չկայ մէկը, որ թաքուն գործի եւ դեռ ուզենայ իրեն համարձակ ներկայացնել. եթէ այդ գործերն անում ես, ուրեմն յայտնի՛ր քեզ աշխարհին».
କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର।
5 քանի որ եղբայրներն իսկ դեռեւս չէին հաւատացել նրան:
କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।
6 Յիսուս նրանց ասաց. «Իմ ժամանակը դեռ չի հասել, բայց ձեր ժամանակը միշտ պատրաստ է:
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ।
7 Աշխարհը չի կարող ձեզ ատել, բայց ինձ ատում է, որովհետեւ ես վկայում եմ աշխարհի մասին, թէ մարդկանց գործերը չար են:
ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
8 Դուք գնացէ՛ք այդ տօնին, ես այդ տօնին չեմ գնում, որովհետեւ իմ ժամանակը դեռ չի լրացել»:
ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
9 Երբ այս ասաց, ինքը մնաց այնտեղ, Գալիլիայում:
ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ।
10 Երբ նրա եղբայրները գնացին, ապա ինքն էլ գնաց տօնին, բայց ոչ յայտնապէս, այլ՝ թաքուն:
କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ।
11 Իսկ հրեաները նրան փնտռում էին այդ տօնի ժամանակ եւ ասում էին՝ ո՞ւր է նա:
ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?
12 Եւ ժողովրդի բազմութեան մէջ նրա մասին քրթմնջիւն կար. ոմանք ասում էին՝ լաւն է, ուրիշներ ասում էին՝ չէ, ընդհակառակը, ժողովրդին մոլորեցնում է:
ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।
13 Եւ հրեայ առաջնորդների վախի պատճառով ոչ ոք նրա մասին համարձակ չէր խօսում:
ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ।
14 Տօնակատարութեան կէսին Յիսուս տաճար ելաւ եւ ուսուցանում էր:
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ।
15 Հրեաները զարմանում էին ու ասում. «Սա ինչպէ՞ս գիտէ Գրուածքները, քանի որ բնաւ չի սովորել»:
ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?
16 Յիսուս նրանց պատասխան տուեց ու ասաց. «Իմ ուսուցումն իմը չէ, այլ՝ նրանը, ով ինձ ուղարկեց:
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।
17 Եթէ մէկը ուզում է նրա կամքը կատարել, կ՚իմանայ այս ուսուցման մասին, թէ Աստծո՞ւց է արդեօք, թէ՞ ես ինքս ինձնից եմ խօսում:
କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
18 Ով ինքն իրենից է խօսում, իր համար է փառք փնտռում, իսկ ով փնտռում է նրա՛ փառքը, ով իրեն ուղարկել է, նա ճշմարիտ է, եւ նրա մէջ սուտ բան չկայ:
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
19 Օրէնքը ձեզ Մովսէսը չտուե՞ց, բայց ձեզնից ոչ ոք Օրէնքը չի կատարում:
ମୋଶା କଅଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ। ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ?”
20 Ինչո՞ւ էք ուզում ինձ սպանել»: Ժողովուրդը պատասխան տուեց ու ասաց. «Քո մէջ դեւ կայ, ո՞վ է ուզում քեզ սպանել»:
ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?
21 Յիսուս պատասխան տուեց նրանց ու ասաց. «Մի գործ արեցի, եւ ամէնքդ զարմացել էք:
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।
22 Մովսէսը դրա համար ձեզ տուեց թլփատութիւնը (թէեւ այդ ոչ թէ Մովսէսից էր, այլ՝ հայրերից):
ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃ-ପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାର ଦିନରେ ମନୁଷ୍ୟର ସୁନ୍ନତ କରୁଅଛ।
23 Եւ շաբաթ օրով մարդ էք թլփատում: Իսկ արդ, եթէ մարդը շաբաթ օրով թլփատւում է, որպէսզի Մովսէսի Օրէնքը չխախտուի, իմ վրա՞յ էք բարկացած, որ շաբաթ օրով մի ամբողջ մարդ բժշկեցի:
ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
24 Աչքներիդ երեւացածի պէս մի՛ դատէք, այլ ուղի՛ղ դատաստան արէք»:
ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”
25 Երուսաղէմացիներից ոմանք ասում էին. «Սա չէ՞ նա, որին ուզում էին սպանել:
ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
26 Իսկ ահաւասիկ բացայայտօրէն խօսում է, եւ դրան բան չեն ասում. գուցէ արդարեւ իշխանաւորներն էլ ճանաչեցին, թէ սա՛ է Քրիստոսը:
ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?
27 Բայց մենք սրան գիտենք, թէ որտեղից է. իսկ Քրիստոս երբ որ գայ, ոչ ոք չի գիտենայ, թէ որտեղից է»:
ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି।
28 Յիսուս աղաղակեց տաճարի մէջ, ուսուցանում էր եւ ասում. «Ե՛ւ ինձ գիտէք, ե՛ւ գիտէք որտեղից եմ. ինքս ինձ չեմ եկել, այլ ճշմարիտ է նա, ով ինձ ուղարկեց. նա, որին դուք չգիտէք:
ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ମୋତେ ଓ ମୋହର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
29 Ես գիտեմ նրան, որովհետեւ նրանից իսկ եմ, եւ նա՛ ուղարկեց ինձ»:
ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ।”
30 Ուզում էին նրան բռնել, բայց ոչ ոք նրա վրայ ձեռք չդրեց, որովհետեւ նրա ժամանակը դեռ չէր հասել:
ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
31 Սակայն բազմութեան միջից շատերը հաւատացին նրան եւ ասում էին. «Երբ Քրիստոսը գայ, միթէ աւելի՞ նշաններ պիտի անի, քան սա է անում»:
କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
32 Եւ փարիսեցիները նրա մասին ժողովրդի մէջ եղած քրթմնջիւնները լսեցին. եւ քահանայապետներն ու փարիսեցիները սպասաւորներ ուղարկեցին, որպէսզի բռնեն նրան:
ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।
33 Յիսուս ասաց. «Մի փոքր ժամանակ էլ ձեզ հետ եմ եւ ապա գնում եմ նրա մօտ, ով ինձ ուղարկեց:
ସେଥିରେ ଯୀଶୁ କହିଲେ, “ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି।
34 Ինձ կը փնտռէք եւ չէք գտնի, եւ ուր ես եմ գնում, դուք չէք կարող գալ»:
ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।”
35 Հրեայ առաջնորդներն իրար ասում էին. «Իսկ դա ո՞ւր պիտի գնայ, որ մենք դրան չգտնենք. միթէ հեթանոսների մէջ ցրուած հրեաների՞ մօտ պիտի գնայ եւ հեթանոսների՞ն պիտի ուսուցանի:
ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?
36 Ի՞նչ է այն խօսքը, որ նա ասաց՝ կը փնտռէք ինձ եւ չէք գտնի, եւ ուր ես եմ գնում, դուք չէք կարող գալ»:
“ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ,” ସେ ଏହି ଯେଉଁ କଥା କହିଲେ, ସେ କଅଣ?
37 Մեծ տօնի վերջին օրը Յիսուս կանգնած էր եւ աղաղակում էր՝ ասելով. «Եթէ մէկը ծարաւ է, թող ինձ մօտ գայ եւ խմի:
ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।
38 Ով ինձ հաւատում է, - ինչպէս Գիրքն է ասում, - նրա ներսից կենդանի ջրերի գետեր պիտի բխեն»:
ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।”
39 Նա այս ասում էր Հոգու մասին, որին ընդունելու էին իրեն հաւատացողները. քանի որ Հոգին դեռեւս չկար, որովհետեւ Յիսուս դեռ փառաւորուած չէր:
ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
40 Ժողովրդից ոմանք, երբ լսում էին այս խօսքերը, ասում էին՝ սա՛ է ճշմարիտ մարգարէն.
ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ।
41 ուրիշներն ասում էին՝ սա՛ է Քրիստոսը. իսկ դեռ ուրիշներ ասում էին՝ միթէ Քրիստոս Գալիլիայի՞ց է գալու.
ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?
42 չէ՞ որ Գիրքն ասում է, թէ Քրիստոս գալու է Դաւթի սերնդից եւ Բեթղեհէմ գիւղից, որտեղից Դաւիթն էր:
ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
43 Եւ ժողովրդի մէջ նրա պատճառով պառակտում եղաւ:
ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
44 Եւ նրանցից ոմանք ուզեցին բռնել նրան, բայց ոչ ոք նրա վրայ ձեռք չդրեց:
ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।
45 Իսկ սպասաւորները վերադարձան քահանայապետների եւ փարիսեցիների մօտ. եւ սրանք նրանց ասացին. «Ինչո՞ւ նրան այստեղ չբերեցիք»:
ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
46 Սպասաւորները պատասխանեցին ու ասացին. «Ոչ մի մարդ երբեք այնպէս չի խօսել, ինչպէս այն մարդը»:
ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
47 Փարիսեցիները ասացին. «Միթէ դո՞ւք էլ էք մոլորուել:
ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ?
48 Միթէ իշխանաւորներից կամ փարիսեցիներից որեւէ մէկը հաւատա՞ց նրան,
ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
49 բացի այն խաժամուժ ամբոխից, որ օրէնք չգիտէ եւ նզովեալ է»:
କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।
50 Նիկոդեմոսը, որ նախապէս գիշերով եկել էր նրա մօտ եւ նրանցից մէկն էր, նրանց ասաց.
ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
51 «Միթէ մեր օրէնքը դատապարտո՞ւմ է մարդուն, եթէ նախ նրանից լսած եւ կամ իմացած չլինի, թէ ինչ է գործել նա»:
ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?
52 Նրան պատասխանեցին ու ասացին. «Միթէ դո՞ւ էլ Գալիլիայից ես. քննի՛ր ու տե՛ս, որ Գալիլիայից մարգարէ դուրս չի գալիս»:
ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।
53 Ապա ամէն ոք իր տունը գնաց:
[ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,

< ՅՈՎՀԱՆՆՈԻ 7 >