< ՂՈԻԿԱՍ 1 >

1 Քանի որ շատերը ձեռնարկեցին շարադրել մեզանում կատարուած դէպքերի պատմութիւնը,
ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,
2 ինչպէս մեզ աւանդեցին նրանք, որ սկզբից Խօսքի ականատեսներն ու սպասաւորները եղան,
ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।
3 ես էլ, որ սկզբից ստուգութեամբ հետամուտ էի եղել ամէն բանի, կամեցայ կարգով քեզ գրել, ո՛վ գերազանցդ Թէոփիլէ,
ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,
4 որպէսզի ճանաչես ճշմարտութիւնն այն խօսքերի, որոնց աշակերտեցիր:
ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।
5 Հրէաստանի Հերովդէս թագաւորի օրով, Աբիայի քահանայական ընտանիքից Զաքարիա անունով մի քահանայ կար, որի կինը Ահարոնի դստրերից էր. նրա անունը Եղիսաբեթ էր:
ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।
6 Եւ երկուսն էլ Աստծու առաջ արդար էին ու անարատ կերպով ընթանում էին Տիրոջ բոլոր պատուիրանների եւ օրէնքների ճանապարհով:
ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
7 Նրանք որդի չունէին, որովհետեւ Եղիսաբեթը ամուլ էր, եւ երկուսն էլ իրենց առաջացած տարիքում էին:
କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।
8 Եւ մինչ Զաքարիան Աստծու առջեւ իր քահանայական պաշտօնն էր կատարում, իր կարգի օրերը հասած լինելով՝
ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
9 ըստ քահանայութեան օրէնքի նրան վիճակուեց մտնել Տիրոջ տաճարը եւ խնկարկել:
ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
10 Եւ խնկարկութեան ժամին ժողովրդի ամբողջ բազմութիւնը դրսում աղօթքի էր կանգնած:
ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।
11 Եւ Տիրոջ հրեշտակը երեւաց նրան՝ խնկերի սեղանի աջ կողմում կանգնած:
ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।
12 Երբ Զաքարիան նրան տեսաւ, խռովուեց, եւ վախ ընկաւ նրա մէջ:
ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ।
13 Տիրոջ հրեշտակը նրան ասաց. «Մի՛ վախեցիր, Զաքարիա՛, որովհետեւ քո աղօթքը լսելի եղաւ. քո կինը՝ Եղիսաբեթը, մի որդի կը ծնի քեզ, եւ նրա անունը Յովհաննէս կը դնես:
କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
14 Նա քեզ համար ուրախութիւն եւ ցնծութիւն կը լինի, եւ շատերը կ՚ուրախանան իր ծննդով,
ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ।
15 որովհետեւ նա Տիրոջ առաջ մեծ կը լինի, գինի եւ օղի չի խմի եւ մօր որովայնից սկսած Սուրբ Հոգով կը լցուի
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
16 եւ Իսրայէլի որդիներից շատերին կը դարձնի դէպի իրենց Տէր Աստուածը:
ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।
17 Նա Եղիայի հոգով եւ զօրութեամբ պիտի գնայ նրա առաջից, որպէսզի հայրերի սրտերը որդիներին դարձնի ու անհնազանդներին՝ արդարների իմաստութեանը՝ Տիրոջ համար պատրաստ մի ժողովուրդ կազմելու»:
ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
18 Եւ Զաքարիան ասաց հրեշտակին. «Ես ի՞նչ կերպ կ՚իմանամ այդ, քանի որ ես ծեր եմ, եւ կինս էլ առաջացած տարիքում է»:
ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।
19 Հրեշտակը նրան պատասխանեց եւ ասաց. «Ես Գաբրիէլն եմ, որ կանգնում եմ Աստծու առաջ. ես ուղարկուեցի խօսելու քեզ հետ եւ այդ բանը քեզ աւետելու:
ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
20 Եւ ահա՛, դու համր կը լինես եւ չես կարողանայ խօսել մինչեւ այն օրը, երբ այդ կատարուի, քանի որ դու չհաւատացիր իմ խօսքերին, որ կ՚իրականան իրենց ժամանակին»:
ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ।
21 Իսկ ժողովուրդը սպասում էր Զաքարիային. զարմանում էին, որ տաճարում նա ուշանում է:
ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।
22 Եւ երբ նա դուրս եկաւ, չէր կարողանում խօսել նրանց հետ: Եւ նրանք իմացան, թէ տաճարում տեսիլք էր տեսել. եւ նա նշանացի էր խօսում նրանց հետ ու մնում էր պապանձուած:
କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।
23 Եւ երբ պաշտամունքի իր օրերը լրացան, գնաց իր տունը:
ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।
24 Այդ օրերից յետոյ նրա կինը՝ Եղիսաբեթը յղիացաւ: Հինգ ամիս նա թաքցնում էր ինքն իրեն եւ ասում.
ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
25 «Այս ի՛նչ բան արեց Տէրը ինձ իմ այս օրերին, երբ նայեց ինձ վրայ՝ վերացնելով իմ նախատինքը մարդկանց միջից»:
ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
26 Վեցերորդ ամսին Գաբրիէլ հրեշտակը Աստծու կողմից ուղարկուեց Գալիլիայի մի քաղաքը, որի անունը Նազարէթ էր,
ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
27 մի կոյսի մօտ, որ նշանուած էր Յովսէփ անունով մի մարդու հետ՝ Դաւթի տնից: Եւ այդ կոյսի անունը Մարիամ էր:
ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।
28 Եւ հրեշտակը, գալով նրա մօտ, ասաց. «Ուրախացի՛ր, ո՛վ շնորհընկալ, Տէրը քեզ հետ է»:
ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।
29 Իսկ նա այս խօսքերի վրայ խռովուեց եւ մտքում խորհում էր, թէ ինչ բան էր այս ողջոյնը:
କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।
30 Եւ հրեշտակը նրան ասաց. «Մի՛ վախեցիր, Մարիա՛մ, որովհետեւ Աստծուց դու շնորհ գտար:
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
31 Եւ ահա՛ դու կը յղիանաս եւ կը ծնես մի որդի ու նրա անունը Յիսուս կը դնես:
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
32 Նա մեծ կը լինի եւ Բարձրեալի որդի կը կոչուի: Եւ Տէր Աստուած նրան կը տայ նրա հօր՝ Դաւթի աթոռը,
ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
33 եւ նա յաւիտեան կը թագաւորի Յակոբի տան վրայ, ու նրա թագաւորութիւնը վախճան չի ունենայ»: (aiōn g165)
ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। (aiōn g165)
34 Իսկ Մարիամը հրեշտակին ասաց. «Ինչպէ՞ս այդ կը պատահի ինձ, քանի որ ես տղամարդ չեմ ճանաչում»:
କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ।
35 Հրեշտակը պատասխանեց եւ նրան ասաց. «Սուրբ Հոգին կը գայ քո վրայ, եւ Բարձրեալի զօրութիւնը հովանի կը լինի քեզ, որովհետեւ նա, որ քեզնից է ծնուելու, սուրբ է եւ Աստծու որդի կը կոչուի:
ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
36 Եւ ահա քո ազգական Եղիսաբեթը. նա եւս յղի է իր ծերութեան մէջ, եւ այս՝ յղիութեան վեցերորդ ամիսն է նրա, որ ամուլ էր կոչուած.
ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
37 որովհետեւ Աստծու համար անկարելի բան չկայ»:
କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
38 Եւ Մարիամն ասաց. «Ահաւասի՛կ ես մնում եմ Տիրոջ աղախինը, թող քո խօսքի համաձայն լինի ինձ»: Եւ հրեշտակը հեռացաւ նրանից:
ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।
39 Այդ օրերին Մարիամը վեր կացաւ եւ շտապով գնաց Յուդայի լեռնային շրջանի քաղաքներից մէկը,
ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
40 մտաւ Զաքարիայի տունը ու Եղիսաբեթին ողջոյն տուեց:
ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।
41 Եւ երբ Եղիսաբեթը Մարիամի ողջոյնը լսեց, մանուկը խաղաց նրա որովայնում, եւ Եղիսաբեթը լցուեց Սուրբ Հոգով
ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
42 եւ բարձր ձայնով աղաղակեց ու ասաց. «Օրհնեա՜լ ես դու կանանց մէջ, եւ օրհնեա՜լ է քո որովայնի պտուղը:
ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ।
43 Որտեղի՞ց ինձ այս ուրախութիւնը, որ իմ Տիրոջ մայրը ինձ մօտ գայ.
ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?
44 որովհետեւ ահաւասիկ, երբ քո ողջոյնի ձայնը հասաւ իմ ականջին, մանուկը ցնծալով խաղաց իմ որովայնում:
କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା।
45 Եւ երանի՜ նրան, որ կը հաւատայ, թէ Տիրոջ կողմից իրեն ասուածները կը կատարուեն»:
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।
46 Եւ Մարիամն ասաց.
ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;
କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।
ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।” (aiōn g165)
56 Մարիամը գրեթէ երեք ամիս մնաց Եղիսաբեթի մօտ եւ դարձաւ իր տունը:
ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।
57 Եղիսաբեթի ծննդաբերելու ժամանակը լրացաւ, եւ նա մի որդի ծնեց.
ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,
58 եւ նրա շուրջը գտնուողներն ու նրա ազգատոհմը լսեցին, որ Տէրն իր մեծ ողորմութիւնը ցոյց տուեց նրա հանդէպ, եւ ուրախանում էին նրա հետ:
ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।
59 Եւ ութերորդ օրը եկան մանկանը թլփատելու. եւ նրան իր հօր անունով Զաքարիա էին կոչում:
ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ।
60 Բայց նրա մայրը պատասխանեց եւ ասաց. «Ո՛չ, այլ Յովհաննէս պէտք է կոչուի»:
କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।
61 Նրան ասացին. «Սակայն քո ազգատոհմի մէջ չկայ մէկը, որի անունը Յովհաննէս լինի»:
ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ।
62 Նշանացի ակնարկեցին նրա հօրը, թէ ի՛նչ կը կամենայ նրան կոչել:
ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ।
63 Իսկ նա մի տախտակ ուզեց եւ վրան գրեց. «Դրա անունը Յովհաննէս է»: Եւ բոլորը զարմացան:
ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।
64 Եւ իսկոյն նրա բերանը բացուեց ու նրա լեզուն՝ նոյնպէս. եւ խօսում էր ու օրհնում Աստծուն:
ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।
65 Եւ ահ ընկաւ բոլորի մէջ, որ լսեցին այս, եւ նրանց մէջ, որ բնակւում էին նրանց շուրջը: Եւ Հրէաստանի ամբողջ լեռնակողմում այս բոլոր բաները պատմւում էին:
ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,
66 Եւ բոլոր լսողները պահում էին իրենց սրտում այս ամէնը եւ ասում էին. «Արդեօք ի՞նչ կը լինի այս մանուկը»: Եւ Տիրոջ ձեռքը նրա հետ էր:
ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।
67 Զաքարիան՝ նրա հայրը, Սուրբ Հոգով լցուեց, մարգարէացաւ եւ ասաց.
ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, (aiōn g165)
ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,
ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।
ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,
ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”
80 Եւ մանուկը աճում ու զօրանում էր հոգով եւ մնում էր ամայի տեղերում՝ մինչեւ Իսրայէլում նրա երեւալու օրը:
ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।

< ՂՈԻԿԱՍ 1 >