< ԱՌԱՋԻՆ ԿՈՐՆԹԱՑԻՍ 16 >

1 Ինչ կը վերաբերի սուրբերուն համար ըլլալիք հանգանակութեան, ինչպէս պատուիրեցի Գաղատացիներու եկեղեցիներուն, դո՛ւք ալ այնպէս ըրէք:
ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।
2 Ամէն Մէկշաբթի՝ ձեզմէ իւրաքանչիւրը թող մէկդի դնէ իր քով ինչ որ յաջողած է խնայել,
ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।
3 որպէսզի հանգանակութիւններ չըլլան երբ ես գամ: Ու երբ գամ, անոնք որ զատորոշէք՝ զիրենք պիտի ղրկեմ նամակներով՝՝, որպէսզի Երուսաղէմ տանին ձեր պարգեւները:
ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
4 Եթէ իմ երթալս ալ արժանավայել ըլլայ, անոնք պիտի երթան ինծի հետ:
ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।
5 Ուրեմն ես պիտի գամ ձեզի՝ երբ անցնիմ Մակեդոնիայէն. (քանի որ պիտի անցնիմ Մակեդոնիայէն.)
କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
6 եւ թերեւս մնամ ձեր քով ու ձմերեմ ալ ձեզի հետ. որպէսզի դո՛ւք ուղարկէք զիս՝ ո՛ւր որ երթամ:
ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ।
7 Որովհետեւ չեմ ուզեր տեսնել ձեզ հիմա՝ անցած ատենս, բայց կը յուսամ որ ժամանակ մը մնամ ձեր քով, եթէ Տէրը արտօնէ:
କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।
8 Սակայն Եփեսոս պիտի մնամ մինչեւ Պենտեկոստէ.
କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;
9 որովհետեւ մեծ եւ արդիւնաւոր դուռ մը բացուած է ինծի, ու բազմաթիւ հակառակորդներ կան:
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।
10 Ուրեմն եթէ Տիմոթէոս գայ, ուշադի՛ր եղէք որ մնայ ձեր քով առանց վախի. քանի որ ան կ՚ընէ Տէրոջ գործը, ինչպէս ե՛ս ալ:
ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
11 Ուստի ո՛չ մէկը թող անարգէ զայն. հապա խաղաղութեա՛մբ ուղարկեցէք զայն՝ որ ինծի գայ, որովհետեւ անոր կը սպասեմ եղբայրներուն հետ:
ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।
12 Իսկ ինչ կը վերաբերի Ապողոս եղբօր, շատ աղաչեցի անոր՝ որ ձեզի գայ եղբայրներուն հետ, բայց բնաւ փափաք չունեցաւ որ հիմա գայ. սակայն պիտի գայ՝ երբ պատեհութիւն ունենայ:
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
13 Արթո՛ւն մնացէք, հաւատքի մէջ հաստատո՛ւն կեցէք, քա՛ջ եղէք, զօրացէ՛ք:
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
14 Ձեր բոլոր բաները սիրո՛վ ըլլան:
ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
15 Կ՚աղաչե՛մ ձեզի, եղբայրնե՛ր, (դուք կը ճանչնաք Ստեփանասի ընտանիքը, որ Աքայիայի երախայրիքն է, եւ իրենք զիրենք նուիրեցին սուրբերուն սպասարկութեան, )
ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;
16 որ հպատակիք այդպիսիներուն եւ բոլորին՝ որ կը գործակցին մեզի ու կ՚աշխատին:
ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।
17 Ուրախ եմ Ստեփանասի, Փորտունատոսի եւ Աքայիկոսի գալուստին համար, որովհետեւ իրե՛նք լրացուցին ձեր պակասը,
ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
18 քանի որ հանգստացուցին իմ հոգիս ու ձերը. ուրեմն ճանչցէ՛ք այդպիսիները:
ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।
19 Ասիայի եկեղեցիները կը բարեւեն ձեզ. Տէրոջմով շատ կը բարեւեն ձեզ Ակիւղաս եւ Պրիսկիղա՝ իրենց տան մէջ եղող եկեղեցիին հետ:
ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
20 Բոլոր եղբայրները կը բարեւեն ձեզ. բարեւեցէ՛ք զիրար սուրբ համբոյրով:
ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
21 Ես՝ Պօղոս, ի՛մ ձեռքովս կը գրեմ այս բարեւը:
ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।
22 Եթէ մէկը չի սիրեր Տէր Յիսուս Քրիստոսը, նզովեա՛լ ըլլայ երբ մեր Տէրը գայ՝՝:
ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
23 Տէր Յիսուս Քրիստոսի շնորհքը ձեզի հետ:
ମାରାନାଥା। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;
24 Իմ սէրս ձեր բոլորին հետ՝ Քրիստոս Յիսուսով: Ամէն:
ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ।

< ԱՌԱՋԻՆ ԿՈՐՆԹԱՑԻՍ 16 >