< ԱՌԱՋԻՆ ՊԵՏՐՈՍԻ 5 >

1 Կը յորդորեմ ձեր մէջ եղող երէցները, ե՛ս ալ ըլլալով երէց իրենց պէս, Քրիստոսի չարչարանքներուն վկայ, նաեւ հաղորդակից այն փառքին՝ որ պիտի յայտնուի.-
ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
2 հովուեցէ՛ք Աստուծոյ հօտը՝ որ ձեր մէջ է, տեսուչ ըլլալով՝ ո՛չ թէ հարկադրաբար, հապա՝ կամովին. ո՛չ թէ ամօթալի շահախնդրութեամբ, հապա՝ յօժարութեամբ.
ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
3 ո՛չ ալ տիրապետելով թեմին վրայ, հապա՝ տիպար ըլլալով հօտին.
ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
4 ու երբ Հովուապետը երեւնայ, պիտի ստանաք փառքի անթառամ պսակը:
ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
5 Նմանապէս դո՛ւք, դեռատինե՛ր, հպատակեցէ՛ք տարեցներուն: Բոլորդ իրարու հպատակելով՝ խոնարհութի՛ւն հագէք. որովհետեւ «Աստուած կ՚ընդդիմանայ ամբարտաւաններուն, բայց շնորհք կու տայ խոնարհներուն»:
ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
6 Ուրեմն խոնարհեցէ՛ք Աստուծոյ հզօր ձեռքին տակ, որպէսզի ժամանակին բարձրացնէ ձեզ:
ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
7 Ձեր ամէն հոգը ձգեցէ՛ք անոր վրայ, որովհետեւ ան կը հոգայ ձեզ:
ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
8 Զգա՛ստ եղէք, արթո՛ւն կեցէք. որովհետեւ ձեր ոսոխը՝ Չարախօսը՝ կը շրջի մռնչող առիւծի պէս, փնտռելով թէ ո՛վ կլլէ:
ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
9 Դիմադրեցէ՛ք անոր՝ ամուր հաւատքով, գիտնալով թէ ձեր եղբայրնե՛րն ալ աշխարհի մէջ կը կրեն նոյն չարչարանքները:
ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
10 Եւ ամէն շնորհքի Աստուածը, որ իր յաւիտենական փառքին կանչեց մեզ Քրիստոս Յիսուսի միջոցով, ձեզ կատարեալ պիտի ընէ, ամրացնէ, ուժովցնէ եւ անսասան հիմերու վրայ դնէ, երբ չարչարուիք քիչ մը ատեն: (aiōnios g166)
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ। (aiōnios g166)
11 Իրե՛ն են փառքը եւ զօրութիւնը դարէ դար՝՝: Ամէն: (aiōn g165)
ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍‍। (aiōn g165)
12 Սիղուանոսի միջոցով, որ՝ ինչպէս կը սեպեմ՝ հաւատարիմ եղբայր մըն է, գրեցի ձեզի համառօտաբար, յորդորելով ու վկայելով թէ ա՛յս է Աստուծոյ ճշմարիտ շնորհքը, որուն մէջ հաստատ կեցած էք:
ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।
13 Կը բարեւէ ձեզ Բաբելոնի մէջ եղած եկեղեցին, որ ընտրուած է ձեզի հետ, նաեւ Մարկոս՝ իմ որդիս:
ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
14 Բարեւեցէ՛ք զիրար սիրոյ համբոյրով: Խաղաղութի՜ւն ձեր բոլորին՝ որ Քրիստոս Յիսուսի մէջ էք: Ամէն:
ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।

< ԱՌԱՋԻՆ ՊԵՏՐՈՍԻ 5 >