< ԳՈՐԾՔ ԱՌԱՔԵԼՈՑ 3 >

1 Պետրոս ու Յովհաննէս իններորդ ժամու՝՝ աղօթքին ատենը միասին տաճարը կը բարձրանային:
ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
2 Իր մօր որովայնէն կաղ ծնած մարդ մը կը բերուէր եւ ամէն օր տաճարին Գեղեցիկ կոչուած դրան քով կը դրուէր, որպէսզի տաճարը մտնողներէն ողորմութիւն խնդրէ:
ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
3 Ան, տեսնելով Պետրոսն ու Յովհաննէսը՝ որոնք տաճարը պիտի մտնէին, ողորմութիւն խնդրեց:
ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା
4 Իսկ Պետրոս՝ Յովհաննէսի հետ աչքերը անոր վրայ սեւեռելով՝ ըսաւ. «Նայէ՛ մեզի»:
ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”
5 Ան ալ ուշադրութիւն դարձուց անոնց, եւ կ՚ակնկալէր բան մը ստանալ անոնցմէ:
ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।
6 Պետրոս ըսաւ. «Արծաթ ու ոսկի չունիմ, հապա ինչ որ ունիմ՝ զայն կու տամ քեզի. Նազովրեցի Յիսուս Քրիստոսի անունով՝ ոտքի՛ ելիր ու քալէ՛»:
କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।
7 Եւ բռնելով անոր աջ ձեռքէն՝ ոտքի հանեց զայն: Անմի՛ջապէս անոր ոտքերուն ներբաններն ու կոճերը ամրացան,
ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8 եւ վեր ցատկելով՝ կայնեցաւ, քալեց ու անոնց հետ տաճարը մտաւ, քալելով, ցատկելով եւ Աստուած գովաբանելով:
ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
9 Ամբողջ ժողովուրդը տեսաւ զայն՝ որ կը քալէր ու Աստուած կը գովաբանէր:
ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ,
10 Գիտէին թէ ան կը նստէր տաճարին Գեղեցիկ կոչուած դրան քով՝ ողորմութեան համար. ուստի այլայլեցան եւ հիացումով լեցուեցան անոր պատահածին համար:
ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।
11 Քանի որ ան կառչած էր Պետրոսի ու Յովհաննէսի, ամբողջ ժողովուրդը՝ այլայլած՝ միասին վազեց անոնց քով, Սողոմոնի կոչուած սրահը:
ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।
12 Պետրոս՝ տեսնելով ասիկա՝ ըսաւ ժողովուրդին. «Իսրայելացի՛ մարդիկ, ինչո՞ւ զարմացած էք ասոր վրայ, կամ ինչո՞ւ այդպէս ակնապիշ կը նայիք մեզի, իբր թէ մենք մեր զօրութեամբ կամ բարեպաշտութեամբ քալել տուինք ատոր:
ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
13 Աբրահամի, Իսահակի ու Յակոբի Աստուածը, մեր հայրերուն Աստուածը, փառաւորեց իր Որդին՝ Յիսուսը, որ դուք մատնեցիք եւ ուրացաք Պիղատոսի առջեւ՝ երբ ինք վճռեց որ արձակէ:
ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
14 Բայց դուք ուրացաք այդ Սուրբը եւ Արդարը, ու խնդրեցիք որ մարդասպան մը շնորհուի ձեզի,
ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,
15 եւ սպաննեցիք կեանքի Ռահվիրան: Իսկ Աստուած մեռելներէն յարուցանեց զայն, ու մենք վկայ ենք ատոր:
କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
16 Անոր անունին հաւատքով՝ անոր անո՛ւնը ամրացուց ասիկա, որ դուք կը տեսնէք եւ կը ճանչնաք: Անով եղած հաւա՛տքն է՝ որ առողջացուց զայն ձեր բոլորին առջեւ:
ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
17 Եւ հիմա, եղբայրնե՛ր, գիտեմ թէ անգիտութեամբ ըրիք, ինչպէս ձեր պետերն ալ:
ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
18 Բայց ինչ որ Աստուած նախապէս՝ իր բոլոր մարգարէներուն բերանով՝ ծանուցանած էր Քրիստոսի չարչարուելուն մասին, այսպէս իրագործեց:
କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
19 Ուրեմն ապաշխարեցէ՛ք ու դարձի՛ եկէք, որպէսզի ձեր մեղքերը ջնջուին.
ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,
20 որպէսզի կազդուրումի ատենները գան Տէրոջ ներկայութենէն, եւ ղրկէ նախապէս ձեզի քարոզուած՝՝ Յիսուս Քրիստոսը:
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।
21 Երկինքը պէտք է ընդունի զայն մինչեւ այն ժամանակները՝ երբ բոլոր բաները վերահաստատուին, որոնց մասին Աստուած խօսած է իր սուրբ մարգարէներուն բերանով՝ դարերու սկիզբէն ի վեր: (aiōn g165)
ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ। (aiōn g165)
22 Մովսէս ըսաւ մեր հայրերուն. “Տէրը՝ ձեր Աստուածը՝ ձեր եղբայրներէն պիտի հանէ ձեզի մարգարէ մը՝ ինծի նման. անո՛ր մտիկ ըրէք՝ ամէն ինչ որ խօսի ձեզի:
ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
23 Եւ ամէն անձ որ մտիկ չընէ այդ մարգարէին՝ պիտի բնաջնջուի ժողովուրդին մէջէն”:
କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।
24 Ու բոլոր մարգարէները, բոլոր անոնք որ յաջորդաբար խօսեցան Սամուէլէ սկսեալ, նախապէս ծանուցանեցին այս օրերն ալ:
ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
25 Դո՛ւք էք որդիները մարգարէներուն եւ այն ուխտին՝ որ Աստուած հաստատեց մեր հայրերուն հետ ու ըսաւ Աբրահամի. “Քու զարմո՛վդ պիտի օրհնուին երկրի բոլոր գերդաստանները”:
ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
26 Աստուած իր Որդին յարուցանելով՝ նախ ձեզի՛ ղրկեց զայն, որպէսզի օրհնէ ձեզ, իւրաքանչիւրդ դարձնելով ձեր չարութիւններէն»:
ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।

< ԳՈՐԾՔ ԱՌԱՔԵԼՈՑ 3 >