< ԵՓԵՍԱՑԻՍ 6 >

1 Զաւակնե՛ր, հնազանդեցէ՛ք ձեր ծնողներուն՝ Տէրոջմով, որովհետեւ ա՛յդ է իրաւացին:
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
2 Պատուէ՛ հայրդ ու մայրդ, (որ առաջին պատուիրանն է խոստումով, )
କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”
3 որպէսզի բարիք ըլլայ քեզի, ու երկար ապրիս երկրի վրայ:
ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
4 Եւ դո՛ւք, հայրե՛ր, մի՛ բարկացնէք ձեր զաւակները, հապա մեծցուցէ՛ք զանոնք Տէրոջ կրթութեամբ ու խրատով:
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
5 Ստրուկնե՛ր, հնազանդեցէ՛ք ձեր մարմնաւոր տէրերուն՝ ահով ու դողով, ձեր սիրտին պարզամտութեամբ, որպէս թէ Քրիստոսի.
ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
6 ո՛չ թէ ծառայելով աչքի առջեւ՝ մարդահաճոներու պէս, հապա Քրիստոսի՛ ստրուկներու պէս՝ սրտանց գործադրելով Աստուծոյ կամքը:
ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।
7 Ծառայեցէ՛ք յօժարութեամբ, որպէս թէ Տէրոջ եւ ո՛չ թէ մարդոց,
ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,
8 գիտնալով թէ իւրաքանչիւրը՝ ի՛նչ բարիք որ գործէ, նո՛յնը պիտի ստանայ Տէրոջմէն, ստրուկ ըլլայ թէ ազատ:
ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।
9 Իսկ դո՛ւք, տէրե՛ր, ըրէ՛ք անոնց նոյն բաները, հրաժարելով սպառնալիքէն: Գիտցէ՛ք թէ անո՛նց ալ, ձե՛ր ալ Տէրը երկինքն է, ու աչառութիւն չկայ անոր քով:
ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
10 Վերջապէս, եղբայրնե՛րս, զօրացէ՛ք Տէրոջմով եւ անոր հզօր կարողութեամբ:
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
11 Հագէ՛ք Աստուծոյ ամբողջ զրահը, որպէսզի կարենաք դիմադրել Չարախօսին հնարքներուն:
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
12 Որովհետեւ մեր գօտեմարտը մարմինի եւ արիւնի հետ չէ, հապա պետութիւններու, իշխանութիւններու, այս խաւար աշխարհին՝՝ իշխանաւորներուն հետ, երկնաւոր վայրերու մէջ եղող չար ոգիներուն հետ: (aiōn g165)
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; (aiōn g165)
13 Ուստի առէ՛ք ձեր վրայ Աստուծոյ ամբողջ զրահը, որպէսզի կարենաք դիմադրել չար օրը,
ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।
14 ու ամէն բան կատարելէ ետք՝ հաստատուն կայնիլ: Ուստի կայնեցէ՛ք ձեր տեղը՝ ձեր մէջքը գօտեպնդած ճշմարտութեամբ եւ հագած արդարութեան զրահը,
ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,
15 ու ձեր ոտքերուն իբր կօշիկ անցուցած խաղաղութեան աւետարանին պատրաստութիւնը:
ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;
16 Բոլորին վրայ՝ առէ՛ք հաւատքին վահանը, որով պիտի կարենաք մարել Չարին բոլոր հրավառ նետերը.
ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।
17 եւ առէ՛ք փրկութեան սաղաւարտն ու Հոգիին սուրը՝ որ Աստուծոյ խօսքն է:
ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;
18 Ամէն ատեն աղօթեցէ՛ք Հոգիով՝ ամէն տեսակ աղօթքով եւ աղերսանքով: Հսկեցէ՛ք ասոր վրայ բոլորովին յարատեւութեամբ ու աղերսանքով՝ բոլոր սուրբերուն համար.
ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
19 ինծի՛ համար ալ, որպէսզի խօսք տրուի ինծի, որ համարձակութեամբ բանամ բերանս՝ գիտցնելու խորհուրդը աւետարանին,
ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
20 որուն համար ես դեսպան մըն եմ՝ շղթաներով. որպէսզի անով համարձակութեա՛մբ խօսիմ՝ ինչպէս պէտք է խօսիմ:
ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
21 Բայց որպէսզի դո՛ւք ալ գիտնաք իմ մասիս՝ թէ ի՛նչ կ՚ընեմ, ամէն բան պիտի գիտցնէ ձեզի Տիւքիկոս սիրելի եղբայրն ու Տէրոջմով հաւատարիմ սպասարկուն:
ମୋହର ବିଷୟ, ଅର୍ଥାତ୍‍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;
22 Զինք յատկապէս ղրկեցի ձեզի, որպէսզի գիտնաք մեր մասին, եւ ինք մխիթարէ ձեր սիրտերը:
ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।
23 Խաղաղութի՜ւն եղբայրներուն, ու սէ՜ր՝ հաւատքով միասին՝ Հայր Աստուծմէ ու Տէր Յիսուս Քրիստոսէ:
ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।
24 Շնո՜րհք բոլոր անոնց հետ՝ որ անկեղծութեամբ կը սիրեն մեր Տէրը՝ Յիսուս Քրիստոսը: Ամէն:
ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।

< ԵՓԵՍԱՑԻՍ 6 >