< ՄԱՐԿՈՍ 15 >

1 Առտուն՝ իսկոյն քահանայապետները, երէցներուն ու դպիրներուն հետ, նաեւ ամբողջ ատեանը՝ խորհրդակցեցան, կապեցին Յիսուսը ու տարին մատնեցին Պիղատոսի:
ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
2 Պիղատոս հարցուց անոր. «Դո՞ւն ես Հրեաներուն թագաւորը»: Ան ալ պատասխանեց անոր. «Դո՛ւն կ՚ըսես»:
ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
3 Իսկ քահանայապետները կ՚ամբաստանէին զինք շատ բաներով:
ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।
4 Պիղատոս դարձեալ հարցուց անոր. «Ոչի՞նչ կը պատասխանես. նայէ՛, ո՜րքան կը վկայեն քեզի դէմ»:
ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।
5 Յիսուս տակաւին ոչինչ կը պատասխանէր, այնպէս որ Պիղատոս զարմացաւ:
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।
6 Տօնին ատենը բանտարկեալ մը կ՚արձակէր անոնց, ո՛վ որ ուզէին:
ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।
7 Մէկը կար՝ Բարաբբա կոչուած, կապուած իրեն հետ ապստամբողներուն հետ, որոնք մարդասպանութիւն գործած էին ապստամբութեան ատեն:
ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।
8 Բազմութիւնը՝ գոռալով՝ սկսաւ խնդրել, որ ընէ՝ ինչպէս միշտ կ՚ընէր իրենց:
ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।
9 Պիղատոս պատասխանեց անոնց. «Կ՚ուզէ՞ք որ արձակեմ ձեզի Հրեաներուն թագաւորը».
ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
10 որովհետեւ գիտէր թէ քահանայապետները նախանձի՛ համար մատնած էին զայն:
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
11 Բայց քահանայապետները գրգռեցին բազմութիւնը՝ որ ան փոխարէնը Բարաբբա՛ն արձակէ իրենց:
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
12 Դարձեալ Պիղատոս ըսաւ անոնց. «Հապա ի՞նչ կ՚ուզէք որ ընեմ անոր՝ որ կը կոչէք Հրեաներուն թագաւորը»:
କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
13 Անոնք դարձեալ աղաղակեցին. «Խաչէ՛ զայն»:
ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
14 Պիղատոս ըսաւ անոնց. «Բայց ի՞նչ չարիք ըրած է»: Անոնք ա՛լ աւելի կ՚աղաղակէին. «Խաչէ՛ զայն»:
ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
15 Պիղատոս ալ՝ փափաքելով գոհացնել բազմութիւնը՝ Բարաբբան արձակեց անոնց, ու խարազանելով Յիսուսը՝ յանձնեց անոնց որպէսզի խաչուէր:
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
16 Զինուորները ներս տարին զայն՝ գաւիթը, այսինքն՝ կառավարիչին պալատը, եւ հաւաքեցին ամբողջ գունդը:
ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
17 Ծիրանի հագցուցին անոր, ու հիւսելով փուշէ պսակ մը՝ դրին անոր գլուխը.
ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18 եւ սկսան բարեւել զայն ու ըսել. «Ողջո՜յն, Հրեաներո՛ւ թագաւոր»:
ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
19 Եղէգով կը զարնէին անոր գլուխին, կը թքնէին անոր վրայ, եւ ծնրադրելով՝ կ՚երկրպագէին անոր:
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
20 Երբ ծաղրեցին զայն, հանեցին վրայէն ծիրանին, հագցուցին անոր իր հանդերձները, ու դուրս տարին զայն՝ որպէսզի խաչեն:
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
21 Ստիպեցին մէկը՝ Սիմոն Կիւրենացին, Աղեքսանդրոսի ու Ռուփոսի հայրը, որ ատկէ կ՚անցնէր՝ արտէն գալով, որպէսզի վերցնէ անոր խաչը:
ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
22 Եւ տարին զայն Գողգոթա կոչուած տեղը, (որ կը թարգմանուի՝ Գանկի տեղ, )
ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍‍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।
23 ու տուին անոր զմուռսով խառնուած գինի՝ որ խմէ. բայց ինք չառաւ:
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।
24 Երբ խաչեցին զայն, բաժնեցին անոր հանդերձները՝ վիճակ ձգելով անոնց վրայ, թէ ո՛վ՝ ի՛նչ պիտի առնէ:
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
25 Երրորդ ժամն՝՝ էր՝ երբ խաչեցին զայն:
ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।
26 Անոր ամբաստանագիրին վրայ գրուած էր. «Հրեաներուն թագաւորը»:
ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।
27 Երկու աւազակներ ալ խաչեցին անոր հետ, մէկը՝ անոր աջ կողմը, ու միւսը՝ ձախ կողմը:
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
28 Այսպէս իրագործուեցաւ գրուածը՝ որ կ՚ըսէ. «Անօրէններու հետ սեպուեցաւ»:
[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]
29 Անոնք որ կ՚անցնէին՝ կը հայհոյէին անոր, կը շարժէին իրենց գլուխը եւ կ՚ըսէին. «Աւա՜ղ, որ կը քակէիր տաճարը, ու կը կառուցանէիր երեք օրուան մէջ.
ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
30 փրկէ՛ դուն քեզ եւ իջի՛ր խաչէն»:
କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।
31 Նմանապէս քահանայապետներն ալ՝ դպիրներուն հետ՝ իրենց մէջ ծաղրելով կ՚ըսէին. «Ուրիշները փրկեց, ինքզի՛նք չի կրնար փրկել:
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।
32 Այդ Քրիստոսը՝ Իսրայէլի թագաւորը՝ հի՛մա թող իջնէ խաչէն, որպէսզի տեսնենք ու հաւատանք»: Իրեն հետ խաչուածներն ալ կը նախատէին զայն:
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
33 Երբ վեցերորդ ժամը հասաւ՝ խաւար եղաւ ամբողջ երկրին վրայ, մինչեւ իններորդ ժամը:
ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
34 Իններորդ ժամուն՝ Յիսուս բարձրաձայն գոչեց. «Էլոհի՜, Էլոհի՜, լամա՞ սաբաքթանի», որ կը թարգմանուի. «Իմ Աստուա՜ծս, իմ Աստուա՜ծս, ինչո՞ւ լքեցիր զիս»:
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
35 Քովը կայնողներէն ոմանք, երբ լսեցին՝ ըսին. «Եղիա՛ն կը կանչէ»:
ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।
36 Ու մէկը վազեց, լեցուց սպունգ մը քացախով, անցուց եղէգի մը եւ տուաւ անոր որ խմէ՝ ըսելով. «Թողուցէ՛ք, տեսնենք թէ Եղիա պիտի գա՞յ՝ իջեցնելու զայն»:
ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।
37 Յիսուս բարձր ձայն մը արձակեց ու հոգին տուաւ:
କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
38 Տաճարին վարագոյրը երկուքի պատռեցաւ՝ վերէն վար:
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
39 Հարիւրապետը՝ որ կեցած էր անոր դիմաց, տեսնելով որ ա՛յսպէս աղաղակելով հոգին տուաւ՝ ըսաւ. «Ճշմա՛րտապէս այս մարդը Աստուծոյ Որդին էր»:
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
40 Կիներ ալ կային, որոնք հեռուէն կը նայէին: Անոնց մէջ էին Մարիամ Մագդաղենացին, Կրտսեր Յակոբոսի ու Յովսէսի մայրը՝ Մարիամ, եւ Սողովմէ,
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
41 որոնք՝ երբ Յիսուս Գալիլեա էր՝ հետեւեր ու սպասարկեր էին անոր: Ուրիշ շատ կիներ ալ կային՝ որոնք անոր հետ ելած էին Երուսաղէմ:
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
42 Երբ արդէն իրիկուն եղաւ, քանի որ այդ օրը Ուրբաթ էր, այսինքն՝ Շաբաթին նախորդ օրը,
ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43 Յովսէփ Արիմաթեացին, մեծայարգ խորհրդական մը՝ որ ի՛նք ալ կը սպասէր Աստուծոյ թագաւորութեան, եկաւ ու յանդգնութեամբ մտաւ Պիղատոսի քով, եւ խնդրեց Յիսուսի մարմինը:
ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
44 Պիղատոս զարմացաւ որ արդէն մեռած է: Կանչելով հարիւրապետը՝ հարցուց անոր թէ շատո՛նց մեռած է:
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
45 Ու երբ ստոյգը գիտցաւ հարիւրապետէն, պարգեւեց մարմինը Յովսէփի:
ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।
46 Յովսէփ կտաւ գնեց, եւ իջեցնելով զայն՝ փաթթեց կտաւով, դրաւ գերեզմանի մը մէջ՝ որ փորուած էր ժայռի մէջ, ու քար մը գլորեց գերեզմանին դուռը:
ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।
47 Մարիամ Մագդաղենացին, եւ Յովսէսի մայրը՝ Մարիամ, կը նայէին թէ ո՛ւր կը դնէին զայն:
ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।

< ՄԱՐԿՈՍ 15 >