< ՄԱՏԹԷՈՍ 21 >

1 Երբ մօտեցան Երուսաղէմի ու հասան Բեթփագէ, Ձիթենիներու լերան մօտ, Յիսուս ղրկեց երկու աշակերտ՝
ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍‌ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।
2 ըսելով անոնց. «Գացէ՛ք այդ ձեր դիմացի գիւղը, ու իսկոյն պիտի գտնէք կապուած էշ մը, եւ անոր հետ՝ աւանակ մը. արձակեցէ՛ք զանոնք ու բերէ՛ք ինծի:
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।
3 Եթէ մէկը բան մը ըսէ ձեզի, ըսէ՛ք. “Տէրոջ պէտք են”, եւ իսկոյն պիտի ղրկէ զանոնք»:
ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”
4 Այս ամէնը կատարուեցաւ, որպէսզի իրագործուի մարգարէին միջոցով ըսուած խօսքը.
ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
5 «Ըսէ՛ք Սիոնի աղջիկին. “Ահա՛ Թագաւորդ կու գայ քեզի, հեզ եւ հեծած իշու վրայ, իշու ձագի՝ աւանակի վրայ”»:
ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
6 Աշակերտները գացին, եւ ըրին ինչպէս Յիսուս պատուիրած էր իրենց.
ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,
7 բերին էշն ու աւանակը, դրին անոնց վրայ իրենց հանդերձները, եւ նստաւ անոնց վրայ:
ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।
8 Ահագին բազմութիւն մը փռեց իր հանդերձները ճամբային վրայ. ուրիշներ ճիւղեր կը կտրէին ծառերէն ու կը տարածէին ճամբային վրայ:
ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।
9 Եւ առջեւէն գացող ու իրեն հետեւող բազմութիւնները կ՚աղաղակէին. «Ովսաննա՜ Դաւիթի Որդիին: Օրհնեա՜լ է ան՝ որ կու գայ Տէրոջ անունով: Ովսաննա՜ ամենաբարձր վայրերուն մէջ»:
ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
10 Երբ ան մտաւ Երուսաղէմ, ամբողջ քաղաքը շարժեցաւ եւ ըսաւ. «Ո՞վ է ասիկա»:
ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।
11 Բազմութիւնը ըսաւ. «Ա՛յս է Յիսուս մարգարէն՝ Գալիլեայի Նազարէթէն»:
ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।
12 Յիսուս մտաւ Աստուծոյ տաճարը, դուրս հանեց բոլոր անոնք՝ որ տաճարին մէջ կը ծախէին ու կը գնէին, եւ տապալեց լումայափոխներուն սեղաններն ու աղաւնի ծախողներուն աթոռները,
ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
13 եւ ըսաւ անոնց. «Գրուած է. “Իմ տունս աղօթքի տուն պիտի կոչուի”, բայց դուք աւազակներու քարայր ըրիք զայն»:
ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”
14 Կոյրեր ու կաղեր եկան իրեն՝ տաճարին մէջ, եւ բուժեց զանոնք:
ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।
15 Երբ քահանայապետներն ու դպիրները տեսան անոր գործած սքանչելիքները, եւ մանուկները՝ որոնք տաճարին մէջ կ՚աղաղակէին. «Ովսաննա՜ Դաւիթի Որդիին», ընդվզեցան
କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
16 եւ ըսին անոր. «Կը լսե՞ս ի՛նչ կ՚ըսեն ատոնք»: Յիսուս ըսաւ անոնց. «Այո՛, բնաւ չէ՞ք կարդացած գրուածը. “Երախաներուն ու ծծկերներուն բերանով գովաբանութիւն կատարեցիր”»:
ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”
17 Ապա ձգեց զանոնք, գնաց քաղաքէն դուրս՝ Բեթանիա, ու կեցաւ հոն գիշերը:
ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।
18 Առտուն, մինչ կը վերադառնար քաղաքը, անօթեցաւ:
ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
19 Ու ճամբան տեսնելով թզենի մը՝ քովը գնաց: Ոչինչ գտաւ անոր վրայ՝ տերեւներէն զատ, եւ ըսաւ անոր. «Ասկէ ետք ո՛չ մէկ պտուղ ըլլայ վրադ՝ յաւիտեան»: Թզենին անմի՛ջապէս չորցաւ: (aiōn g165)
ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା। (aiōn g165)
20 Երբ աշակերտները տեսան, զարմացան ու ըսին. «Ի՜նչպէս թզենին անմի՛ջապէս չորցաւ»:
ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?
21 Յիսուս պատասխանեց անոնց. «Ճշմա՛րտապէս կը յայտարարեմ ձեզի. “Եթէ հաւատք ունենաք ու չտատամսիք, ո՛չ միայն պիտի ընէք այդ թզենիին եղածը, այլ նաեւ եթէ ըսէք այս լերան. "Ելի՛ր ու ծո՛վը նետուէ", պիտի ըլլայ”:
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।
22 Ամէն ինչ որ կը խնդրէք աղօթքի մէջ՝ հաւատքով, պիտի ստանաք»:
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”
23 Երբ ան եկաւ տաճարը, քահանայապետներն ու ժողովուրդին երէցները մօտեցան անոր՝ մինչ կը սորվեցնէր, եւ ըսին. «Ի՞նչ իշխանութեամբ կ՚ընես այդ բաները. ո՞վ տուաւ քեզի այդ իշխանութիւնը»:
ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
24 Յիսուս պատասխանեց անոնց. «Ես ալ ձեզի՛ հարցնեմ բան մը. եթէ ըսէք ինծի, ես ալ պիտի ըսեմ ձեզի թէ ի՛նչ իշխանութեամբ կ՚ընեմ այդ բաները:
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି।
25 “Յովհաննէսի մկրտութիւնը ուրկէ՞ էր, երկինքէ՞ն՝ թէ մարդոցմէ”»: Անոնք կը մտածէին իրենց մէջ՝ ըսելով. «Եթէ պատասխանենք. “Երկինքէն”, պիտի ըսէ մեզի. “Հապա ինչո՞ւ չհաւատացիք անոր”:
ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
26 Իսկ եթէ պատասխանենք. “Մարդոցմէ”, բազմութենէն կը վախնանք, որովհետեւ բոլորն ալ մարգարէ կը համարեն Յովհաննէսը»:
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।
27 Ուստի պատասխանեցին Յիսուսի. «Չենք գիտեր»: Ինք ալ ըսաւ անոնց. «Ես ալ չեմ ըսեր ձեզի թէ ի՛նչ իշխանութեամբ կ՚ընեմ այդ բաները»:
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
28 «Ի՞նչ է ձեր կարծիքը. մարդ մը ունէր երկու զաւակ: Առաջինին ըսաւ. “Որդեա՛կ, գնա՛, գործէ՛ այսօր այգիիս մէջ”:
“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”
29 Ան ալ պատասխանեց. “Չեմ ուզեր երթալ”: Բայց յետոյ զղջաց ու գնաց:
ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।
30 Միւսին ալ գնաց եւ նոյնը ըսաւ: Ան ալ պատասխանեց. “Կ՚երթամ, տէ՛ր”, սակայն չգնաց:
ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’
31 Այս երկուքէն ո՞վ գործադրեց իր հօր կամքը»: Ըսին անոր. «Առաջի՛նը»: Յիսուս ըսաւ անոնց. «Ճշմա՛րտապէս կը յայտարարեմ ձեզի թէ մաքսաւորներն ու պոռնիկները ձեզմէ առաջ պիտի մտնեն Աստուծոյ թագաւորութիւնը:
ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
32 Արդարեւ Յովհաննէս արդարութեան ճամբայով եկաւ ձեզի, եւ դուք չհաւատացիք անոր. բայց մաքսաւորներն ու պոռնիկները հաւատացին անոր, իսկ դուք տեսաք եւ յետոյ չզղջացիք՝ որ հաւատայիք անոր»:
କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”
33 «Լսեցէ՛ք ուրիշ առակ մըն ալ: Հողատէր մը կար՝ որ այգի մը տնկեց, ցանկով պատեց զայն, հնձան փորեց անոր մէջ, աշտարակ կառուցանեց, մշակներու յանձնեց զայն եւ ճամբորդեց:
“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
34 Երբ պտուղի ատենը մօտեցաւ՝ իր ծառաները ղրկեց մշակներուն, որպէսզի ստանան անոր պտուղները:
ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
35 Մշակները բռնեցին անոր ծառաները, մէկը ծեծեցին, միւսը սպաննեցին, ուրիշ մը քարկոծեցին:
କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।
36 Դարձեալ ծառաներ ղրկեց՝ առաջիններէն շատ, եւ անոնց ալ նոյնպէս ըրին:
ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।
37 Ամենէն ետք իր որդին ղրկեց անոնց՝ ըսելով. “Թերեւս պատկառին որդիէս”:
‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ।
38 Բայց մշակները՝ երբ տեսան որդին՝ ըսին իրարու. “Ա՛յս է ժառանգորդը. եկէ՛ք սպաննենք զայն եւ տիրանանք անոր ժառանգութեան”:
ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’
39 Ու բռնեցին զայն, այգիէն դուրս հանեցին եւ սպաննեցին:
ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ।
40 Ուրեմն երբ այգիին տէրը գայ, ի՞նչ պիտի ընէ այդ մշակներուն»:
ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?”
41 Ըսին իրեն. «Չարաչար պիտի կորսնցնէ այդ չարերը, եւ այգին պիտի յանձնէ ուրիշ մշակներու, որոնք պտուղները իրենց ատենին պիտի տան իրեն»:
ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
42 Յիսուս ըսաւ անոնց. «Բնաւ չէ՞ք կարդացեր Գիրքին մէջ. “Այն քարը՝ որ կառուցանողները մերժեցին, անիկա՛ եղաւ անկիւնաքարը: Ասիկա Տէրոջմէ՛ն եղաւ, եւ սքանչելի է մեր աչքերուն”:
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’
43 Ուստի կը յայտարարեմ ձեզի. “Աստուծոյ թագաւորութիւնը պիտի առնուի ձեզմէ, ու պիտի տրուի այնպիսի ազգի մը՝ որ անոր պտուղները բերէ”:
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
44 Ո՛վ որ իյնայ այս քարին վրայ՝ պիտի կոտրտի, եւ որո՛ւն վրայ որ իյնայ՝ պիտի փսորէ զայն»:
ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”
45 Երբ քահանայապետներն ու Փարիսեցիները լսեցին անոր առակները, ըմբռնեցին որ իրենց մասին կը խօսէր.
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ।
46 եւ կը ջանային բռնել զայն: Բայց բազմութենէն կը վախնային, քանի որ իբր մարգարէ կ՚ընդունէին զայն:
ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।

< ՄԱՏԹԷՈՍ 21 >