< ՅԱՅՏՆՈՒԹԻՒՆ ՅՈՎՀԱՆՆՈՒ 8 >

1 Երբ բացաւ եօթներորդ կնիքը, լռութիւն եղաւ երկինքը՝ կէս ժամու չափ:
ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।
2 Ու տեսայ այն եօթը հրեշտակները՝ որ կայնած էին Աստուծոյ առջեւ. եօթը փողեր տրուեցան անոնց:
ତତ୍ପରେ ମୁଁ ଈଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।
3 Ուրիշ հրեշտակ մը եկաւ եւ կայնեցաւ զոհասեղանին առջեւ. ան ունէր ոսկիէ խնկանոց մը, ու շատ խունկ տրուեցաւ իրեն, որպէսզի ընծայէ բոլոր սուրբերուն աղօթքներուն հետ՝ գահին առջեւ եղող ոսկիէ զոհասեղանին վրայ:
ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।
4 Եւ խունկերուն ծուխը՝ սուրբերուն աղօթքներուն հետ՝ հրեշտակին ձեռքէն բարձրացաւ Աստուծոյ առջեւ:
ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା।
5 Ապա հրեշտակը առաւ խնկանոցը, լեցուց զայն զոհասեղանին կրակէն, ու նետեց երկրի վրայ. եւ ձայներ, որոտումներ, փայլակներ ու երկրաշարժ եղան:
ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।
6 Եւ եօթը հրեշտակները, որ ունէին եօթը փողերը, պատրաստուեցան հնչեցնելու զանոնք:
ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ।
7 Առաջին հրեշտակը հնչեցուց փողը, եւ արիւնով խառնուած կարկուտ ու կրակ եղաւ եւ նետուեցաւ երկրի վրայ. (երկրի մէկ երրորդը այրեցաւ, ) ծառերուն մէկ երրորդը այրեցաւ, ու ամէն կանաչ խոտ այրեցաւ:
ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତ-ମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
8 Երկրորդ հրեշտակը հնչեցուց փողը, եւ հրավառ մեծ լերան պէս բան մը նետուեցաւ ծովը. ծովուն մէկ երրորդը արիւն եղաւ,
ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,
9 ծովուն մէջ ապրող արարածներուն մէկ երրորդը մեռաւ, ու նաւերուն մէկ երրորդը փճացաւ:
ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା।
10 Երրորդ հրեշտակը հնչեցուց փողը, ու երկինքէն մեծ աստղ մը ինկաւ՝ ջահի պէս վառելով. ան ինկաւ գետերուն մէկ երրորդին եւ ջուրերու աղբիւրներուն վրայ:
ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;
11 Այդ աստղին անունը Օշինդր էր, ու ջուրերուն մէկ երրորդը օշինդր եղաւ, եւ շատ մարդիկ մեռան ջուրերէն՝ քանի որ դառնացած էին:
ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।
12 Չորրորդ հրեշտակը հնչեցուց փողը, ու արեւին մէկ երրորդը զարնուեցաւ, նաեւ լուսինին մէկ երրորդը եւ աստղերուն մէկ երրորդը. հետեւաբար անոնց մէկ երրորդը խաւարեցաւ, օրուան մէկ երրորդը չլուսաւորուեցաւ, նմանապէս՝ գիշերուան:
ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।
13 Տեսայ, ու լսեցի երկինքի մէջտեղէն թռչող հրեշտակ մը՝ որ բարձրաձայն կ՚ըսէր. «Վա՜յ, վա՜յ, վա՜յ երկրի բնակիչներուն՝ այն միւս փողի ձայներուն համար, որ երեք հրեշտակները պիտի հնչեցնեն»:
ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।

< ՅԱՅՏՆՈՒԹԻՒՆ ՅՈՎՀԱՆՆՈՒ 8 >