< Ikinci Padşahlar 14 >

1 İsrail padşahı Yehoaxaz oğlu Yoaşın padşahlığının ikinci ilində Yəhuda padşahı Yoaşın oğlu Amasya padşah oldu.
ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 O, padşah olduğu vaxt iyirmi beş yaşında idi və Yerusəlimdə iyirmi doqquz il padşahlıq etdi. Anası Yerusəlimdən olub adı Yehoaddan idi.
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
3 Amasya atası Yoaşın etdiyi kimi Rəbbin gözündə doğru olan işlər etdi, amma babası Davud kimi deyildi.
ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।
4 Lakin səcdəgahlar aradan qaldırılmadı, xalq hələ səcdəgahlarda qurban gətirir və buxur yandırırdı.
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 Padşahlıq əlində möhkəmlənəndə Amasya padşah olan atasını öldürmüş əyanları öldürdü.
ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
6 Ancaq Musanın Qanun kitabında yazıldığı kimi qatillərin oğullarını öldürmədi, çünki Rəbb əmr edib demişdi: «Oğula görə ata, ataya görə oğul öldürülməsin, hər kəs öz günahına görə ölməlidir».
“ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
7 O, on min nəfər Edomlunu Duz dərəsində qırıb Selanı müharibə ilə aldı. Onun adını Yoqteel qoydu və bu günə qədər də belədir.
ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
8 O vaxt Amasya İsrail padşahı Yehu oğlu Yehoaxaz oğlu Yoaşın yanına qasidlər göndərib dedi: «Gəl, qarşılaşaq».
ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
9 İsrail padşahı Yoaş Yəhuda padşahı Amasyaya cavab verib dedi: «Livanda olan qanqal oradakı sidr ağacına xəbər göndərib “qızını oğluma arvad olmaq üçün ver” dedi. Amma Livanda olan bir çöl heyvanı keçərək qanqalı tapdaladı.
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
10 Əlbəttə, sən Edomluları qırdın və ürəyin qürurlandı. Bununla öyün və öz evində otur. Nə üçün sən Yəhudalılarla birlikdə bəlaya düşmək üçün münaqişəyə atılırsan?»
ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
11 Ancaq Amasya qulaq asmadı. İsrail padşahı Yoaş çıxıb Yəhuda padşahı Amasya ilə Yəhudada olan Bet-Şemeşdə qarşılaşdı.
ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
12 Yəhudalılar İsraillilərin önündə məğlub oldular və hər kəs öz evinə qaçdı.
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
13 İsrail padşahı Yoaş Yəhuda padşahı Axazya oğlu Yoaş oğlu Amasyanı Bet-Şemeşdə tutdu. Yoaş Yerusəlimə gəlib şəhər divarının Efrayim darvazasından Künc darvazasına qədər dörd yüz qulacını uçurdu.
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
14 Rəbbin məbədində və sarayın xəzinələrində tapılan bütün qızıl-gümüşü, bütün əşyaları apardı. Girov olaraq tutduğu adamları da götürüb Samariyaya qayıtdı.
ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
15 Yoaşın qalan işləri, onun hünəri və Yəhuda padşahı Amasya ilə necə vuruşduğu barədə İsrail padşahlarının salnamələr kitabında yazılmışdır.
ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍‍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
16 Yoaş ataları ilə uyudu və Samariyada İsrail padşahlarının yanında basdırıldı. Onun yerinə oğlu Yarovam padşah oldu.
ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।
17 Yəhuda padşahı Yoaş oğlu Amasya İsrail padşahı Yehoaxaz oğlu Yoaşın ölümündən sonra on beş il yaşadı.
ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
18 Amasyanın qalan işləri barədə Yəhuda padşahlarının salnamələr kitabında yazılmışdır.
ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
19 Yerusəlimdə Amasyaya qəsd hazırladılar. O, Lakişə qaçdı. Lakişə onun dalınca adamlar göndərib orada onu öldürdülər.
ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
20 Onu atlar üstündə gətirib Yerusəlimdə, Davudun şəhərində, atalarının yanında basdırdılar.
ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
21 Bütün Yəhuda xalqı on altı yaşlı Azaryanı götürüb atası Amasyanın yerinə padşah etdi.
ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କ ପଦରେ ରାଜା କଲେ।
22 Padşah ataları ilə uyuduqdan sonra o, Elatı Yəhudaya qaytarıb oranı tikdi.
ରାଜା ଅମତ୍‍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
23 Yəhuda padşahı Yoaş oğlu Amasyanın padşahlığının on beşinci ilində Yoaş oğlu Yarovam Samariyada İsrail üzərində padşah oldu və qırx bir il padşahlıq etdi.
ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
24 O, Rəbbin gözündə pis olan işlər etdi və Nevat oğlu Yarovamın İsrailə etdirdiyi bütün günahlardan əl çəkmədi.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25 Qulu Qat-Xeferli peyğəmbər Amittay oğlu Yunus vasitəsilə İsrailin Allahı Rəbbin söylədiyi sözə görə o, Xamat keçidindən Arava dənizinə qədər İsrail torpaqlarını geri aldı.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍‍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
26 Çünki Rəbb İsraillilərin acı fəlakətini görmüşdü: istər kölə olsun, istər azad, İsraillilərə kömək edən bir kəs olmadı.
କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
27 Rəbb heç vaxt İsrailin adını göylər altından siləcəyini deməmişdi, buna görə də Yoaş oğlu Yarovamın vasitəsilə onlara qurtuluş verdi.
ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
28 Yarovamın qalan işləri, etdiyi hər şey, onun hünəri, necə vuruşduğu və əvvəllər Yəhudaya məxsus olan Dəməşqi və Xamatı İsrailə necə qaytarması barədə İsrail padşahlarının salnamələr kitabında yazılmışdır.
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
29 Yarovam ataları İsrail padşahları ilə uyudu və yerinə oğlu Zəkəriyyə padşah oldu.
ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।

< Ikinci Padşahlar 14 >