< Qanunun Təkrari 20 >

1 Düşmənlərinizə qarşı döyüşə çıxanda atları, döyüş arabalarını və sizdən böyük bir ordunu görəndə qorxmayın, çünki sizi Misir torpağından çıxaran Allahınız Rəbb sizinlədir.
ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
2 Kahin döyüş qabağı ordunun yanına gəlib müraciət edərək
ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,
3 belə desin: “Ey İsraillilər, qulaq asın! Bu gün düşmənlərinizlə döyüşə çıxırsınız. Onlardan qorxub ürkməyin və təlaşa düşərək ürəyinizi yeməyin,
ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।
4 çünki Allahınız Rəbb düşmənlərinizlə döyüşmək və sizə qələbə qazandırmaq üçün sizinlə gedir”.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”
5 Zabitlər isə orduya belə desinlər: “Yeni ev tikib içində oturmayan kim var? Qoy evinə qayıtsın. Yoxsa döyüşdə ölər, evində başqası yaşayar.
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।
6 Üzüm bağı salıb məhsulunu toplamayan varmı? Qoy o da evinə qayıtsın. Birdən döyüşdə ölər, məhsulunu başqası yığar.
ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।
7 Bir qıza nişanlı olub evlənməyən varmı? O da evinə qayıtsın. Yoxsa döyüşdə ölər, nişanlısını başqası alar”.
ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”
8 Zabitlərin orduya müraciətinin davamı belə olsun: “Kim qorxusundan ürəyini yeyirsə, evinə qayıtsın. Öz ürəyi kimi yoldaşlarının da ürəyini üzməsin”.
ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।”
9 Zabitlər orduya müraciətini bitirəndən sonra bölmələrə rəhbərlər təyin etsinlər.
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।
10 Hansı şəhərə yürüş etsəniz, əvvəl onun xalqını sülhə çağırın.
ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।
11 Əgər o sizinlə sülh yolu ilə razılaşıb qarşınızda darvazalarını açarsa, qoy oranın bütün əhalisi sizə mükəlləfiyyətçi olub qulluğunuzda dursun.
ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।
12 Yox, əgər sizin sülh çağırışınızı rədd edib döyüşə başlasa, onda şəhəri mühasirəyə alın.
ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।
13 Allahınız Rəbb şəhəri sizə təslim edəndə oranın bütün kişilərini qılıncdan keçirin.
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ।
14 Qadınları, uşaqları, heyvanları və şəhərdə olan bütün malları isə talan edin. Allahınız Rəbbin sizə verdiyi düşmən malını özünüzə sərf edə bilərsiniz.
ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।
15 Sizə yaxın millətlərə aid olmayan, sizdən uzaqlarda yerləşən şəhərlərin hamısına qarşı rəftarınız belə olsun!
ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ।
16 Ancaq Allahınız Rəbbin irs olaraq sizə verəcəyi bu millətlərin şəhərlərində nəfəsi olan heç bir canlını belə, sağ buraxmamalısınız.
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।
17 Xetliləri, Emorluları, Kənanlıları, Perizliləri, Xivliləri, Yevusluları Allahınız Rəbbin sizə əmr etdiyi kimi tamamilə yox edin ki,
ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।
18 allahlarına iyrənc adətlərlə səcdə edənlərdən bunları öyrənərək Allahınız Rəbbə qarşı günah işlətməyəsiniz.
ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବତାମାନଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।
19 Hər hansı bir şəhərlə döyüşəndə oranı almaq üçün mühasirəsi uzun çəkərsə, ağacları baltalayıb məhv etməyin. Bu ağacların məhsulundan yeyə bilərsiniz, amma onları qırmayın. Məgər çöldəki ağaclar insandır ki, onları mühasirəyə alasınız?
ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ।
20 Biləndə ki bir ağac bar vermir, həmin ağacı kəsib yox edə bilərsiniz. Sizə müqavimət göstərən şəhəri alanadək mühasirə əməliyyatında bu ağaclardan istifadə edə bilərsiniz.
କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।

< Qanunun Təkrari 20 >