< Romalilara 13 >

1 Hər kəs başçılıq edən hakimiyyətlərə tabe olsun. Çünki Allah tərəfindən təyin olunmayan hakimiyyət yoxdur; mövcud olan hakimiyyətlər Allah tərəfindən təyin olunub.
ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।
2 Buna görə də hakimiyyətə qarşı çıxan adam Allahın təyin etdiyinin əleyhinə çıxır və əleyhinə çıxan belələri özlərini mühakiməyə düçar edir.
ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।
3 Çünki yaxşı iş görənlər deyil, pis iş görənlər hökmdarlardan qorxmalıdır. İstəyirsənmi hakimiyyətdən qorxmayasan? Yaxşı iş gör, onda o səni tərifləyər.
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
4 Hökmdar sənin xeyrin üçün Allaha xidmət edir. Amma pis iş görürsənsə, qorx! Çünki o, əbəs yerə qılınc daşımır, Allaha xidmət edir ki, pis iş görəndən qisas alsın və Allahın qəzəbini onun başına gətirsin.
କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।
5 Bu səbəbdən yalnız qəzəbə görə deyil, vicdanın xatirinə də hakimiyyətə tabe olmaq lazımdır.
ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।
6 Vergini də siz buna görə ödəyirsiniz. Çünki hökmdarlar Allahın xidmətçisidir və məhz bu işlə daim məşğuldurlar.
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
7 Beləliklə, hər kəsə öz haqqını verin: vergi haqqı olana vergi, gömrük haqqı olana gömrük, qorxu haqqı olana qorxu, hörmət haqqı olana hörmət.
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
8 Bir-birinizi sevməkdən başqa heç nədə heç kimə borclu qalmayın; çünki başqasını sevən Qanunu yerinə yetirmiş olur.
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
9 Belə ki «zina etmə, qətl etmə, oğurluq etmə, tamah salma» və bunlardan başqa nə əmr varsa, bu kəlamla yekunlaşdırmaq olar: «Qonşunu özün kimi sev».
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
10 Sevən insan qonşusuna qarşı pis iş görməz, buna görə də məhəbbət Qanunun tamamlanmasıdır.
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
11 Zəmanəni, yuxudan ayılmaq vaxtınızın gəldiyini anlayaraq belə rəftar edin. Çünki indi xilasımız iman etdiyimiz vaxtda olduğundan daha yaxındır.
ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
12 Gecə keçdi, gündüz isə yaxınlaşdı; buna görə də qaranlığın əməllərini üzərimizdən ataq və nurun silahlarına bürünək.
ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
13 Gün işığında olduğu kimi ləyaqətlə həyat sürək; eyş-işrətə və sərxoşluğa, əxlaqsızlığa və pozğunluğa, münaqişəyə və qısqanclığa qapılmayaq.
ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
14 Əksinə, Rəbb İsa Məsihə bürünün və cismani təbiətinizin ehtiraslarına uymaq fikrində olmayın.
ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।

< Romalilara 13 >