< ১ম করিন্থীয় 15 >

1 হে ভাইয়েরা এবং বোনেরা, তোমাদেরকে সেই সুসমাচার জানাচ্ছি, যে সুসমাচার তোমাদের কাছে প্রচার করেছি, যা তোমরা গ্রহণও করেছ, যাতে তোমরা দাঁড়িয়ে আছ;
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
2 আর তারই মাধ্যমে, আমি তোমাদের কাছে যে কথাতে সুসমাচার প্রচার করেছি, তা যদি ধরে রাখ, তবে পরিত্রান পাচ্ছ; না হলে তোমরা বৃথা বিশ্বাসী হয়েছ।
ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।
3 ফলে প্রথম গুরুত্বপূর্ণ বিষয় আমি তোমাদের কাছে এই শিক্ষা দিয়েছি এবং এটা নিজেও পেয়েছি যে, শাস্ত্রানুসারে খ্রীষ্ট আমাদের পাপের জন্য মারা গেলেন।
କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
4 ও কবরপ্রাপ্ত হলেন, আর শাস্ত্রানুসারে তিনি তৃতীয় দিনের উত্থাপিত হয়েছেন;
ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;
5 আর তিনি কৈফাকে, পরে সেই বারো জনকে দেখা দিলেন;
ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;
6 তারপরে একবারে পাঁচশোর বেশি ভাই এবং বোনকে দেখা দিলেন, তাদের অধিকাংশ লোক বেঁচে আছে, কিন্তু কেউ কেউ নিদ্রাগত হয়েছে।
ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।
7 তারপরে তিনি যাকোবকে, পরে সকল প্রেরিতদের দেখা দিলেন।
ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;
8 সবার শেষে অদিনের শিশুর মত জন্মেছি যে আমি, তিনি আমাকেও দেখা দিলেন।
ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।
9 কারণ প্রেরিতদের মধ্যে আমি সবচেয়ে ছোটো, বরং প্রেরিত নামে আখ্যাত হবার অযোগ্য, কারণ আমি ঈশ্বরের মণ্ডলী তাড়না করতাম।
କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
10 ১০ কিন্তু আমি যা আছি, ঈশ্বরের অনুগ্রহেই আছি; এবং আমার প্রতি প্রদত্ত তাঁর অনুগ্রহ নিরর্থক হয়নি, বরং তাঁদের সবার থেকে আমি বেশি পরিশ্রম করেছি, তা না, কিন্তু আমার সহবর্ত্তী ঈশ্বরের অনুগ্রহই করেছে;
କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
11 ১১ অতএব আমি হই, আর তাঁরাই হোন, আমরা এই ভাবে প্রচার করি এবং তোমরা এই ভাবে বিশ্বাস করেছ।
ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।
12 ১২ ভাল, খ্রীষ্ট যখন এই বলে প্রচারিত হচ্ছেন যে, তিনি মৃতদের মধ্য থেকে উত্থাপিত হয়েছেন, তখন তোমাদের কেউ কেউ কেমন করে বলছে যে, মৃতদের পুনরুত্থান নেই?
ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
13 ১৩ মৃতদের পুনরুত্থান যদি না হয়, তবে খ্রীষ্টও তো উত্থাপিত হয়নি।
ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
14 ১৪ আর খ্রীষ্ট যদি উত্থাপিত না হয়ে থাকেন, তাহলে তো আমাদের প্রচারও বৃথা, তোমাদের বিশ্বাসও বৃথা।
ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,
15 ১৫ আবার আমরা যে ঈশ্বরের সম্বন্ধে মিথ্যা সাক্ষী, এটাই প্রকাশ পাচ্ছে; কারণ আমরা ঈশ্বরের বিষয়ে এই সাক্ষ্য দিয়েছি যে, তিনি খ্রীষ্টকে উত্থাপন করেছেন; কিন্তু যদি মৃতদের উত্থাপন না হয়, তাহলে তিনি তাঁকে উত্থাপন করেননি।
ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;
16 ১৬ কারণ মৃতদের উত্থাপন যদি না হয়, তবে খ্রীষ্টও উত্থাপিত হননি।
ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
17 ১৭ আর খ্রীষ্ট যদি উত্থাপিত হয়ে না থাকেন, তাহলে তোমাদের বিশ্বাস মিথ্যা, এখন তোমরা নিজের নিজের পাপে রয়েছ।
ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ।
18 ১৮ সুতরাং যারা খ্রীষ্টে মারা গিয়েছে, তারাও বিনষ্ট হয়েছে।
ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।
19 ১৯ শুধু এই জীবনে যদি খ্রীষ্টে দয়ার প্রত্যাশা করে থাকি, তবে আমরা সব মানুষের মধ্যে বেশি দুর্ভাগা।
ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ।
20 ২০ কিন্তু বাস্তবিক খ্রীষ্ট মৃতদের মধ্য থেকে উত্থাপিত হয়েছেন, তিনি মৃতদের অগ্রিমাংশ।
କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
21 ২১ কারণ মানুষের মাধ্যমে যেমন মৃত্যু এসেছে, তেমন আবার মানুষের মাধ্যমে মৃতদের পুনরুত্থান এসেছে।
କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।
22 ২২ কারণ আদমে যেমন সবাই মরে, তেমনি আবার খ্রীষ্টেই সবাই জীবনপ্রাপ্ত হবে।
ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
23 ২৩ কিন্তু প্রত্যেক জন নিজের নিজের শ্রেণীতে; খ্রীষ্ট অগ্রিমাংশ, পরে খ্রীষ্টের লোক সব তাঁর আগমন কালে।
କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
24 ২৪ তারপরে পরিণাম হবে; তখন তিনি সব আধিপত্য, সব কর্তৃত্ব এবং পরাক্রম কে পরাস্ত করলে পর পিতা ঈশ্বরের হাতে রাজত্ব সমর্পণ করবেন।
ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।
25 ২৫ কারণ যত দিন না তিনি “সব শত্রুকে তাঁর পদতলে না রাখবেন,” তাঁকে রাজত্ব করতেই হবে।
କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
26 ২৬ শেষ শত্রু যে মৃত্যু, সেও বিলুপ্ত হবে।
ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
27 ২৭ কারণ “ঈশ্বর সবই বশীভূত করে তাঁর পদতলে রাখলেন।” কিন্তু যখন তিনি বলেন যে, সবই বশীভূত করা হয়েছে, তখন স্পষ্ট দেখা যায়, যিনি সবই তাঁর বশীভূত করলেন, তাঁকে বাদ দেওয়া হল।
କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।
28 ২৮ আর সবই তাঁর বশীভূত করা হলে পর পুত্র নিজেও তাঁর বশীভূত হবেন, যিনি সবই তাঁর নিয়ন্ত্রণে রেখেছিলেন; যেন ঈশ্বরই সর্বেসর্বা হন।
ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ବର ସର୍ବେସର୍ବା ହୁଅନ୍ତି।
29 ২৯ অথবা, মৃতদের জন্য যারা বাপ্তিষ্ম নেয়, তারা কি করবে? মৃতেরা যদি একেবারেই উত্থাপিত না হয়, তাহলে ওদের জন্য তারা আবার কেন বাপ্তিষ্ম নেবে?
ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
30 ৩০ আর আমরাই কেন ঘন্টায় ঘন্টায় বিপদের মধ্যে পড়ি?
ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?
31 ৩১ ভাইয়েরা এবং বোনেরা, আমাদের প্রভু খ্রীষ্ট যীশুতে তোমাদের বিষয়ে আমার যে গর্ব, তার দোহাই দিয়ে বলছি, আমি প্রতিদিন মারা যাচ্ছি।
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।
32 ৩২ ইফিষে পশুদের মত লোকেদের সাথে যে যুদ্ধ করেছি, তা যদি মানুষের মত করে থাকি, তবে তাতে আমার কি লাভ হবে? মৃতেরা যদি উত্থাপিত না হয়, যেমন পবিত্র শাস্ত্রে লেখা আছে, তবে “এস, আমরা খাওয়া দাওয়া করি, কারণ কাল মারা যাব।”
ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
33 ৩৩ ভ্রান্ত হয়ো না, কুসংস্কার শিষ্টাচার নষ্ট করে।
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
34 ৩৪ ধার্মিক হবার জন্য চেতনায় ফিরে এস, পাপ কর না, কারণ কার কার ঈশ্বর-জ্ঞান নেই; আমি তোমাদের লজ্জার জন্য এই কথা বলছি।
ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
35 ৩৫ কিন্তু কেউ বলবে, মৃতরা কিভাবে উত্থাপিত হয়? কিভাবে বা দেহে আসে?
କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?
36 ৩৬ হে নির্বোধ, তুমি নিজে যা বোনো, তা না মরলে জীবিত করা যায় না।
ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,
37 ৩৭ আর যা বোনো, যে মৃতদেহ উৎপন্ন হবে, তুমি তাহা বোনো না; বরং গমেরই হোক, কি অন্য কোন কিছুরই হোক, বীজমাত্র বুনছ;
ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ।
38 ৩৮ আর ঈশ্বর তাকে যে দেহ দিতে ইচ্ছা করলেন, তাই দেন; আর তিনি প্রত্যেক বীজকে তার নিজের মৃত দেহ দেন।
କିନ୍ତୁ ଈଶ୍ବର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦେଇଥାଆନ୍ତି।
39 ৩৯ সকল মাংস এক ধরনের মাংস না; কিন্তু মানুষের এক ধরনের, পশুর মাংস অন্য ধরনের, পাখির মাংস অন্য ধরনের, ও মাছের অন্য ধরনের।
ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର।
40 ৪০ আর স্বর্গীয় দেহ আছে, ও পার্থিব মৃতদেহ আছে; কিন্তু স্বর্গীয় দেহগুলির এক প্রকার তেজ, ও পার্থিব দেহগুলির অন্য ধরনের।
ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ।
41 ৪১ সূর্য্যের এক প্রকার তেজ, চন্দ্রের আর এক ধরনের তেজ, ও নক্ষত্রদের আর এক প্রকার তেজ; কারণ তেজ সম্বন্ধে একটি নক্ষত্র থেকে অন্য নক্ষত্র ভিন্ন।
ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।
42 ৪২ মৃতদের পুনরুত্থানও সেই রকম। ক্ষয়ে বোনা যায়, অক্ষয়তায় উত্থাপন করা হয়;
ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;
43 ৪৩ অনাদরে বোনা যায়, গৌরবে উত্থাপন করা হয়; দুর্বলতায় বোনা যায়, শক্তিতে উত্থাপন করা হয়;
ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ;
44 ৪৪ প্রাণিক দেহ বোনা যায়, আত্মিক দেহ উত্থাপন করা হয়। যখন মৃতদেহ আছে, তখন আত্মিক দেহও আছে।
ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି।
45 ৪৫ এই ভাবে পবিত্র শাস্ত্রে লেখাও আছে, প্রথম “মানুষ” আদম “সজীব প্রাণী হল,” শেষ আদম জীবনদায়ক আত্মা হলেন।
ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
46 ৪৬ কিন্তু যা আত্মিক, তা প্রথম না, বরং যা প্রাণিক, তাই প্রথম; যা আত্মিক তা পরে।
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।
47 ৪৭ প্রথম মানুষ পৃথিবীর ধূলো থেকে, দ্বিতীয় মানুষ স্বর্গ থেকে।
ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।
48 ৪৮ মাটির ব্যক্তিরা যে মাটির মত এবং স্বর্গীয় ব্যক্তিরা সেই স্বর্গীয়ের মত।
ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ।
49 ৪৯ আর আমরা যেমন সেই মাটির প্রতিমূর্ত্তি ধারণ করেছি, তেমনি সেই স্বর্গীয় ব্যক্তির প্রতিমূর্ত্তিও ধারণ করব।
ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।
50 ৫০ আমি এই বলি, ভাইয়েরা এবং বোনেরা, রক্তমাংস ও মাংস ঈশ্বরের রাজ্যের অধিকারী হতে পারে না; এবং ক্ষয় অক্ষয়তার অধিকারী হয় না।
ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
51 ৫১ দেখ, আমি তোমাদেরকে এক গুপ্ত সত্য বলি; আমরা সবাই মারা যাব না, কিন্তু সবাই রূপান্তরীকৃত হব;
ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
52 ৫২ এক মুহূর্তের মধ্যে, চোখের পলকে, শেষ তুরী ধ্বনি হবে; কারণ তুরী বাজবে, তাতে মৃতের অক্ষয় হয়ে উত্থাপিত হবে এবং আমরা রূপান্তরীকৃত হব।
କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।
53 ৫৩ কারণ এই ক্ষয়ণীয়কে অক্ষয়তা পরিধান করতে হবে এবং এই মর্ত্ত্যকে অমরতা পরিধান করতে হবে।
କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।
54 ৫৪ আর এই ক্ষয়ণীয় যখন অক্ষয়তা পরিহিত হবে এবং এই মর্ত্ত্য যখন অমরতা পরিহিত হবে, তখন এই যে কথা পবিত্র শাস্ত্রে লেখা আছে, তা সফল হবে,
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,
55 ৫৫ “মৃত্যু জয়ে কবলিত হল।” “মৃত্যু, তোমার জয় কোথায়? মৃত্যু, তোমার হুল কোথায়?” (Hadēs g86)
“ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?” (Hadēs g86)
56 ৫৬ মৃত্যুর হুল হল পাপ, ও পাপের শক্তি হলো নিয়ম।
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;
57 ৫৭ কিন্তু ঈশ্বরের ধন্যবাদ হোক, তিনি আমাদের প্রভু যীশু খ্রীষ্টের মাধ্যমে আমাদেরকে জয় প্রদান করেন।
କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
58 ৫৮ অতএব, হে আমার প্রিয় ভাইয়েরা এবং বোনেরা, সুস্থির হও, নিশ্চল হও, প্রভুর কাজে সবদিন উপচিয়ে পড়, কারণ তোমরা জান যে, প্রভুতে তোমাদের পরিশ্রম নিষ্ফল না।
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।

< ১ম করিন্থীয় 15 >