< শমূয়েলের প্রথম বই 11 >

1 পরে অম্মোনীয় নাহশ এসে যাবেশ-গিলিয়দের সামনে শিবির স্থাপন করলেন; আর যাবেশের সব লোক নাহশকে বলল, “আপনি আমাদের সঙ্গে নিয়ম তৈরী করুন; আমরা আপনার দাস হব৷”
ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍‍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍‍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।”
2 অম্মোনীয় নাহশ তাদেরকে এই উত্তর দিলেন, “আমি এই শর্তে তোমাদের সঙ্গে নিয়ম তৈরী করব যে, তোমাদের সবার ডান চোখ তুলে ফেলতে হবে এবং তার মাধ্যমে আমি সমস্ত ইস্রায়েলের বদনাম করব৷”
ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”
3 তখন যাবেশের প্রাচীনেরা বললেন, “আপনি সাত দিন আমাদের প্রতি ধৈর্য ধরুন; আমরা ইস্রায়েলের সব জায়গায় দূত পাঠাই; তাতে কেউ যদি আমাদেরকে উদ্ধার না করে, তবে আমরা বেরিয়ে আপনার কাছে যাব৷”
ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”
4 পরে দূতেরা শৌলের [বাড়ি] গিবিয়ায় এসে লোকেদের কানের কাছে এই কথা বলল, “তাতে সব লোক খুব জোরে কাঁদতে লাগলো৷”
ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।
5 পরে দেখ, শৌল ক্ষেত থেকে বলদের পিছন পিছন যাচ্ছিলেন৷ শৌল জিজ্ঞাসা করলেন, “লোকেদের কি হয়েছে? ওরা কাঁদছে কেন?” লোকেরা যাবেশের লোকেদের কথা তাঁকে বলল৷
ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, “ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି?” ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।
6 ঐ কথা শোনার পর ঈশ্বরের আত্মা শৌলের ওপর সবলে আসলেন এবং তিনি প্রচন্ড রেগে গেলেন৷
ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।
7 আর তিনি দুটি বলদ নিয়ে খন্ড খন্ড করে ঐ দূতেদের দিয়ে ইস্রায়েল দেশের সব জায়গায় পাঠিয়ে দিয়ে বললেন, “যে কেউ শৌলের ও শমূয়েলের সঙ্গে বাইরে না আসবে তার বলদের সঙ্গে এই রকম করা হবে,” তাতে সদাপ্রভুর প্রতি লোকদের ভয় উপস্থিত হওয়াতে তারা এক মানুষের মত বার হল৷
ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, “ଯେକେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍‍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ।” ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।
8 পরে তিনি বেষকে তাদের গণনা করলেন; তাতে ইস্রায়েল সন্তানদের তিন লক্ষ ও যিহূদার ত্রিশ হাজার লোক হল৷
ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।
9 পরে তারা সেই আগত দূতেদের বলল, “তোমরা যাবেশ-গিলিয়দের লোকদের কে বলবে, কাল কড়া রোদের দিন তোমরা উদ্ধার পাবে৷” তখন দূতেরা এসে যাবেশের লোকেদের ঐ খবর দিল ও তারা আনন্দ পেল৷
ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
10 ১০ পরে যাবেশের লোকেরা [নাহশকে] বলল, “কাল আমরা আপনাদের কাছে যাব; আপনাদের চোখে যা ভালো মনে হয়, আমাদের প্রতি তাই করবেন৷”
ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”
11 ১১ পরের দিন শৌল নিজের লোকদেরকে তিন দল করে খুব ভোরে [শত্রুদের] শিবিরের মধ্যে এসে কড়া রোদ পর্যন্ত অম্মোনীয়দেরকে হত্যা করলেন; আর তাদের অবশিষ্ট লোকেরা এমন ছিন্ন-ভিন্ন হল যে, তাদের দুজন এক জায়গায় থাকল৷
ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।
12 ১২ পরে লোকেরা শমূয়েলকে বলল, “কে বলেছে, শৌল কি আমাদের ওপর রাজা হবে? সেই লোকেদের আন, আমরা তাদেরকে হত্যা করি৷”
ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”
13 ১৩ কিন্তু শৌল বললেন, “আজ কারো প্রাণদন্ড হবে না, কারণ আজ সদাপ্রভু ইস্রায়েলের মধ্যে উদ্ধার কাজ করলেন৷”
ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”
14 ১৪ পরে শমূয়েল লোকদেরকে বললেন, “চল, আমরা গিলগলে গিয়ে সেখানে পুনরায় রাজত্ব তৈরী করি৷”
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”
15 ১৫ তাতে সমস্ত লোক গিলগলে গিয়ে সেই গিলগলে সদাপ্রভুর সামনে শৌলকে রাজা করল এবং সে স্থানে সদাপ্রভুর সামনে মঙ্গলার্থক বলি উত্সর্গ করল, আর সেই জায়গায় শৌল ও ইস্রায়েলের সমস্ত লোক খুব আনন্দ করল৷
ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।

< শমূয়েলের প্রথম বই 11 >