< প্রেরিত 22 >

1 ভাইয়েরা ও পিতারা, আমি এখন আপনাদের কাছে আত্মপক্ষ সমর্থন করছি, শুনুন।
ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
2 তখন তিনি ইব্রীয় ভাষায় তাদের কাছে কথা বলছেন শুনে তারা সবাই শান্ত হলো।
ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।
3 আমি যিহূদী, কিলিকিয়ার তার্ষ শহরে আমার জন্ম; কিন্তু এই শহরে গমলীয়েলের কাছে মানুষ হয়েছি, পূর্বপুরুষদের আইন কানুনে নিপুণভাবে শিক্ষিত হয়েছি; আর আজ আপনারা সবাই যেমন আছেন, তেমনি আমিও ঈশ্বরের জন্য উদ্যোগী ছিলাম।
ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
4 আমি এমনকি মৃত্যু পর্যন্ত এই পথের লোকেদের অত্যাচার করতাম, পুরুষ ও মহিলাদের বেঁধে জেলে দিতাম।
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
5 এই বিষয়ে মহাযাজক ও সমস্ত প্রাচীনেরা আমার সাক্ষী; তাঁদের কাছ থেকে আমি ভাইয়েদের জন্য চিঠি নিয়ে, দম্মেশকে গিয়েছিলাম; ও যারা সেখানে ছিল, তাদেরকেও বেঁধে যিরূশালেমে নিয়ে আসার জন্য গিয়েছিলাম, যেন তারা শাস্তি পায়।
ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।
6 আর যেতে যেতে দম্মেশক শহরের কাছাকাছি এলে, দুপুর বেলায় হঠাৎ আকাশ থেকে তীব্র আলো আমার চারিদিকে চমকিয়ে উঠল।
କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।
7 তাতে আমি মাটিতে পড়ে গেলাম, ও শুনতে পেলাম, কেউ যেন আমাকে বলছে, শৌল, শৌল, কেন আমাকে অত্যাচার করছ?
ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”
8 আমি জিজ্ঞাসা করলাম, প্রভু, আপনি কে? তিনি আমাকে বললেন, আমি নাসরতের যীশু, যাকে তুমি অত্যাচার করছ।
ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”
9 আর যারা আমার সঙ্গে ছিল, তারাও সেই আলো দেখতে পেল, কিন্তু যিনি আমার সঙ্গে কথা বলছিলেন, তাঁর কথা শুনতে পেল না।
ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।
10 ১০ পরে আমি বললাম, প্রভু, আমি কি করব? প্রভু আমাকে বললেন, উঠে দম্মেশকে যাও, তোমাকে যা যা করতে হবে বলে ঠিক করা আছে, তা সেখানেই তোমাকে বলা হবে।
ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”
11 ১১ আর আমি সেই আলোর তেজে অন্ধ হয়ে গিয়ে কিছু দেখতে পেলাম না এবং আমার সঙ্গীরা আমার হাত ধরে দম্মেশকে নিয়ে গেল।
ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି।
12 ১২ পরে অননিয় নামে এক ব্যক্তি, যিনি ব্যবস্থা অনুযায়ী ধার্মিক ছিলেন এবং সেখানকার সমস্ত ইহুদীদের মধ্যে তাঁর সুনাম ছিল,
ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
13 ১৩ তিনি আমার কাছে এসে পাশে দাঁড়িয়ে বললেন, ভাই শৌল, তুমি দৃষ্টি শক্তি লাভ কর; আর তখনি আমি তাঁকে দেখতে পেলাম।
ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।
14 ১৪ এবং তিনি আমাকে বললেন, আমাদের পূর্বপুরুষদের ঈশ্বর তোমাকে বেছে নিয়েছেন, যেন তুমি তাঁর ইচ্ছা জানতে পার এবং সেই ধার্ম্মিককে দেখতে ও তাঁর মুখের কথা শুনতে পাও;
ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15 ১৫ কারণ তুমি যা কিছু দেখেছ ও শুনেছ, সেই বিষয়ে সমস্ত মানুষের কাছে তাঁর সাক্ষী হবে।
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
16 ১৬ তাই এখন কেন দেরী করছ? উঠে, তাঁর নামে বিশ্বাস করে বাপ্তিষ্ম নাও, ও তোমার পাপ ধুয়ে ফেল।
ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
17 ১৭ তারপরে আমি যিরূশালেমে ফিরে এসে এক দিন মন্দিরে প্রার্থনা করছিলাম, এমন দিন অভিভূত (অবচেতন মন) হয়ে তাঁকে দেখলাম,
ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
18 ১৮ তিনি আমাকে বললেন, তাড়াতাড়ি কর, এখুনি যিরূশালেম থেকে বের হও, কারণ এই লোকেরা আমার বিষয়ে তোমার সাক্ষ্য গ্রহণ করবে না।
ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”
19 ১৯ আমি বললাম, প্রভু, তারা জানে যে, যারা তোমাকে বিশ্বাস করে, আমি প্রত্যেক সমাজঘরে তাদের বন্দী করতাম ও মারতাম;
ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
20 ২০ আর যখন তোমার সাক্ষী স্তিফানকে রক্তপাত হচ্ছিল, তখন আমি নিজে সামনে দাঁড়িয়ে সায় দিচ্ছিলাম, ও যারা তাঁকে মারছিল তাদের পোশাক পাহারা দিচ্ছিলাম।
ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।
21 ২১ তিনি আমাকে বললেন, তুমি যাও, আমি তোমাকে দূরে অযিহুদিদের কাছে পাঠাব।
ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”
22 ২২ লোকেরা এই পর্যন্ত তাঁর কথা শুনল, পরে চিৎকার করে বলল, একে পৃথিবী থেকে দূর করে দাও, ওকে বাঁচিয়ে রাখা উচিত হয়নি।
ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।
23 ২৩ তখন তারা চিৎকার করে তাদের পোশাক খুলে, ধূলো ওড়াতে লাগল;
ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
24 ২৪ তখন সেনা প্রধান পৌলকে দুর্গের ভিতরে নিয়ে যেতে আদেশ দিলেন এবং বললেন চাবুক মেরে এর পরীক্ষা করতে হবে, যেন তিনি জানতে পারেন যে, কেন লোকেরা তাঁকে দোষ দিয়ে চিৎকার করছে।
ସେତେବେଳେ ସହସ୍ର-ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ।
25 ২৫ পরে যখন তারা দড়ি দিয়ে তাঁকে বাঁধলো, তখন যে শতপতি কাছে দাঁড়িয়ে ছিলেন, পৌল তাঁকে বললেন, যে ব্যক্তি রোমীয় এবং বিচারে কোনো দোষ পাওয়া যায়নি, তাকে চাবুক মারা কি আপনাদের উচিত?
ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
26 ২৬ এই কথা শুনে শতপতি সেনা প্রধানের কাছে গিয়ে তাঁকে বললেন, আপনি কি করতে যাচ্ছেন? এই লোকটি তো রোমীয়।
ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।
27 ২৭ তখন সেনা প্রধান কাছে গিয়ে তাঁকে বললেন, বল দেখি, তুমি কি রোমীয়ের নাগরিক? তিনি বললেন, হ্যাঁ।
ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ।
28 ২৮ প্রধান সেনাপতি বললেন, এই নাগরিকত্ব আমি অনেক টাকা দিয়ে কিনেছি। পৌল বললেন, কিন্তু আমি জন্ম থেকেই রোমীয়।
ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।
29 ২৯ তখন যারা তাঁকে প্রশ্ন করার জন্য তৈরী হচ্ছিলেন, তারা তখনি তাঁর কাছ থেকে চলে গেল; আর তিনি যে রোমীয় এই কথা জানতে পেরে, ও তাঁকে বেঁধে ছিল বলে, প্রধান সেনাপতিও ভয় পেলেন।
ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର-ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ।
30 ৩০ কিন্তু পরের দিন, ইহুদীরা তাঁর উপর কেন দোষ দিচ্ছে, সত্য জানার জন্য প্রধান সেনাপতি তাঁকে ছেড়ে দিলেন, ও প্রধান যাজকদের ও মহাসভার লোকেদের একসঙ্গে আসতে আদেশ দিলেন এবং পৌলকে নামিয়ে তাঁদের কাছে উপস্থিত করলেন।
କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।

< প্রেরিত 22 >