< দ্বিতীয় বিবরণ 22 >

1 তোমার কোনো ভাইয়ের বলদ কিংবা মেষকে বিপথগামী হতে দেখলে তুমি তাদের থেকে গা ঢাকা দিও না; অবশ্য নিজের ভাইয়ের কাছে তাদেরকে ফিরিয়ে আনবে।
ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ।
2 যদি তোমার সেই ভাই তোমার কাছে অবস্থিত কিংবা পরিচিত না হয়, তবে তুমি সেই পশুকে নিজের বাড়িতে এনে যতক্ষণ সেই ভাই তার খোঁজ না করে, ততক্ষণ নিজের কাছে রাখবে, পরে তা ফিরিয়ে দেবে।
ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରେ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।
3 তুমি তার গাধার বিষয়েও সেরকম করবে এবং তার কাপড়ের বিষয়েও সেরকম করবে; তোমার ভাইয়ের হারিয়ে যাওয়া যে কোনো জিনিস তুমি পাও, সেই সবের বিষয়ে সেরকম করবে; তোমার গা ঢাকা দেওয়া উচিত না।
ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେକୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।
4 তোমার ভাই গাধা কিংবা বলদকে পথে পড়ে থাকতে দেখলে তাদের থেকে গা ঢাকা দিও না; অবশ্য তুমি তাদেরকে তুলতে তার সাহায্য করবে।
ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।
5 স্ত্রীলোক পুরুষের পরা কিংবা পুরুষ স্ত্রীলোকের পোশাক পরবে না; কারণ যে কেউ তা করে, সে তোমার ঈশ্বর সদাপ্রভুর ঘৃণার পাত্র।
ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।
6 যদি রাস্তার পাশে অবস্থিত কোনো গাছে কিংবা মাটির ওপরে তোমার সামনে কোনো পাখির বাসাতে বাচ্চা কিংবা ডিম থাকে এবং সেই বাচ্চার কিংবা ডিমের ওপরে মা পাখি বসে থাকে, তবে তুমি বাচ্চাদের সঙ্গে মা পাখিকে ধর না।
ଯେବେ ପଥପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।
7 তুমি নিজের জন্য বাচ্চাগুলিকে নিতে পার, কিন্তু নিশ্চয় মা পাখিকে ছেড়ে দেবে; যেন তোমার ভালো হয় ও দীর্ঘ দিন আয়ু হয়।
ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ିଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।
8 নতুন বাড়ি তৈরী করলে তার ছাদে পাঁচিল তৈরী করবে, পাছে তার ওপর থেকে কোনো মানুষ পড়ে গেলে তুমি নিজের বাড়িতে রক্তপাতের অপরাধ আনো।
ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।
9 তোমার আঙ্গুর ক্ষেতে মিশ্রিত বীজ বপন করবে না; পাছে সব ফল তোমার বোনা বীজ ও আঙ্গুর ক্ষেত অপবিত্র হবে।
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।
10 ১০ বলদে ও গাধায় এক সঙ্গে জুড়ে চাষ করবে না।
ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।
11 ১১ লোম ও মসীনা মেশানো সুতোর তৈরী পোশাক পর না।
ତୁମ୍ଭେ ଲୋମ ଓ ମସିନା କୌଣସି ମିଶ୍ରିତ ସୂତ୍ରନିର୍ମିତ ବସ୍ତ୍ର ପିନ୍ଧିବ ନାହିଁ।
12 ১২ নিজের আবরণের জন্যে গায়ের পোশাকের চার কোণায় আঁচল দিও।
ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।
13 ১৩ কোনো পুরুষ যদি বিয়ে করে স্ত্রীর কাছে যায়, পরে তাকে ঘৃণা করে
କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ତାହାର ସହବାସ କଲା ଉତ୍ତାରେ ଯଦି ତାହାକୁ ଘୃଣା କରେ
14 ১৪ এবং তার নামে অপবাদ করে ও তার অপমান করে বলে, “আমি এই স্ত্রীকে বিয়ে করেছি বটে, কিন্তু যখন আমি তার কাছে গেলাম, আমি তার মধ্যে কুমারীত্বের চিহ্ন পেলাম না;”
ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, “ଆମ୍ଭେ ଏହି ସ୍ତ୍ରୀକୁ ବିବାହ କଲୁ, ମାତ୍ର ସହବାସ ସମୟରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;”
15 ১৫ তবে সেই মেয়ের বাবা মা তার কুমারীত্বের চিহ্ন নিয়ে শহরের প্রাচীনদের কাছে শহরের দরজায় উপস্থিত করবে।
ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର-ଦ୍ୱାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।
16 ১৬ আর মেয়ের বাবা প্রাচীনদেরকে বলবে, “আমি এই লোকের সঙ্গে নিজের মেয়ের বিয়ে দিয়েছিলাম, কিন্তু এ তাকে ঘৃণা করে;
ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, “ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;
17 ১৭ আর দেখ, এ অপবাদ দিয়ে বলে, আমি তোমার মেয়ের কুমারীত্বের চিহ্ন পাইনি; কিন্তু আমার মেয়ের কুমারীত্বের চিহ্ন এই দেখুন। আর তারা শহরের প্রাচীনদের সামনে সেই পোশাক বাড়িয়ে দেবে।”
ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ‘ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ;’ ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି;” ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।
18 ১৮ পরে শহরের প্রাচীনরা সেই পুরুষকে ধরে শাস্তি দেবে।
ଏଉତ୍ତାରୁ ନଗରର ପ୍ରାଚୀନମାନେ ସେହି ପୁରୁଷକୁ ଧରି ଶାସ୍ତି ଦେବେ।
19 ১৯ আর তার একশো [শেকল] রূপা শাস্তি দিয়ে মেয়ের বাবাকে দেবে, কারণ সেই লোক ইস্রায়েলীয় এক কুমারীর উপরে বদনাম এনেছে; আর সে তার স্ত্রী হইবে, ঐ লোক সারাজীবন তাকে ত্যাগ করতে পারবে না।
ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ଡ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
20 ২০ কিন্তু সেই কথা যদি সত্য হয়, মেয়ের কুমারীত্বের চিহ্ন যদি না পাওয়া যায়;
ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ;
21 ২১ তবে তারা সেই মেয়েকে বের করে তার বাবার বাড়ির দরজার কাছে আনবে এবং সেই মেয়ের শহরের লোকেরা পাথরের আঘাতে তাকে হত্যা করবে; কারণ বাবার বাড়িতে ব্যভিচার করাতে সে ইস্রায়েলের মধ্যে অসম্মানীয় কাজ করেছে; এভাবে তুমি নিজের মধ্যে থেকে খারাপ ব্যবহার বাদ দেবে।
ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
22 ২২ কোনো লোক যদি একজন পরস্ত্রীর সঙ্গে শোয়ার দিনের ধরা পড়ে, তবে পরস্ত্রীর সঙ্গে শুয়ে থাকা সেই পুরুষ ও সেই স্ত্রী উভয়ে মারা যাবে; এভাবে তুমি ইস্রায়েলের মধ্যে থেকে খারাপ ব্যবহার বাদ দেবে।
ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।
23 ২৩ যদি কেউ পুরুষের প্রতি বাগদত্তা কোনো কুমারীকে শহরের মধ্যে পেয়ে তার সঙ্গে শোয়;
ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍‍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;
24 ২৪ তবে তোমরা সেই দুই জনকে বের করে শহরের দরজার কাছে এনে পাথরের আঘাতে হত্যা করবে; সেই মেয়েকে হত্যা করবে, কারণ শহরের মধ্যে থাকলেও সে চিৎকার করে নি এবং সেই লোককে হত্যা করবে, কারণ সে নিজের প্রতিবেশীর স্ত্রীকে অসম্মান করেছে; এভাবে তুমি নিজের মধ্যে থেকে খারাপ ব্যবহার বাদ দেবে।
ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
25 ২৫ কিন্তু যদি কোনো লোক বাগদত্তা মেয়েকে মাঠে পেয়ে জোর করে তার সঙ্গে শোয়, তবে তার সঙ্গে যে শোয় সেই লোক মারা যাবে;
ମାତ୍ର ଯଦି କୌଣସି ପୁରୁଷ ବାଗ୍‍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;
26 ২৬ কিন্তু মেয়ের প্রতি তুমি কিছুই করবে না; সে মেয়েতে প্রাণদণ্ডের যোগ্য পাপ নেই; কারণ যেমন কোনো মানুষ নিজের প্রতিবেশীর বিরুদ্ধে উঠে তাকে প্রাণে হত্যা করে, এটাও সেরকম।
ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡ ଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।
27 ২৭ কারণ সেই লোক মাঠে তাকে পেয়েছিল; ওই বাগদত্তা মেয়ে চিৎকার করলেও তার উদ্ধারকর্তা কেউ ছিল না।
ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥିଲା।
28 ২৮ যদি কেউ অবাগদত্তা কুমারী মেয়েকে পেয়ে তাকে ধরে তার সঙ্গে শোয় ও তারা ধরা পড়ে,
ଯେବେ କୌଣସି ପୁରୁଷ ଅବାଗ୍‍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରାପଡ଼ନ୍ତି,
29 ২৯ তবে তার সঙ্গে শুয়ে থাকা সেই লোক মেয়ের বাবাকে পঞ্চাশ [শেকল] রূপা দেবে এবং তাকে অসম্মানিত করেছে বলে সে তার স্ত্রী হবে; সেই লোক তাকে সারা জীবন ত্যাগ করতে পারবে না।
ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
30 ৩০ কোনো লোক নিজের বাবার স্ত্রীকে গ্রহণ করবে না ও নিজের বাবার বিয়ের অধিকার কেড়ে নিতে পারবে না।
କୌଣସି ପୁରୁଷ ଆପଣା ପିତୃଭାର୍ଯ୍ୟାକୁ ଗ୍ରହଣ କରିବ ନାହିଁ ଓ ଆପଣା ପିତାର ଅଞ୍ଚଳ ଅନାବୃତ କରିବ ନାହିଁ।

< দ্বিতীয় বিবরণ 22 >