< গালাতীয় 6 >

1 ভাইয়েরা, যদি কেউ কোন অপরাধে ধরাও পড়ে, তবে আত্মিক যে তোমরা, তোমরা সেই রকম ব্যক্তিকে নম্রতার আত্মায় সুস্থ কর, নিজেকে দেখ, পাছে তুমিও পরীক্ষাতে না পড়।
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
2 তোমরা একজন অন্যের ভার বহন কর, এই ভাবে খ্রীষ্টের ব্যবস্থা সম্পূর্ণভাবে পালন কর।
ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
3 কারণ যদি কেউ মনে করে, আমি কিছু, কিন্তু বাস্তবে সে কিছুই নয়, তবে সে নিজেকে নিজেই ঠকায়।
ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।
4 কিন্তু সবাই নিজের নিজের কাজের পরীক্ষা করুক, তাহলে সে শুধু নিজের কাছে গর্ব করার কারণ পাবে, অপরের কাছে নয়,
କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;
5 কারণ প্রত্যেকে নিজের নিজের ভার বহন করবে।
କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।
6 কিন্তু যে ব্যক্তি ঈশ্বরের বাক্য বিষয়ে শিক্ষা পায়, সে শিক্ষককে সমস্ত ভালো বিষয়ে সহভাগী হোক।
କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।
7 তোমরা ভ্রান্ত হয়ো না, ঈশ্বরকে ঠাট্টা করা যায় না, কারণ মানুষ যা কিছু বোনে তাই কাটবে।
ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
8 তাই নিজের দেহের উদ্দেশ্যে যে বোনে, সে দেহ থেকে ক্ষয়শীল শস্য পাবে, কিন্তু পবিত্র আত্মার উদ্দেশ্যে যে বোনে, সে আত্মা থেকে অনন্ত জীবনস্বরূপ শস্য পাবে। (aiōnios g166)
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ। (aiōnios g166)
9 আর এস, আমরা সৎ কাজ করতে করতে নিরুৎসাহ না হই, কারণ ক্লান্ত না হলে সঠিক দিনের শস্য পাব।
ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
10 ১০ এই জন্য এস, আমরা যেমন সুযোগ পাই, তেমনি সবার প্রতি, বিশেষ করে যারা বিশ্বাসী বাড়ির পরিজন, তাদের প্রতি ভাল কাজ করি।
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
11 ১১ দেখ, আমি কত বড় অক্ষরে নিজের হাতে তোমাদেরকে লিখলাম।
ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।
12 ১২ যে সকল লোক দেহে সুন্দর দেখাতে ইচ্ছা করে, তারাই তোমাদেরকে ত্বকছেদ হতে বাধ্য করছে, এর উদ্দেশ্য এই যেন খ্রীষ্টের ক্রুশের দ্বারা নির্যাতনের হাত থেকে রক্ষা পায়।
ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।
13 ১৩ কারণ যারা ত্বকছেদ করে থাকে, তারা নিজেরাও ব্যবস্থা পালন করে না, বরং তাদের ইচ্ছা এই যে, তোমরা ত্বকছেদ কর, যেন তারা তোমাদের দেহে অহঙ্কার করতে পারে।
କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରିପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି।
14 ১৪ কিন্তু আমাদের প্রভু যীশু খ্রীষ্টের ক্রুশ ছাড়া আমি যে আর কোন বিষয়ে গর্ব করি, তা দূরে থাকুক, তাঁর মাধ্যমেই আমার জন্য জগত এবং জগতের জন্য আমি ক্রুশে বিদ্ধ।
କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।
15 ১৫ কারণ ত্বকছেদ কিছুই না, অত্বকছেদও না, কিন্তু নতুন সৃষ্টিই প্রধান বিষয়।
କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।
16 ১৬ আর যে সমস্ত লোক এই সূত্র অনুযায়ী চলবে, তাদের উপরে শান্তি ও দয়া অবস্থান করুক, ঈশ্বরের ইস্রায়েলের উপরেও অবস্থান করুক।
ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।
17 ১৭ এখন থেকে কেউ আমাকে কষ্ট না দিক, কারণ আমি প্রভু যীশুর সমস্ত চিহ্ন আমার দেহে বহন করছি।
ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।
18 ১৮ ভাইয়েরা, আমাদের প্রভু যীশু খ্রীষ্টের অনুগ্রহ তোমাদের সঙ্গে থাকুক। আমেন।
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍‍।

< গালাতীয় 6 >