< ইব্রীয় 8 >

1 আমাদের এই সব কথার বক্তব্য এই, আমাদের এমন এক মহাযাজক আছেন, যিনি স্বর্গে, মহিমা সিংহাসনের ডানদিকে বসে আছেন।
ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
2 তিনি পবিত্র স্থানের এবং যে মিলাপ তাঁবু মানুষের মাধ্যমে না, কিন্তু প্রভুর মাধ্যমে স্থাপিত হয়েছে, সেই প্রকৃত তাঁবুর দাস।
ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
3 ফলে প্রত্যেক মহাযাজক উপহার ও বলি উৎসর্গ করতে নিযুক্ত হন, অতএব এরও অবশ্য কিছু উৎসর্গ আছে।
କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।
4 এখন খ্রীষ্ট যদি পৃথিবীতে থাকতেন, তবে একবারে যাজকই হতেন না; কারণ যারা আইন অনুসারে উপহার উৎসর্গ করে, এমন লোক আছে।
ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;
5 তারা স্বর্গীয় বিষয়ের নকল ও ছায়া নিয়ে আরাধনা করে, যেমন মোশি যখন তাঁবুর নির্মাণ করতে সতর্ক ছিলেন, তখন এই আদেশ পেয়েছিলেন, [ঈশ্বর] বলেন, “দেখ, পর্বতে তোমাকে যে আদর্শ দেখান গেল, সেইভাবে সবই করো।”
ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
6 কিন্তু এখন খ্রীষ্ট সেই পরিমাণে উৎকৃষ্টতর সেবকত্ব পেয়েছেন, যে পরিমাণে তিনি এমন এক নতুন নিয়মের মধ্যস্থ হয়েছেন, যা শ্রেষ্ঠ প্রতিজ্ঞার উপরে স্থাপিত হয়েছে।
କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
7 কারণ ঐ প্রথম নিয়ম যদি নির্দোষ হত, তবে দ্বিতীয় এক নিয়মের জন্য জায়গার চেষ্টা করা যেত না।
କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
8 যখন ঈশ্বর দোষ খুঁজে পেয়ে লোকদেরকে বলেন, “প্রভু বলেন, দেখ, এমন দিন আসছে, যখন আমি ইস্রায়েলীয়দের সাথে ও যিহূদাদের সাথে এক নতুন নিয়ম তৈরী করব,
ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;
9 সেই নিয়মানুসারে না, যা আমি সেই দিন তাদের পিতৃপুরুষদের সাথে করেছিলাম, যে দিন মিশর দেশ থেকে তাদেরকে হাত ধরে বের করে এনেছিলাম; কারণ তারা আমার নিয়মে স্থির থাকল না, আর আমিও তাদের প্রতি অবহেলা করলাম, একথা প্রভু বলেন।
ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।
10 ১০ কিন্তু সেই দিনের র পর আমি ইস্রায়েলীয়দের সাথে এই নতুন নিয়ম তৈরী করব, একথা প্রভু বলেন; আমি তাদের মনে আমার নিয়ম দেব, আর আমি তাদের হৃদয়ে তা লিখিব এবং আমি তাদের ঈশ্বর হব, ও তারা আমার প্রজা হবে।
କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
11 ১১ আর তারা প্রত্যেকে নিজের নিজের প্রতিবেশীকে এবং প্রত্যেকে নিজের নিজের ভাইকে শিক্ষা দেবে না, বলবে না, ‘তুমি প্রভুকে জানো’; কারণ তারা ছোটো ও বড় সবাই আমাকে জানবে।
ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।
12 ১২ কারণ আমি তাদের সব অধার্মিকতার জন্য দয়া দেখাবো এবং আমি তাদের পাপ সব আর কখনও মনে করব না।”
କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”
13 ১৩ নতুন নিয়ম বলাতে তিনি প্রথম চুক্তিকে পুরাতন করেছেন; কিন্তু যা পুরাতন ও জীর্ণ হচ্ছে, তা বিলীন হয়ে যাবে।
ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।

< ইব্রীয় 8 >