< মথি 6 >

1 সাবধান, লোককে দেখাবার জন্য তাদের সামনে তোমাদের ধর্ম্মকর্ম কর না, করলে তোমাদের স্বর্গস্থ পিতার কাছে তোমাদের পুরষ্কার নেই
ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
2 অতএব তুমি যখন দান কর, তখন তোমার সামনে তুরী বাজিও না, যেমন ভণ্ডরা লোকের কাছে প্রশংসা পাবার জন্য সমাজঘরে ও পথে করে থাকে; আমি তোমাদের সত্য বলছি, তারা নিজেদের পুরষ্কার পেয়েছে।
ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
3 কিন্তু তুমি যখন দান কর, তখন তোমরা ডান হাত কি করছে, তা তোমার বাঁ হাতকে জানতে দিও না।
କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
4 এই ভাবে তোমার দান যেন গোপন হয়; তাতে তোমার স্বর্গীয় পিতা, যিনি গোপনে দেখেন, তিনি তোমাকে ফল দেবেন।
ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
5 আর তোমরা যখন প্রার্থনা কর, তখন ভণ্ডদের মত হয়ো না; কারণ তারা সমাজঘরে ও পথের কোণে দাঁড়িয়ে লোক দেখানো প্রার্থনা করতে ভালবাসে; আমি তোমাদের সত্য বলছি, তারা নিজেদের পুরষ্কার পেয়েছে।
ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
6 কিন্তু তুমি যখন প্রার্থনা কর, তখন তোমার ঘরের ভেতরে প্রবেশ করো, আর দরজা বন্ধ করে তোমার পিতা, যিনি গোপনে বর্তমান, তাঁর কাছে প্রার্থনা করো; তাতে তোমার পিতা, যিনি গোপনে দেখেন, তিনি তোমাকে ফল দেবেন।
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
7 আর প্রার্থনার দিন তোমরা অর্থহীন কথা বার বার বলো না, যেমন অইহূদিগণ করে থাকে; কারণ তারা মনে করে, বেশি কথা বললেই তাদের প্রার্থনার উত্তর পাবে।
ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
8 অতএব তোমরা তাদের মত হয়ো না, কারণ তোমাদের কি কি প্রয়োজন, তা চাওয়ার আগে তোমাদের স্বর্গীয় পিতা জানেন।
ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।
9 অতএব তোমরা এই ভাবে প্রার্থনা করো; হে আমাদের স্বর্গস্থ পিতঃ, তোমার নাম পবিত্র বলে মান্য হোক,
ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
10 ১০ তোমার রাজ্য আসুক, তোমার ইচ্ছা সিদ্ধ হোক যেমন স্বর্গে তেমনি পৃথিবীতেও হোক;
ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।
11 ১১ আমাদের প্রয়োজনীয় খাদ্য আজ আমাদেরকে দাও;
ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
12 ১২ আর আমাদের অপরাধ সব ক্ষমা কর, যেমন আমরাও নিজের নিজের অপরাধীদেরকে ক্ষমা করেছি;
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
13 ১৩ আর আমাদেরকে পরীক্ষাতে এনো না, কিন্তু মন্দ থেকে রক্ষা কর।
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
14 ১৪ কারণ তোমরা যদি লোকের অপরাধ ক্ষমা কর, তবে তোমাদের স্বর্গীয় পিতা তোমাদেরও ক্ষমা করবেন।
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
15 ১৫ কিন্তু তোমরা যদি লোকদেরকে ক্ষমা না কর, তবে তোমাদের পিতা তোমাদেরও অপরাধ ক্ষমা করবেন না।
କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
16 ১৬ আর তোমরা যখন উপবাস কর, তখন ভণ্ডদের মত বিষন্ন মুখ করে থেকো না; কারণ তারা লোককে উপবাস দেখাবার জন্য নিজেদের মুখ শুকনো করে; আমি তোমাদের সত্য বলছি, তারা নিজেদের পুরষ্কার পেয়েছে।
ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
17 ১৭ কিন্তু তুমি যখন উপবাস কর, তখন মাথায় তেল মেখ এবং মুখ ধুইয়ো;
କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
18 ১৮ যেন লোকে তোমার উপবাস দেখতে না পায়, কিন্তু তোমার পিতা, যিনি গোপনে বর্তমান, তিনিই দেখতে পান; তাতে তোমার পিতা, যিনি গোপনে দেখেন, তিনি তোমাকে ফল দেবেন।
ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
19 ১৯ তোমরা পৃথিবীতে নিজেদের জন্য অর্থ সঞ্চয় কর না; এখানে তো পোকায় ও মর্চ্চ্যায় ক্ষয় করে এবং এখানে চোরে সিঁধ কেটে চুরি করে।
ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
20 ২০ কিন্তু স্বর্গে নিজেদের জন্য অর্থ সঞ্চয় কর; সেখানে পোকায় ও মর্চ্চ্যায় ক্ষয় করে না, সেখানে চোরেও সিঁধ কেটে চুরি করে না।
ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
21 ২১ কারণ যেখানে তোমার অর্থ, সেখানে তোমার মনও থাকবে।
କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
22 ২২ চোখই শরীরের প্রদীপ; অতএব তোমার চোখ যদি নির্মল হয়, তবে তোমার সমস্ত শরীর আলোময় হবে।
ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।
23 ২৩ কিন্তু তোমার চোখ যদি অশুচি হয়, তবে তোমার সমস্ত শরীর অন্ধকারময় হবে। অতএব তোমার হৃদয়ের আলো যদি অন্ধকার হয়, সেই অন্ধকার কত বড়।
କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!
24 ২৪ কেউই দুই কর্তার দাসত্ব করতে পারে না; কারণ সে হয়তো এক জনকে ঘৃণা করবে, আর এক জনকে ভালবাসবে, নয় তো এক জনের প্রতি অনুগত হবে, আর এক জনকে তুচ্ছ করবে; তোমরা ঈশ্বর এবং ধন দুইয়েরই দাসত্ব করতে পার না।
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
25 ২৫ এই জন্য আমি তোমাদের বলছি, কি খাবার খাব, কি পান করব বলে প্রাণের বিষয়ে, কিম্বা কি পরব বলে শরীরের বিষয়ে ভেবো না; খাদ্য থেকে প্রাণ ও পোশাকের থেকে শরীর কি বড় বিষয় নয়?
ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?
26 ২৬ আকাশের পাখিদের দিকে তাকাও, তারা বোনেও না, কাটেও না, গোলাঘরে জমাও করে না, তা সত্বেও তোমাদের স্বর্গীয় পিতা তাদের খাবার দিয়ে থাকেন; তোমরা কি তাদের থেকে অনেক বেশি শ্রেষ্ঠ নও?
ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
27 ২৭ আর তোমাদের মধ্যে কে ভেবে নিজের বয়স এক হাতমাত্র বাড়াতে পারে?
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?
28 ২৮ আর পোশাকের বিষয়ে কেন চিন্তা কর? মাঠের লিলি ফুলের বিষয়ে চিন্তা কর, সেগুলি কেমন বাড়ে; সে সকল পরিশ্রম করে না, সুতোও কাটে না;
ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
29 ২৯ তা সত্বেও আমি তোমাদের বলছি, শলোমনও নিজের সমস্ত ঐশ্বর্য্য এর একটির মত সুসজ্জিত ছিলেন না।
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।
30 ৩০ ভাল, মাঠের যে ঘাস আজ আছে তা কাল আগুনে ফেলে দেওয়া হবে, তা যদি ঈশ্বর এরূপ সাজান, তবে হে অল্প বিশ্বাসীরা, তোমাদের কি আরও বেশি সুন্দর করে সাজাবেন না?
କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?
31 ৩১ অতএব এই বলে ভেবো না যে, “কি খাবার খাব? বা কি পান করব?”
ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।
32 ৩২ অইহূদিরা এসব জিনিস পাওয়ার জন্য ব্যস্ত হয়; তোমাদের স্বর্গীয় পিতা তো জানেন যে, এই সমস্ত জিনিস তোমাদের প্রয়োজন আছে।
କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।
33 ৩৩ কিন্তু তোমরা প্রথমে তাঁর রাজ্য ও তাঁর ধার্মিকতার বিষয়ে চেষ্টা কর, তাহলে এইসব জিনিসও তোমাদের দেওয়া হবে।
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
34 ৩৪ অতএব কালকের জন্য ভেবো না, কারণ কাল নিজের বিষয় নিজেই ভাববে; দিনের কষ্ট দিনের জন্যই যথেষ্ট।
ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।

< মথি 6 >