< গণনার বই 9 >

1 ইস্রায়েল মিশর দেশ থেকে বেরিয়ে আসার পর দ্বিতীয় বছরের প্রথম মাসে সীনয় মরুপ্রান্তে সদাপ্রভু মোশিকে বললেন,
ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “ইস্রায়েল সন্তানরা সঠিক দিনের নিস্তারপর্ব্ব পালন করুক।
“ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
3 এই মাসের চৌদ্দতম দিনের সন্ধ্যাবেলায় সঠিক দিনের তোমরা তা পালন কোরো, পর্বের সমস্ত নিয়ম ও সমস্ত শাসন অনুসারে তা পালন করবে।”
ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟାକାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”
4 তখন মোশি ইস্রায়েল সন্তানদের নিস্তারপর্ব্ব পালন করতে আদেশ করলেন।
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।
5 তাতে তারা প্রথম মাসের চৌদ্দতম দিনের সন্ধ্যাবেলায় সীনয় মরুপ্রান্তে নিস্তারপর্ব্ব পালন করল; সদাপ্রভু মোশিকে যে আদেশ করেছিলেন, সেই অনুসারেই ইস্রায়েল সন্তানরা সমস্তকিছু করল।
ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।
6 কয়েক জন লোক একটি মানুষের মৃতদেহ স্পর্শ করে অশুচি হওয়ার জন্য সেই দিন নিস্তারপর্ব্ব পালন করতে পারল না; অতএব তারা সেদিন মোশির ও হারোণের সামনে উপস্থিত হল।
ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।
7 সেই লোকগুলি তাকে বলল, “আমরা একটি মানুষের মৃতদেহ স্পর্শ করে অশুচি হয়েছি, তার জন্য কেন ইস্রায়েল সন্তানদের মধ্যে নির্দিষ্ট দিনের সদাপ্রভুর উদ্দেশ্যে উপহার উত্সর্গ করা থেকে আলাদা রেখেছেন?”
ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?”
8 মোশি তাদেরকে বললেন, “তোমরা দাঁড়াও, তোমাদের বিষয়ে সদাপ্রভু কি আদেশ দেন, তা শুনি।”
ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”
9 সদাপ্রভু মোশিকে বললেন, “তুমি ইস্রায়েল সন্তানদের বল,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
10 ১০ ‘তোমাদের কিংবা তোমাদের হবু সন্তানদের মধ্যে যখন কেউ মৃতদেহ স্পর্শ করে অশুচি হয়, কিংবা দূর কোন পথে থাকে, তখন সে সদাপ্রভুর উদ্দেশ্যে নিস্তারপর্ব্ব পালন করবে।’
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;’
11 ১১ দ্বিতীয় মাসে চৌদ্দতম দিনের সন্ধ্যাবেলায় তারা তা পালন করবে; তারা তাড়ীশূন্য রুটি ও তেতো শাকের সঙ্গে খাবে।
ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;
12 ১২ তারা সকাল পর্যন্ত তার কিছুই অবশিষ্ট রাখবে না ও পশুটির কোন হাড় ভাঙ্গবে না; নিস্তারপর্ব্বের সমস্ত নিয়ম অনুসারে তারা তা পালন করবে।
ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।
13 ১৩ কিন্তু যে কেউ শুচি থাকে ও পথিক না হয়, সে যদি নিস্তারপর্ব্ব পালন না করে, তবে সেই প্রাণী তার লোকেদের মধ্যে থেকে উচ্ছেদ হবে; কারণ সঠিক দিনের সদাপ্রভুর উদ্দেশ্যে উপহার না আনাতে সে নিজের পাপ নিজে বহন করবে।
ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;
14 ১৪ যদি কোন বিদেশীয় লোক তোমাদের মধ্যে বসবাস করে, আর সদাপ্রভুর উদ্দেশ্যে নিস্তারপর্ব্ব পালন করে; তবে সে নিস্তারপর্ব্বের নিয়ম হিসাবে ও পর্বের ব্যবস্থা অনুসারে তা পালন করবে; বিদেশী কি স্বদেশী উভয়ের জন্যই তোমাদের পক্ষে একমাত্র ব্যবস্থা হবে।”
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”
15 ১৫ যে দিন সমাগম তাঁবু স্থাপিত হল, সেই দিন মেঘ সমাগম তাঁবু অর্থাৎ সাক্ষ্য তাঁবু ঢেকে দিল। সন্ধ্যাবেলায় মেঘ সমাগম তাঁবুর উপরে সকাল পর্যন্ত আগুনের আকার ধারণ করলো।
ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
16 ১৬ এইরকম রোজ হত; মেঘ সমাগম তাঁবু ঢেকে দিত, আর রাত্রিতে আগুনের আকার দেখা যেত।
ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା।
17 ১৭ আর যে কোন দিনের তাঁবুর উপর থেকে মেঘ উপরের দিকে উঠে যায়, তখন ইস্রায়েল সন্তানরা যাত্রা করত এবং মেঘ যেখানে অবস্থান করত, ইস্রায়েল সন্তানরা সেইখানে শিবির স্থাপন করত।
ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।
18 ১৮ সদাপ্রভুর আদেশ অনুসারেই ইস্রায়েল সন্তানরা যাত্রা করত, সদাপ্রভুর আদেশ অনুসারেই শিবির স্থাপন করত, তারা তাদের শিবিরে থাকত।
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।
19 ১৯ আর মেঘ যখন সমাগম তাঁবুর সমাগম তাঁবুর উপরে অনেক দিন অবস্থান করত, তখন ইস্রায়েল সন্তানরা সদাপ্রভুর আদেশ পালন করত; যাত্রা করত না।
ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।
20 ২০ আর মেঘ কখন কখন সমাগম তাঁবুর উপরে অল্প দিন থাকত, সদাপ্রভুর আদেশে তারা শিবিরে থাকত, আর সদাপ্রভুর আদেশেই যাত্রা করত।
ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।
21 ২১ কখন কখন মেঘ সন্ধ্যাবেলা থেকে সকাল পর্যন্ত থাকত; আর মেঘ সকালে উপরের দিকে উঠে গেলে তারা যাত্রা করত; অথবা দিন কি রাত্রি হোক, মেঘ উপরে গেলেই তারা যাত্রা করত।
ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।
22 ২২ দুই দিন কিংবা একমাস কিংবা এক বছর হোক, সমাগম তাঁবুর উপরে মেঘ যতদিন থাকত, ইস্রায়েল সন্তানরাও ততদিন শিবিরে বাস করত; যাত্রা করত না; কিন্তু মেঘ উপরে উঠে গেলেই তারা যাত্রা করত।
ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।
23 ২৩ সদাপ্রভুর আদেশেই তারা শিবিরে থাকত, সদাপ্রভুর আদেশেই যাত্রা করত; তারা মোশির মাধ্যমে দেওয়া সদাপ্রভুর আদেশ অনুসারে সদাপ্রভুর নির্দেশ পালন করত।
ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।

< গণনার বই 9 >