< 2 Mafumu 1 >

1 Atamwalira Ahabu, Mowabu anawukira Israeli.
ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।
2 Ndipo Ahaziya anagwa kuchokera pa khonde la chipinda chake chammwamba ku Samariya, ndipo anavulala kwambiri. Choncho iye anatuma amithenga nawawuza kuti, “Pitani mukafunse kwa Baala-zebubu, mulungu wa ku Ekroni, ngati ndichire matendawa.”
ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”
3 Koma mngelo wa Yehova anawuza Eliya wa ku Tisibe kuti, “Nyamuka, pita ukakumane ndi amithenga a mfumu ya ku Samariya ndipo ukawafunse kuti, ‘Kodi popeza kulibe Mulungu ku Israeli, nʼchifukwa chake inu mukupita kukafunsa nzeru kwa Baala-zebubu, mulungu wa ku Ekroni?’
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍‍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବାକୁ ଯାଉଅଛ?’
4 Tsono Yehova akuti, ‘Iweyo sudzadzuka pa bedi wagonapo. Udzafa ndithu!’” Ndipo Eliya ananyamuka.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
5 Amithenga aja atabwerera kwa mfumu, mfumuyo inawafunsa kuti, “Chifukwa chiyani mwabwerera?”
ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”
6 Iwo anayankha kuti, “Munthu wina anabwera kudzakumana nafe, ndipo anatiwuza kuti, bwererani kwa mfumu imene inakutumani ndipo mukayiwuze kuti, ‘Yehova akuti, kodi popeza kulibe Mulungu ku Israeli, nʼchifukwa chake mukupita kukafunsa nzeru kwa Baala-zebubu, mulungu wa ku Ekroni? Tsono sudzadzuka pa bedi wagonapo. Udzafa ndithu!’”
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”
7 Mfumu inafunsa amithengawo kuti, “Kodi munthu amene anabwera kudzakumana nanuyo ndi kukuwuzani zimenezi amaoneka bwanji?”
ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”
8 Iwo anayankha kuti, “Munthuyo anavala zovala zaubweya ndi lamba wachikopa mʼchiwuno mwake.” Mfumu inati, “Munthu ameneyo ndi Eliya wa ku Tisibe.”
ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”
9 Pamenepo mfumu inatuma mtsogoleri wa ankhondo ndi anthu ake makumi asanu kwa Eliya. Mtsogoleriyo anapita kwa Eliya, amene anali atakhala pamwamba pa phiri, ndipo anati, “Munthu wa Mulungu, mfumu ikuti, ‘Tsikani!’”
ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”
10 Eliya anayankha mtsogoleriyo kuti, “Ngati ndine munthu wa Mulungu, moto utsike kuchokera kumwamba, ukupsereze iwe pamodzi ndi anthu makumi asanu akowo!” Pomwepo moto unatsikadi kuchokera kumwamba ndipo unapsereza mtsogoleriyo pamodzi ndi anthu akewo.
ତହୁଁ ଏଲୀୟ ସେହି ପଚାଶପତିଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
11 Zitachitika izi, mfumu inatumanso mtsogoleri wina pamodzi ndi asilikali ake makumi asanu. Mtsogoleriyo anati kwa Eliya, “Munthu wa Mulungu, zimene mfumu ikunena ndi izi, ‘Tsikani msangamsanga!’”
ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”
12 Eliya anayankha kuti, “Ngati ndine munthu wa Mulungu, moto utsike kuchokera kumwamba, ukupsereze iwe pamodzi ndi anthu ako makumi asanuwo!” Pomwepo moto unatsikadi kuchokera kumwamba ndipo unapsereza mtsogoleriyo pamodzi ndi anthu akewo.
ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
13 Ndipo mfumu inatumanso mtsogoleri wachitatu pamodzi ndi asilikali ake makumi asanu. Mtsogoleri wachitatuyu anakwera pa phiripo ndi kugwada pamaso pa Eliya. Iye anayankhula mopemba kuti, “Munthu wa Mulungu, chonde musandiwononge ineyo pamodzi ndi atumiki makumi asanu anuwa!
ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
14 Taonani, moto unatsika kuchokera kumwamba ndi kupsereza atsogoleri awiri pamodzi ndi anthu awo onse. Koma tsopano musawononge moyo wanga!”
ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”
15 Mngelo wa Yehova anati kwa Eliya, “Pita naye, usamuope.” Choncho Eliya ananyamuka natsika naye limodzi kupita kwa mfumu.
ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
16 Eliya anawuza mfumu kuti, “Yehova akuti, ‘Chifukwa chiyani munatumiza amithenga kwa Baala-zebubu, mulungu wa ku Ekroni, kukafunsa ngati muti muchire? Kodi mu Israeli mulibe Mulungu woti nʼkukuyankhani funso lanu? Choncho, popeza mwachita izi, simudzadzuka pamene mwagonapo; mudzafa ndithu.’”
ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”
17 Motero Ahaziya anafadi, monga mwa mawu a Yehova amene Eliya anayankhula. Tsono popeza Ahaziya analibe mwana, Yoramu analowa ufumu mʼmalo mwake mʼchaka chachiwiri cha Yehoramu mwana wa Yehosafati mfumu ya ku Yuda.
ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।
18 Ntchito zina zonse zimene Ahaziya anachita, kodi sizinalembedwe mʼbuku la mbiri ya mafumu a ku Israeli?
ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

< 2 Mafumu 1 >