< Numeri 4 >

1 Yehova anati kwa Mose ndi Aaroni:
ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2 “Werengani Akohati omwe ndi gawo limodzi la Alevi monga mwa mafuko awo ndi mabanja awo.
“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,
3 Werengani amuna onse amene ali ndi zaka makumi atatu mpaka zaka makumi asanu amene amabwera kudzagwira ntchito mu tenti ya msonkhano.
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
4 “Ntchito ya Akohati mu tenti ya msonkhano ndi iyi: kusamalira zinthu zopatulika kwambiri.
ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
5 Pamene anthu akusamuka pa msasa, Aaroni ndi ana ake aamuna azilowa mu tenti ndi kuchotsa chinsalu chotchingira ndi kuphimba nacho bokosi la umboni.
ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
6 Ndipo azikuta bokosilo ndi zikopa za akatumbu ndi kuyala pamwamba pake nsalu ya mtundu wa thambo ndi kuyika mitengo yonyamulira mʼmalo mwake.
ଓ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
7 “Pa tebulo pamene pamakhala buledi wa ansembe aziyalapo nsalu ya mtundu wa thambo, ndipo aziyikapo mbale, mabeseni, zipande ndi mitsuko yoperekera nsembe yachakumwa. Aziyikaponso buledi wokhala pamenepo nthawi zonse.
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
8 Tsono pamwamba pa izi aziyalapo nsalu yofiira, ndi kuzikuta mʼzikopa za akatumbu ndi kuyika mitengo yonyamulira mʼmalo mwake.
ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
9 “Azitenga nsalu ya mtundu wa thambo ndi kukutira choyikapo nyale, pamodzi ndi nyale zake, zopanira zake, zotengera zake ndi mitsuko yonse yosungiramo mafuta.
ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
10 Kenaka achikulunge pamodzi ndi zipangizo zake zonse mʼzikopa za akatumbu ndi kuchiyika pa chonyamulira chake.
ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
11 “Pamwamba pa guwa la golide aziyalapo nsalu ya mtundu wa thambo ndi kukutira ndi zikopa za akatumbu ndi kuyika mʼmalo mwake mitengo yonyamulira.
ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
12 “Azitenga zipangizo zonse zogwiritsira ntchito ku malo wopatulika, azizikulunga mʼnsalu ya mtundu wa thambo, azizikuta ndi zikopa za akatumbu ndi kuziyika pa zonyamulira zake.
ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
13 “Azichotsa phulusa la pa guwa lansembe lamkuwa ndi kuyalapo nsalu yapepo pamwamba pake.
ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
14 Kenaka aziyikapo zipangizo zonse zogwiritsira ntchito potumikira pa guwa, kuphatikizapo miphika yowotchera nyama, mafoloko otengera nyama, zowolera phulusa ndi mbale zowazira magazi pa guwa lansembe ndipo pamwamba pake aziyalapo zikopa za akatumbu ndi kuziyika mʼzonyamulira zake.
ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
15 “Aaroni ndi ana ake aamuna akamaliza kukutira ziwiya za ku malo wopatulika ndi zipangizo zopatulika zonse, ndipo akakonzeka kusamuka pamalopo, Akohati abwere kudzazinyamula koma asagwire zinthu zopatulikazo. Akatero adzafa. Izi ndizo zinthu zimene Akohati ayenera kunyamula mu tenti ya msonkhano.
ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
16 “Eliezara mwana wa Aaroni, wansembe, aziyangʼanira mafuta a nyale, ndi lubani wa nsembe zofukiza, nsembe yaufa yoperekedwa nthawi zonse ndi mafuta odzozera. Aziyangʼaniranso chihema ndi zonse zili mʼmenemo, kuphatikizapo zida ndi ziwiya zonse zopatulika.”
ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”
17 Yehova anawuzanso Mose ndi Aaroni kuti,
ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
18 “Onetsetsani kuti mabanja a fuko la Kohati asachotsedwe kwa Alevi.
“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!
19 Koma muziwachitira izi kuti asafe, akhalebe ndi moyo pamene ayandikira zinthu za ku malo wopatulika kwambiri: Aaroni ndi ana ake aamuna azipita ku malo wopatulika ndi kumamupatsa munthu aliyense ntchito yake ndi zimene ayenera kunyamula.
ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
20 Koma Akohati asalowe kukaona zinthu zopatulika, ngakhale kanthawi pangʼono, chifukwa akatero adzafa.”
ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
21 Yehova anawuza Mose kuti,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
22 “Werenganso Ageresoni monga mwa mabanja ndi mafuko awo.
“ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
23 Uwerenge amuna onse a zaka makumi atatu mpaka a zaka makumi asanu zakubadwa amene amabwera kudzatumikira ku tenti ya msonkhano.
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
24 “Ntchito ya mafuko a Ageresoni pamene akugwira ntchito ndi kunyamula katundu ndi iyi:
ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
25 Azinyamula makatani a ku chihema, tenti ya msonkhano, zokutira zake ndi zokutira kunja za zikopa za akatumbu, makatani a pa khomo la ku tenti ya msonkhano,
ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
26 makatani wotchingira bwalo lozungulira chihema ndi guwa, katani ya pa khomo, zingwe ndi zida zonse zimene zimagwiritsidwa ntchito mʼchihema. Ageresoni azichita zonse zofunika kuchitika ndi zinthu zimenezi.
ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
27 Ntchito yawo yonse, kaya kunyamula kapena kugwira ntchito zina, achite Ageresoni motsogozedwa ndi Aaroni ndi ana ake aamuna. Uwagawire ntchito zonse zimene akuyenera kugwira.
ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
28 Iyi ndiye ntchito ya fuko la Ageresoni ku tenti ya msonkhano. Ntchito zawo zichitike motsogozedwa ndi Itamara mwana wa wansembe Aaroni.
ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
29 “Werenga Amerari monga mwa mafuko awo ndi mabanja awo.
ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।
30 Werenga amuna onse a zaka makumi atatu mpaka zaka makumi asanu zakubadwa amene akatumikire mu tenti ya msonkhano.
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।
31 Ntchito yawo pamene azikatumikira mu tenti ya msonkhano ndi iyi: kunyamula matabwa a chihema, mitanda, mizati ndi matsinde,
ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
32 ndiponso mizati yozungulira bwalo ndi matsinde ake, zikhomo za chihema, zingwe ndi zipangizo zake zonse ndiponso zonse zokhudzana ndi ntchito yake. Uwuze munthu aliyense chomwe ayenera kuchita.
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
33 Iyi ndiyo ntchito ya mafuko a Amerari pamene akugwira ntchito ku tenti ya msonkhano motsogozedwa ndi Itamara mwana wa wansembe Aaroni.”
ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
34 Mose, Aaroni ndi atsogoleri a magulu a anthu anawerenga Akohati monga mwa mafuko ndi mabanja awo.
ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
35 Aamuna onse a zaka makumi atatu mpaka makumi asanu amene anabwera kudzagwira ntchito ku tenti ya msonkhano,
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
36 atawawerenga mwa mafuko awo, anali 2,750.
ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
37 Ichi chinali chiwerengero cha mafuko a Akohati onse omwe ankatumikira mu tenti ya msonkhano. Mose ndi Aaroni anawawerenga monga mwa lamulo la Yehova.
ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
38 Ageresoni anawerengedwanso monga mwa mafuko ndi mabanja awo.
ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
39 Amuna onse a zaka makumi atatu mpaka makumi asanu amene anabwera kudzagwira ntchito ku tenti ya msonkhano,
ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
40 atawawerenga mwa mafuko ndi mabanja awo, anali 2,630.
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
41 Ichi chinali chiwerengero cha Ageresoni mwa mabanja awo amene ankatumikira ku tenti ya msonkhano. Mose ndi Aaroni anawawerenga monga mwa lamulo la Yehova.
ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।
42 Amerari anawawerenga monga mwa mafuko ndi mabanja awo.
ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
43 Amuna onse kuyambira zaka makumi atatu mpaka makumi asanu amene anabwera kudzatumikira ntchito mu tenti ya msonkhano,
ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
44 atawawerenga mwa mafuko ndi mabanja awo, anali 3,200.
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।
45 Ichi ndicho chinali chiwerengero cha mabanja a Amerari. Mose ndi Aaroni anawawerenga monga momwe Yehova anawalamulira kudzera mwa Mose.
ଏମାନେ ମରାରି-ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
46 Kotero Mose, Aaroni ndi atsogoleri a Israeli anawerenga Alevi onse monga mwa mafuko ndi mabanja awo.
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
47 Aamuna onse a zaka makumi atatu mpaka zaka makumi asanu omwe anabwera kudzagwira ntchito yonyamula zinthu ku tenti ya msonkhano
ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
48 analipo 8,580.
ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।
49 Aliyense anamupatsa ntchito ndi kumuwuza choti anyamule monga mwa lamulo la Yehova kudzera mwa Mose. Anawawerenga chomwechi potsata zimene Yehova analamula Mose.
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।

< Numeri 4 >