< 路加福音 16 >

1 耶稣向门徒讲了一个故事:“从前有个财主,有人指控他的管家浪费主人的财物。
ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
2 主人把管家叫来,对他说:‘我听说了关于你的事情,怎么会这样?把你管的账目拿来,你不能再做管家了。’
ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
3 管家心想:‘主人不让我继续做管家,我又该做什么呢?去锄地没有力气!去讨饭又太羞耻了!
ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।
4 对了,我知道该做什么了。这样做,如果我不再当管家,就会有人让我去他们家做工。’
ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।
5 于是他找来欠他主人债的人。他问第一个人:‘你欠我主人多少?’
ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।
6 那人说:‘一百桶油。’管家说:‘那快坐下来,拿着你的欠条,把它改成五十桶。’
ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।
7 他又问另外一人:‘你欠多少?’那人说:‘一百包麦子。’管家说:‘给你欠条,改成八十包。’
ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’
8 他的主人夸奖了这位不诚实的管家,称他做事机警,因为现世之子在对待彼此的时候,比光之子更狡诈。 (aiōn g165)
ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ। (aiōn g165)
9 我告诉你们,用现世的财富去结交你的朋友,这样当你失去钱财后,就可以进入永恒之家。 (aiōnios g166)
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ। (aiōnios g166)
10 如果你在极小的事情上可以获得信任,大事也是如此。如果你在极小的事情上不诚实,大事也会不诚实。
ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
11 如果你在现世财富方面不值得信任,谁还会把真实的财富托付给你们?
ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?
12 如果你们对别人的东西不忠心,谁还把自己的东西交给你们呢?
ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
13 一个仆人不能服侍两个主人,他必会喜欢一人,讨厌另一人,或忠于一人而背离另一人。你们不能同时服侍上帝和金钱。”
କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
14 视财如命的法利赛人听见这些话,便开始嘲笑耶稣。
ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
15 但耶稣对他们说:“你们在人前自称善人,上帝却知道你们在想什么。因为人所看中的,正是上帝所憎恶的。
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
16 律法和先知所写的,持续到约翰为止。此后所传递的就是上帝之国的福音,人人都努力想要挤进上帝之国。
ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।
17 但相比天地终会消散,律法文字中哪怕是最小的一个点,也更不容易消失。
କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।
18 如果你休妻另娶,就犯了奸淫之罪。如果你娶了被休之妻,同样也是犯了奸淫之罪。
ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”
19 从前有一个财主很富有,总是身穿紫袍和精致的麻衣,过着奢华无度的日子。
“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20 有个满身长疮的乞丐名叫拉撒路,他经常坐在财主门口,
କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21 希望用财主饭桌上掉下的残渣充饥,甚至还有狗跑来舔他的疮。
ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
22 后来乞丐死了,天使们将他送到亚伯拉罕那里。财主也死了,被埋在土里。
କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
23 财主在阴间受尽折磨,于是向上望去,看到了亚伯拉罕和他身边的拉撒路。 (Hadēs g86)
ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା। (Hadēs g86)
24 于是财主喊着说:‘我父亚伯拉罕啊,可怜可怜我吧!派拉撒路来用手指蘸点水,冰冰我的舌头!我在这火焰炙烤的太难熬了。’
ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
25 但亚伯拉罕回复道:‘我的孩子,想想你生前享过的福,那时拉撒路过着穷苦的生活。现在他在这里过得很舒适,你就要受苦。
କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।
26 不仅如此,我们和你们之间还隔着一道深渊,从我这边根本无法去你那边,你们那边也无法到我们这边。’
ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’
27 财主说:‘我父啊,那么求你派拉撒路到我父亲的家里去,
ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ,
28 因为我有五个兄弟,他可以警告他们,免得他们最终也到这痛苦之地。’
କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’
29 亚伯拉罕说:‘摩西和先知都在他们那边,你的兄弟应该听他们的。’
କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’
30 财主说:‘不行啊,我父亚伯拉罕。如果出现在他们面前的人是死而复生,他们必定会悔改!’
ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’
31 亚伯拉罕对他说:‘如果他们不听从摩西和先知的话,就算有人死而复生,他们也不会信服。’”
କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”

< 路加福音 16 >