< 路加福音 19 >

1 耶稣走进耶利哥城,穿城而过。
ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।
2 有一个名叫撒该的税吏长,非常富有。
ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।
3 他想看看耶稣到底是谁,但在人群中,身材矮小的他无法看见。
ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ।
4 于是他跑到前面,爬上一棵无花果树,想在耶稣经过的时候看看他的样子。
ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।
5 耶稣走到这里后往上一看,对他说:“撒该,快下来,今天我要住在你家中。”
ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।”
6 撒该马上爬下来,高兴地迎接耶稣到他家去。
ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
7 众人见状议论纷纷:“他竟要住在这样的罪人家中!”
ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।
8 撒该站着对主说:“主啊,你看,我正在把一半的家财分给穷人,如果我曾欺骗谁,就会四倍奉还!”
କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
9 耶稣说:“今天这栋房子迎来了救赎,他也是亚伯拉罕的子孙。
ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
10 因为人子来寻找和拯救的就是迷失之人。”
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
11 众人专心听着耶稣的话。由于这里接近耶路撒冷,加上民众都认为上帝之国即将出现,于是耶稣就讲了一个故事。
ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।
12 他说:“从前有一个贵族,他离开家去远方接受王位加冕,然后再回到家。
ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
13 他叫了自己的十个仆人来,将钱平分给他们,然后说:‘你们用这钱去做投资,一直到我回来。’
ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।
14 但这国家的人都憎恨他,于是派一个代表跟过去,说:‘我们不想这个人做王统治我们。’
କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
15 贵族获得王位后返回,然后将那些拿钱投资的仆人召来,询问他们做投资的收益情况。
ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
16 第一个仆人上前说:‘主人,你的钱已经赚了十倍。’
ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।
17 国王说:‘做得好,你是个好仆人,因为你证明了在小事上很忠心,我现在派你去管理十座城。’
ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
18 第二个过来说:‘主人,你的钱已经赚了五倍。’
ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।
19 国王说:‘我派你去管理五座城。’
ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
20 另一个仆人走进来说:‘主啊,你看,这是你的钱,现在还给你。我用布包着它,确保安全。
ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
21 你是个严厉的人,我很害怕你。我怕你会拿走不属于你的东西,会收走你没有种下的作物。’
କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।
22 国王回答:‘我要根据你这番话来审判你。你知道我很严厉,会拿走不属于我的东西,会收走我没有种下的作物。
ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?
23 那你为什么不把我的钱存入银行,等我回来的时候,就可以连本带息取回来?’
ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି।
24 国王对身边站着的仆人说:‘把他的钱拿走,交给那赚了十倍的人。’
ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ।
25 侍卫说:‘但主人,他已经有了十倍的钱了。’
ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି।
26 国王说:‘告诉你们吧,那些已经有的,还会有更多。没有的,现在有的也会被拿走。
‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
27 至于那些不愿意我做国王统治他们的敌人,现在把他们拉到这里来,当着我的面杀掉!’”
କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”
28 耶稣讲完这个故事,就继续向前朝着耶路撒冷走去。
ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।
29 快到伯法其和伯大尼时,他来到了橄榄山,在那里叫来两名门徒,对他们说:
ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
30 “你们到前面的村子去,进去后会看见有一个地方拴着一头从未有人骑过的小驴,解开它的绳子,把它牵来。
“ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।
31 如果有人问为什么解开它,你们就说:‘主需要它。’”
ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”
32 两名门徒出发了,后来发生的一切与耶稣所说如出一辙。
ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।
33 他们解开小驴的时候,驴主人问:“你们为什么解开它?”
ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
34 他们说:“主需要它。”
ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।
35 门徒把小驴牵到耶稣那里,把自己的衣服搭在驴背上,耶稣坐在上面。
ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।
36 耶稣骑驴前行,众人把自己的衣服铺在路上。
ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।
37 当他走近耶路撒冷,这里也是橄榄山的下山路,门徒们因为看见了所有神迹,开始充满喜悦地大声赞美上帝。
ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
38 他们大声喊:“奉主之名前来的王,赞颂你!愿和平降临天堂,愿荣耀降临至高天堂!”
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
39 民众中有几个法利赛人对他说:“老师,不要让你的门徒说这些!”
ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
40 耶稣说:“我告诉你们,他们若保持沉默,石头就要呼喊了!”
ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
41 耶路撒冷越来越近了,耶稣看见这座城,开始为之哭泣,
ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
42 他说:“我真希望你们——就是你们啊,在今天能知道通往平安的路,但都隐藏起来了,你们看不到。
“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
43 时间一到,你们的仇敌就会包围过来,搭建斜坡攻击你们,把你们团团围住,困住你们,
ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,
44 他们会彻底摧毁你们,还有你们的孩子。所有的石头建筑都会轰然倒塌,因为你们在救赎到来之刻拒绝接受。”
ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”
45 耶稣走进神庙,赶走做买卖之人,
ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ,
46 他对他们说:“经文上记着:‘我的殿将用于祷告’。你们却把它变成贼窝了。”
“ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।”
47 然后他每天都在神庙里教导众人。祭司长、宗教老师和首领都想杀害他,
ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
48 但又不知道如何下手,因为众人都围着他并聆听。
କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।

< 路加福音 19 >