< 路加福音 2 >

1 那時,凱撒奧古斯都出了一道上諭,叫天下的人都要登記:
ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।
2 這是在季黎敘利亞總督時,初次行的登記。
ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।
3 於是眾人都去本城登記。
ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
4 若瑟因為是達味家族的人,也從加利肋亞納匝肋城,上猶大名叫白冷的達味城去,
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5 好同自己已懷孕的聘妻瑪利亞去登記。
ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
6 他們在那裡的時候,她分娩的日期滿了,
ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
7 便生了她的頭胎兒,用襁褓包裹起,放在馬槽裏,因為在客棧中為他們沒有地方。
ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।
8 在那區有些牧人露宿,守夜看守羊群。
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।
9 有上主的一個天使站在他們身邊,上主的光輝環照著他們,他們便非常害怕。
ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
10 天使向他們說:「不要害怕! 看,我給你們報告一個為全民族的大喜訊:
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
11 今天在達味城中,為你們誕生了一位救世者,他是主默西亞。
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
12 這是給你們的記號:你們將要看見一個嬰兒,裹著襁褓,躺在馬槽裏。」
ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।
13 忽然有一隊天軍,同那天使一起讚頌天主說:
ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
14 「天主受享光榮於高天,主愛的人在世享平安。」
“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”
15 眾天使離開他們往天上去了以後,牧人們就彼此說:「我們且往白冷去,看看上主所報告給我們所發生的事。」
ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।
16 他們急忙去了,找到了瑪利亞和若瑟,並那躺在馬在槽中的嬰兒。
ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।
17 他們看見以後,就把他們對他們論這小孩所說的事,傳揚開了,
ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
18 凡聽見的人都驚訝牧人向他們所說的的事。
ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।
19 瑪利亞卻把這一切事默存在自己心中,反覆思想。
କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।
20 牧人們為了他們所聽見和看見的一切,正如天使向他們說的一樣,就光榮讚美天主回去了。
ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
21 滿了八天,孩子應受割損,遂給祂起名叫耶穌,這是祂降孕母胎前,由天使所起的。
ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
22 按梅瑟的法律,一滿了他們取潔的日期,他們便帶孩子上耶路撒冷去獻給上主,
ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
23 就如上主法律上所記載的:『凡開胎首生的男孩性,應祝聖於上主。』
ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
24 並該照上主法上所吩咐的,獻上禮物:一對斑鳩或兩隻鶵鴿。
ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।
25 那時,在耶路撒冷有一個人,名叫西默盎。這人正義虔誠,期待以色列的安慰,而且聖神也在他身上。
ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
26 他曾蒙聖神啟示:自己在未看見上主的受傅者以前,決見不到死亡
ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।
27 他因聖神的感動,進了聖殿;那時,抱著嬰兒耶穌的父母正進來,要按著法律的慣例為祂行禮。
ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
28 西默盎就雙臂接過祂來,讚美天主說:
ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,
29 「主啊! 現在可照你的話,放你的僕人平安去了!
“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;
30 因為我親眼看見了你的救援,
କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
31 即你在萬民之早準備好的:
ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,
32 為作啟示異邦的光明,你百姓以色列的榮耀。」
ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”
33 他的父親和母親就驚異他關於耶穌所說的這些話。
ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।
34 西默盎祝福了他們,又向祂的母親瑪利亞說:「看,這孩子已被立定,為使以色列中許多人跌倒和復起,並成為夭對的記號─
ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
35 至於妳,要有一把利劍刺透妳的心靈─為叫許多人心中的思念顯露在出來。」
ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
36 又有一位女先知亞納,是阿協爾支派法奴耳的女兒,已上了年紀。她出閣後,與丈夫同居了七年,
ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।
37 以後就守寡,直到八十四歲。她齋戒祈禱,晝夜事奉天主,總不離開聖殿。
ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
38 正在那時刻,她也前來稱謝天主,並同一切希望耶路撒冷得救贖的人,講論這孩子。
ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
39 他們按著上主的法律,行完了一切,使返回了加利肋亞,他們的本城納匝肋。
ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ।
40 孩子漸漸長大而強壯,充滿智慧,天主的恩寵常在祂身上。
ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
41 祂的父母每年逾越節往耶路撒冷去。
ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।
42 祂到了十二歲時,他們又節日的慣例上去了。
ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।
43 過完了節日,他們回去的時候,孩童耶穌卻留在耶路撒冷,祂的父母並未發覺。
ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।
44 他們只以為祂在同行的人中間,遂走了一天的路程;以後就在親戚和相識的人中尋找祂。
କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,
45 既找不著,便折回耶路撒冷找祂。
ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ।
46 過了三天,才在聖殿裏找到了祂。祂正坐在經師中,聆聽他們,也詢問他們。
ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
47 凡聽見祂的人,對祂的智慧和對答,都驚奇不止。
ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।
48 他們一看見祂,便大為驚異,祂的母親就向祂說:「孩子,為什麼你這樣對待我們? 看,你的父親和我,一直痛苦的找你。」
ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।
49 耶穌對他們說:「你們為什麼找我? 你們不知道我必須在我父親那裡嗎? 」
ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?”
50 但是,他們不明白祂對他們所說的話。
କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।
51 祂就同他們下去,來到納匝肋,屬他們管轄。祂的母親逜把一切默存在心中。
ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।
52 耶穌在智慧和身體上,並在天主和人前的恩愛上,漸漸地增長。
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।

< 路加福音 2 >