< 歌罗西书 2 >

1 我愿意你们晓得,我为你们和老底嘉人,并一切没有与我亲自见面的人,是何等地尽心竭力;
କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
2 要叫他们的心得安慰,因爱心互相联络,以致丰丰足足在悟性中有充足的信心,使他们真知 神的奥秘,就是基督;
ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
3 所积蓄的一切智慧知识,都在他里面藏着。
ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
4 我说这话,免得有人用花言巧语迷惑你们。
କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।
5 我身子虽与你们相离,心却与你们同在,见你们循规蹈矩,信基督的心也坚固,我就欢喜了。
କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
6 你们既然接受了主基督耶稣,就当遵他而行,
ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
7 在他里面生根建造,信心坚固,正如你们所领的教训,感谢的心也更增长了。
ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
8 你们要谨慎,恐怕有人用他的理学和虚空的妄言,不照着基督,乃照人间的遗传和世上的小学就把你们掳去。
ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
9 因为 神本性一切的丰盛都有形有体地居住在基督里面,
କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
10 你们在他里面也得了丰盛。他是各样执政掌权者的元首。
ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
11 你们在他里面也受了不是人手所行的割礼,乃是基督使你们脱去肉体情欲的割礼。
ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍‍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
12 你们既受洗与他一同埋葬,也就在此与他一同复活,都因信那叫他从死里复活 神的功用。
ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
13 你们从前在过犯和未受割礼的肉体中死了, 神赦免了你们一切过犯,便叫你们与基督一同活过来;
ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,
14 又涂抹了在律例上所写、攻击我们、有碍于我们的字据,把它撤去,钉在十字架上。
ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;
15 既将一切执政的、掌权的掳来,明显给众人看,就仗着十字架夸胜。
ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
16 所以,不拘在饮食上,或节期、月朔、安息日都不可让人论断你们。
ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
17 这些原是后事的影儿;那形体却是基督。
ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।
18 不可让人因着故意谦虚和敬拜天使,就夺去你们的奖赏。这等人拘泥在所见过的,随着自己的欲心,无故地自高自大,
ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
19 不持定元首。全身既然靠着他,筋节得以相助联络,就因 神大得长进。
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
20 你们若是与基督同死,脱离了世上的小学,为什么仍像在世俗中活着、服从那“不可拿、不可尝、不可摸”等类的规条呢?
ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?”
22 这都是照人所吩咐、所教导的。说到这一切,正用的时候就都败坏了。
ଏହିସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ।
23 这些规条使人徒有智慧之名,用私意崇拜,自表谦卑,苦待己身,其实在克制肉体的情欲上是毫无功效。
ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।

< 歌罗西书 2 >