< 传道书 10 >

1 死苍蝇使做香的膏油发出臭气; 这样,一点愚昧也能败坏智慧和尊荣。
ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।
2 智慧人的心居右; 愚昧人的心居左。
ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।
3 并且愚昧人行路显出无知, 对众人说,他是愚昧人。
ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
4 掌权者的心若向你发怒, 不要离开你的本位, 因为柔和能免大过。
ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
5 我见日光之下有一件祸患, 似乎出于掌权的错误,
ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
6 就是愚昧人立在高位; 富足人坐在低位。
ମୂର୍ଖତା ଅତି ଉଚ୍ଚପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
7 我见过仆人骑马, 王子像仆人在地上步行。
ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
8 挖陷坑的,自己必掉在其中; 拆墙垣的,必为蛇所咬。
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
9 凿开石头的,必受损伤; 劈开木头的,必遭危险。
ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
10 铁器钝了,若不将刃磨快,就必多费气力; 但得智慧指教,便有益处。
ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
11 未行法术以先,蛇若咬人, 后行法术也是无益。
ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
12 智慧人的口说出恩言; 愚昧人的嘴吞灭自己。
ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
13 他口中的言语起头是愚昧; 他话的末尾是奸恶的狂妄。
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
14 愚昧人多有言语, 人却不知将来有什么事; 他身后的事谁能告诉他呢?
ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?
15 凡愚昧人,他的劳碌使自己困乏, 因为连进城的路,他也不知道。
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
16 邦国啊,你的王若是孩童, 你的群臣早晨宴乐, 你就有祸了!
ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
17 邦国啊,你的王若是贵胄之子, 你的群臣按时吃喝, 为要补力,不为酒醉, 你就有福了!
ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
18 因人懒惰,房顶塌下; 因人手懒,房屋滴漏。
ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
19 设摆筵席是为喜笑。 酒能使人快活; 钱能叫万事应心。
ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।
20 你不可咒诅君王, 也不可心怀此念; 在你卧房也不可咒诅富户。 因为空中的鸟必传扬这声音, 有翅膀的也必述说这事。
ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।

< 传道书 10 >