< 诗篇 105 >

1 你们要称谢耶和华,求告他的名, 在万民中传扬他的作为!
ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
2 要向他唱诗歌颂, 谈论他一切奇妙的作为!
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।
3 要以他的圣名夸耀! 寻求耶和华的人,心中应当欢喜!
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
4 要寻求耶和华与他的能力, 时常寻求他的面。
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
5 他仆人亚伯拉罕的后裔, 他所拣选雅各的子孙哪, 你们要记念他奇妙的作为和他的奇事, 并他口中的判语。
ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
6
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
7 他是耶和华—我们的 神; 全地都有他的判断。
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।
8 他记念他的约,直到永远; 他所吩咐的话,直到千代—
ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,
9 就是与亚伯拉罕所立的约, 向以撒所起的誓。
ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
10 他又将这约向雅各定为律例, 向以色列定为永远的约,
ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
11 说:我必将迦南地赐给你, 作你产业的分。
“ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।”
12 当时,他们人丁有限,数目稀少, 并且在那地为寄居的。
ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।
13 他们从这邦游到那邦, 从这国行到那国。
ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।
14 他不容什么人欺负他们, 为他们的缘故责备君王,
ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
15 说:不可难为我受膏的人, 也不可恶待我的先知。
“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”
16 他命饥荒降在那地上, 将所倚靠的粮食全行断绝,
ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।
17 在他们以先打发一个人去 —约瑟被卖为奴仆。
ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
18 人用脚镣伤他的脚; 他被铁链捆拘。
ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା;
19 耶和华的话试炼他, 直等到他所说的应验了。
ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।
20 王打发人把他解开, 就是治理众民的,把他释放,
ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
21 立他作王家之主, 掌管他一切所有的,
ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
22 使他随意捆绑他的臣宰, 将智慧教导他的长老。
ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।
23 以色列也到了埃及; 雅各在含地寄居。
ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।
24 耶和华使他的百姓生养众多, 使他们比敌人强盛,
ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।
25 使敌人的心转去恨他的百姓, 并用诡计待他的仆人。
ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।
26 他打发他的仆人摩西 和他所拣选的亚伦,
ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।
27 在敌人中间显他的神迹, 在含地显他的奇事。
ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।
28 他命黑暗,就有黑暗; 没有违背他话的。
ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
29 他叫埃及的水变为血, 叫他们的鱼死了。
ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ।
30 在他们的地上以及王宫的内室, 青蛙多多滋生。
ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 他说一声,苍蝇就成群而来, 并有虱子进入他们四境。
ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।
32 他给他们降下冰雹为雨, 在他们的地上降下火焰。
ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
33 他也击打他们的葡萄树和无花果树, 毁坏他们境内的树木。
ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 他说一声,就有蝗虫蚂蚱上来, 不计其数,
ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;
35 吃尽了他们地上各样的菜蔬 和田地的出产。
ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।
36 他又击杀他们国内一切的长子, 就是他们强壮时头生的。
ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
37 他领自己的百姓带银子金子出来; 他支派中没有一个软弱的。
ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
38 他们出来的时候,埃及人便欢喜; 原来埃及人惧怕他们。
ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।
39 他铺张云彩当遮盖, 夜间使火光照。
ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
40 他们一求,他就使鹌鹑飞来, 并用天上的粮食叫他们饱足。
ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
41 他打开磐石,水就涌出; 在干旱之处,水流成河。
ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
42 这都因他记念他的圣言 和他的仆人亚伯拉罕。
କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।
43 他带领百姓欢乐而出, 带领选民欢呼前往。
ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
44 他将列国的地赐给他们, 他们便承受众民劳碌得来的,
ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
45 好使他们遵他的律例, 守他的律法。 你们要赞美耶和华!
ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< 诗篇 105 >