< 诗篇 109 >

1 大卫的诗,交与伶长。 我所赞美的 神啊, 求你不要闭口不言。
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;
2 因为恶人的嘴和诡诈人的口已经张开攻击我; 他们用撒谎的舌头对我说话。
କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି।
3 他们围绕我,说怨恨的话, 又无故地攻打我。
ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି।
4 他们与我为敌以报我爱, 但我专心祈祷。
ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।
5 他们向我以恶报善, 以恨报爱。
ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।
6 愿你派一个恶人辖制他, 派一个对头站在他右边!
ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
7 他受审判的时候, 愿他出来担当罪名! 愿他的祈祷反成为罪!
ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।
8 愿他的年日短少! 愿别人得他的职分!
ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।
9 愿他的儿女为孤儿, 他的妻子为寡妇!
ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ।
10 愿他的儿女漂流讨饭, 从他们荒凉之处出来求食!
ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।
11 愿强暴的债主牢笼他一切所有的! 愿外人抢他劳碌得来的!
ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
12 愿无人向他延绵施恩! 愿无人可怜他的孤儿!
ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।
13 愿他的后人断绝, 名字被涂抹,不传于下代!
ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।
14 愿他祖宗的罪孽被耶和华记念! 愿他母亲的罪过不被涂抹!
ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।
15 愿这些罪常在耶和华面前, 使他的名号断绝于世!
ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।
16 因为他不想施恩, 却逼迫困苦穷乏的和伤心的人, 要把他们治死。
ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।
17 他爱咒骂,咒骂就临到他; 他不喜爱福乐,福乐就与他远离!
ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।
18 他拿咒骂当衣服穿上; 这咒骂就如水进他里面, 像油入他的骨头。
ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।
19 愿这咒骂当他遮身的衣服, 当他常束的腰带!
ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।
20 这就是我对头和用恶言议论我的人 从耶和华那里所受的报应。
ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।
21 主—耶和华啊,求你为你的名恩待我; 因你的慈爱美好,求你搭救我!
ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
22 因为我困苦穷乏, 内心受伤。
କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି।
23 我如日影渐渐偏斜而去; 我如蝗虫被抖出来。
ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।
24 我因禁食,膝骨软弱; 我身上的肉也渐渐瘦了。
ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ।
25 我受他们的羞辱, 他们看见我便摇头。
ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।
26 耶和华—我的 神啊,求你帮助我, 照你的慈爱拯救我,
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।
27 使他们知道这是你的手, 是你—耶和华所行的事。
ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ।
28 任凭他们咒骂,惟愿你赐福; 他们几时起来就必蒙羞, 你的仆人却要欢喜。
ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।
29 愿我的对头披戴羞辱! 愿他们以自己的羞愧为外袍遮身!
ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।
30 我要用口极力称谢耶和华; 我要在众人中间赞美他;
ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।
31 因为他必站在穷乏人的右边, 要救他脱离审判他灵魂的人。
କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।

< 诗篇 109 >