< 何西阿書 13 >

1 從前以法蓮說話,人都戰兢, 他在以色列中居處高位; 但他在事奉巴力的事上犯罪就死了。
ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।
2 現今他們罪上加罪, 用銀子為自己鑄造偶像, 就是照自己的聰明製造, 都是匠人的工作。 有人論說, 獻祭的人可以向牛犢親嘴。
ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
3 因此,他們必如早晨的雲霧, 又如速散的甘露, 像場上的糠詷被狂風吹去, 又像煙氣騰於窗外。
ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
4 自從你出埃及地以來, 我就是耶和華-你的上帝。 在我以外,你不可認識別神; 除我以外並沒有救主。
ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
5 我曾在曠野乾旱之地認識你。
ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।
6 這些民照我所賜的食物得了飽足; 既得飽足,心就高傲, 忘記了我。
ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।
7 因此,我向他們如獅子, 又如豹伏在道旁。
ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
8 我遇見他們必像丟崽子的母熊, 撕裂他們的胸膛。 在那裏,我必像母獅吞吃他們; 野獸必撕裂他們。
ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
9 以色列啊,你與我反對, 就是反對幫助你的,自取敗壞。
ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।
10 你曾求我說: 給我立王和首領。 現在你的王在哪裏呢? 治理你的在哪裏呢? 讓他在你所有的城中拯救你吧!
ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? “ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
11 我在怒氣中將王賜你, 又在烈怒中將王廢去。
ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
12 以法蓮的罪孽包裹; 他的罪惡收藏。
ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।
13 產婦的疼痛必臨到他身上; 他是無智慧之子, 到了產期不當遲延。
ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।
14 我必救贖他們脫離陰間, 救贖他們脫離死亡。 死亡啊,你的災害在哪裏呢? 陰間哪,你的毀滅在哪裏呢? 在我眼前絕無後悔之事。 (Sheol h7585)
ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। (Sheol h7585)
15 他在弟兄中雖然茂盛, 必有東風颳來, 就是耶和華的風從曠野上來。 他的泉源必乾; 他的源頭必竭; 仇敵必擄掠他所積蓄的一切寶器。
ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।
16 撒馬利亞必擔當自己的罪, 因為悖逆她的上帝。 她必倒在刀下; 嬰孩必被摔死; 孕婦必被剖開。
ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।

< 何西阿書 13 >