< Amos 3 >

1 Počujte, sinovi Izraelovi, ovu riječ koju Jahve zbori protiv vas, protiv svakoga roda što ga izvedoh iz zemlje egipatske:
ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
2 “Među svim plemenima zemaljskim samo vas poznah, zato ću vas kazniti za sve grijehe vaše.”
“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।
3 Idu li dvojica zajedno da se ne dogovore?
ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?
4 Riče li lav u šumi ako plijena nema? Reži li lavić u brlogu ako ništa ne ulovi?
ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?
5 Pada l' ptica na zemlju ako na njoj zamke nema? Diže li se mreža sa zemlje ako se ništa ne uhvati?
ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?
6 Trubi li truba po gradu da se narod ne uzbuni? Hoće li kob pogoditi grad ako je Jahve ne pošalje?
ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?
7 Ništa ne čini Jahve Gospod a da osnove svoje ne otkrije slugama svojim prorocima.
ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
8 Lav riče: tko da se ne prestravi? Gospod Jahve govori: tko da ne prorokuje?
ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”
9 Proglasite ovo po dvorcima asirskim i po dvorcima u zemlji egipatskoj; recite: “Skupite se na planini Samarije, pogledajte velik nered u njoj i tlačenje posred nje.”
ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”
10 Jer ne znaju činiti pravo - riječ je Jahvina - u dvorcima gomilaju nasilje i tlačenje.
କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
11 Stog ovako govori Jahve Gospod: “Neprijatelj će opkoliti zemlju, utvrde će tvoje razvaliti, tvoje dvorce oplijeniti.”
ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”
12 Ovako govori Jahve: “Kao kad pastir istrgne dvije golijeni ili komadić uha iz lavljih ralja, tako će se istrgnuti sinovi Izraelovi koji sjede u Samariji na rubu počivaljke i na divanima.”
ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
13 Čujte i posvjedočite protiv doma Jakovljeva - riječ je Jahve Gospoda, Boga nad Vojskama:
“ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।
14 “Onoga dana kad kaznim Izraela za zločine, kaznit ću i žrtvenike betelske; žrtvenički će se rozi odlomiti i na tlo popadati.
କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍‍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।
15 Razorit ću zimsku kuću i ljetnu kuću, propast će kuće bjelokosne. Mnogih će kuća nestati” - riječ je Jahvina.
ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।

< Amos 3 >