< Daniel 5 >

1 Kralj Baltazar priredi veliku gozbu tisući svojih velikaša; s njima je pio vino.
ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
2 Opijen vinom, Baltazar naredi da se donese zlatno i srebrno suđe koje njegov otac Nabukodonozor bijaše oteo iz jeruzalemskog Svetišta, pa da iz njega pije kralj, njegovi velikaši, njegove žene i suložnice.
ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।
3 Donesoše dakle zlatno i srebrno suđe oteto iz Božjega doma u Jeruzalemu i stadoše piti iz njega kralj i njegovi velikaši, njegove žene i suložnice.
ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।
4 Pili su vino i slavili svoje bogove od zlata i srebra, mjedi i željeza, drva i kamena.
ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
5 Iznenada se pojaviše prsti čovječje ruke koji stadoše pisati, nasuprot velikom svijećnjaku, po okrečenu zidu kraljevskog dvora, i kralj vidje dlan ruke koja pisaše.
ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
6 Kralj problijedje, misli ga uznemiriše, zglobovi njegovih kukova popustiše i koljena mu stadoše udarati jedno o drugo.
ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
7 Glasno dozva čarobnike, zvjezdare i gataoce. I reče kralj mudracima babilonskim: “Tko pročita ovo pismo i otkrije mi njegov smisao, bit će obučen u grimiz, oko vrata nosit će zlatan lanac i bit će treći u kraljevstvu.”
ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
8 Pristupe svi mudraci kraljevi, ali ne mogoše pročitati pismo niti mu otkriti značenje.
ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।
9 Kralj se Baltazar zbog toga silno uplaši, problijedje, a njegovi velikaši ostadoše zbunjeni.
ତେଣୁ ରାଜା ବେଲ୍‍ଶତ୍ସର ଅତିଶୟ ଉଦ୍‍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।
10 Kraljica, čuvši riječi kralja i velikaša, uđe u gozbenu dvoranu i reče: “Kralju, živ bio dovijeka! Neka se tvoje misli ne uznemiruju i tvoje lice neka ne blijedi!
ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।
11 Ima u tvome kraljevstvu čovjek u kome prebiva duh Boga Svetoga. Još za vremena tvoga oca nađe se u njemu svjetlo, razum i mudrost slična mudrosti bogova. I zato ga kralj Nabukodonozor, otac tvoj, imenova starješinom čarobnika, gatalaca, zvjezdara i mudraca.
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍‍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
12 Budući da se u tom Danielu - koga kralj bijaše nazvao Baltazarom - našao duh izvanredan, znanje, bistrina, vještina da tumači sanje, da rješava zagonetke i da razrješuje teškoće, pozovi stoga Daniela i on će ti kazati značenje.”
କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”
13 Dovedoše Daniela pred kralja, a kralj ga upita: “Jesi li ti Daniel, jedan od izgnanika judejskih koje dovede iz Judeje kralj moj otac?
ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?
14 Čujem da duh Božji prebiva na tebi i da je u tebi svjetlo, razum i mudrost izvanredna.
ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।
15 Dovedoše mi mudrace i čarobnike da pročitaju ovo pismo i da mi reknu njegovo značenje, ali oni nisu kadri otkriti mi njegov smisao.
ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
16 A čujem da si ti kadar dati tumačenja i da razrješuješ teškoće. Ako si dakle kadar pročitati ovo pismo i reći mi njegovo značenje, bit ćeš odjeven u grimiz i nosit ćeš zlatan lanac oko vrata i bit ćeš treći u kraljevstvu.”
ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
17 Daniel prihvati riječ i odgovori kralju: “Tvoji darovi neka ti ostanu, i svoje poklone daj drugima! A ja ću pročitati ovo pismo kralju i kazat ću mu njegovo značenje.
ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
18 O kralju, Bog je Svevišnji dao kraljevstvo, veličinu, veličanstvo i slavu Nabukodonozoru, ocu tvome.
ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
19 Zbog veličine koju mu bijaše dao drhtahu od straha pred njim narodi, plemena i jezici: on ubijaše po svojoj volji, ostavljaše na životu koga je htio, uzdizaše koga je htio, ponizivaše koga je htio.
ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
20 No kad mu se srce uzdiglo i duh uzobijestio do drskosti, tada bi oboren sa svoga kraljevskog prijestolja i slava mu bijaše oduzeta.
ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
21 Bi izagnan iz ljudskog društva i srce mu posta slično životinjskom: prebivaše s divljim magarcima; poput goveda jeđaše travu; nebeska je rosa prala njegovo tijelo, dok ne spozna da Svevišnji Bog ima vlast nad kraljevstvom ljudskim i stavlja mu na čelo onoga koga on hoće.
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
22 No ti, Baltazare, sine njegov, nisi ponizio srce svoje, iako si znao sve ovo:
ଆଉ ହେ ବେଲ୍‍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
23 ti si se podigao protiv Gospoda Nebeskoga, dao si da ti donesu suđe iz njegova Doma i pili ste vino iz njega ti, tvoji velikaši, tvoje žene i tvoje suložnice, hvaleći bogove od zlata i srebra, od mjedi i željeza, od drva i kamena, koji ne vide, ne čuju niti razumiju, a nisi dao slavu Bogu koji u svojoj ruci drži dah tvoj i sve tvoje putove.
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
24 I zato on posla ovu ruku koja napisa ovo pismo.”
ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।
25 “A evo što je napisano: Mene, Mene, Tekel, Parsin.
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
26 A te riječi znače: Mene: izmjerio je Bog tvoje kraljevstvo i učinio mu kraj;
ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
27 Tekel: bio si vagnut na tezulji i nađen si prelagan;
ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
28 Parsin: razdijeljeno je tvoje kraljevstvo i predano Medijcima i Perzijancima.”
ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”
29 Tada Baltazar naredi da Daniela obuku u grimiz, da mu oko vrata objese zlatan lanac i da ga proglase trećim u kraljevstvu.
ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।
30 Iste te noći kaldejski kralj Baltazar bi ubijen.
ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।
31 A Darije Medijac preuze kraljevstvo, star već šezdeset i dvije godine.
ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।

< Daniel 5 >