< Otkrivenje 15 >

1 I vidjeh drugo znamenje na nebu, veliko i čudesno: sedam anđela sa sedam zala posljednjih - s njima se navršuje gnjev Božji.
ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ।
2 I vidjeh kao neko more od prozirca pomiješano s ognjem. Oni koji pobijediše Zvijer i kip njezin i broj imena njezina stoje u moru od prozirca s citrama Božjim u ruci.
ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।
3 Pjevaju pjesmu Mojsija, sluge Božjega, i pjesmu Jaganjčevu: “Velika su i čudesna djela tvoja, Gospodine, Bože, Svevladaru! Pravedni su i istiniti putovi tvoji, Kralju naroda!
ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
4 Tko da te se ne boji, Gospodine, tko da ne slavi ime tvoje! Ti si jedini svet! I zato svi će narodi doći i klanjati se pred tobom jer se očitovahu pravedna djela tvoja!”
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”
5 Nakon toga vidjeh: otvori se hram Šatora svjedočanstva na nebu!
ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା,
6 Iziđe sedam anđela sa sedam zala iz hrama; odjeveni bijahu u blistav bijeli lan, oko prsiju opasani zlatnim pojasom.
ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।
7 Jedno od četiri bića dade sedmorici anđela sedam zlatnih čaša, punih gnjeva Boga koji živi u vijeke vjekova. (aiōn g165)
ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ। (aiōn g165)
8 I hram se napuni dimom od Slave Božje i od njegove snage te nitko ne mogaše ući u hram dok se ne navrši sedam zala sedmorice anđela.
ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।

< Otkrivenje 15 >