< Marek 16 >

1 A když pominula sobota, Maria Magdaléna a Maria Jakubova a Salome nakoupily vonných věcí, aby přijdouce, pomazaly Ježíše.
ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।
2 Protož velmi ráno v první den po sobotě přišly k hrobu, an již slunce vzešlo.
ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।
3 I pravily vespolek: Kdo nám odvalí kámen ode dveří hrobových?
ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।
4 (A vzhlédše, uzřely odvalený kámen.) Byl zajisté veliký velmi.
ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।
5 A všedše do hrobu, uzřely mládence, an sedí na pravici, oděného rouchem bílým. I ulekly se.
ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
6 On pak řekl jim: Nebojte se. Ježíše hledáte Nazaretského, toho ukřižovaného. Vstalť jest, neníť ho tuto; aj, místo, kdež jej byli položili.
ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।
7 Ale jděte, povězte učedlníkům jeho i Petrovi, žeť vás předejde do Galilee. Tam jej uzříte, jakž pověděl vám.
କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।
8 A vyšedše rychle, utekly od hrobu; nebo přišel na ně strach a hrůza. A aniž komu co řekly, nebo se bály.
ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
9 (note: The most reliable and earliest manuscripts do not include Mark 16:9-20.) Vstav pak Ježíš z mrtvých ráno v neděli, ukázal se nejprv Marii Magdaléně, z níž byl vyvrhl sedm ďáblů.
(note: The most reliable and earliest manuscripts do not include Mark 16:9-20.) [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।
10 Ona pak šedši, zvěstovala těm, kteříž s ním bývali, lkajícím a plačícím.
ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
11 A oni slyšavše, že by živ byl, a vidín od ní, nevěřili.
ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।
12 Potom pak dvěma z nich jdoucím ukázal se v jiné způsobě, když šli přes pole.
ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
13 A ti šedše, pověděli jiným. Ani těm nevěřili.
ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।
14 Potom sedícím spolu jedenácti ukázal se, a trestal nedověru jejich a tvrdost srdce, že těm, kteříž jej viděli vzkříšeného, nevěřili.
ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।
15 A řekl jim: Jdouce po všem světě, kažte evangelium všemu stvoření.
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
16 Kdož uvěří a pokřtí se, spasen bude; kdož pak neuvěří, budeť zatracen.
ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
17 Znamení pak ti, kteříž uvěří, tato míti budou: Ve jménu mém ďábly budou vymítati, jazyky novými mluviti,
ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
18 Hady bráti, a jestliže by co jedovatého pili, nikoliť jim neuškodí; na nemocné ruce vzkládati budou, a dobře se míti budou.
ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”
19 Když pak jim odmluvil Pán, zhůru vzat jest do nebe, a sedí na pravici Boží.
ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
20 A oni vyšedše, kázali všudy, a Pán jim pomáhal, a slov jejich potvrzoval činěním divů.
କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]

< Marek 16 >