< 1 Samuel 25 >

1 Da Samuel var død, samledes hele Israel og holdt Klage over ham; og man jordede ham i hans Hjem i Rama. Derpå brød David op og drog ned til Maons Ørken.
ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।
2 I Maon boede en Mand, som havde sin Bedrift i Karmel; denne Mand var hovedrig, han havde 3000 får og 1000 Geder; og han var netop i Karmel til Fåreklipning.
ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।
3 Manden hed Nabal, hans Hustru Abigajil; hun var en klog og smuk Kvinde, medens Manden var hård og ond. Han var Kalebit.
ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।
4 Da David ude i Ørkenen hørte, at Nabal havde Fåreklipning,
ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।
5 sendte han ti af sine Folk af Sted og sagde til dem: "Gå op til Karmel, og når l kommer til Nabal, så hils ham fra mig
ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।
6 og sig til min Broder: Fred være med dig, Fred være med dit Hus, og Fred være med alt, hvad dit er!
ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।
7 Jeg har hørt, at du har Fåreklipning. Nu har dine Hyrder opholdt sig hos os; vi har ikke fornærmet dem, og de har intet mistet, i al den Tid de har været i Karmel;
ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।
8 spørg kun dine Folk, så skal de fortælle dig det. Fat Godhed for Folkene! Vi kommer jo til en Festdag; giv dine Trælle og din Søn David, hvad du vil unde os!"
ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”
9 Davids Folk kom hen og sagde alt dette til Nabal fra David og biede så på Svar.
ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।
10 Men Nabal svarede Davids Folk: "Hvem er David, hvem er Isajs Søn? Nu til Dags er der så mange Trælle, der løber fra deres Herre.
ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।
11 Skulde jeg tage mit Brød, min Vin og mit Slagtekvæg, som jeg har slagtet til mine Fåreklippere, og give det til Mænd, jeg ikke ved, hvor er fra?"
ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”
12 Så begav Davids Folk sig på Hjemvejen, og da de kom tilbage, fortalte de ham det hele:
ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେହି ସବୁ କଥା ତାଙ୍କୁ ଜଣାଇଲେ।
13 Da sagde David til sine Folk:"Spænd alle eders Sværd ved Lænd!" Da spændte de alle deres Sværd om, også David. Og henved 400 Mand fulgte David, medens 200 blev ved Trosset.
ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ।” ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ।
14 Men en af Folkene fortalte Nabals Hustru Abigajil det og sagde: "David sendte Bud fra Ørkenen for at hilse på vor Herre; men han overfusede dem,
ଏଥିମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।
15 skønt de Mænd har været meget gode mod os og ikke fornærmet os, og vi har intet mistet, i al den Tid vi færdedes sammen med dem, da vi var ude i Marken.
ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।
16 De var en Mur om os både Nat og Dag, i al den Tid vi vogtede Småkvæget i Nærheden af dem.
ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।
17 Se nu til, hvad du vil gøre, thi Ulykken hænger over Hovedet på vor Herre og hele hans Hus; han selv er jo en Usling, man ikke kan tale med!"
ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”
18 Så gik Abigajil straks hen og tog 200 Brød, to Dunke Vin, fem tillavede Får, fem Sea ristet Korn, 100 Rosinkager og 200 Figenkager, lagde det på Æslerne
ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
19 og sagde til sine Karle: "Gå i Forvejen, jeg kommer bagefter!" Men sin Mand Nabal sagde hun intet derom.
ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।
20 Som hun nu på sit Æsel red ned ad Vejen i Skjul af Bjerget, kom David og hans Mænd ned imod hende, så hun mødte dem.
ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।
21 Men David havde sagt: "Det er slet ingen Nytte til, at jeg i Ørkenen har værnet om alt, hvad den Mand ejede, så intet deraf gik tabt; han har gengældt mig godt med ondt.
ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।
22 Gud ramme David både med det ene og det andet, om jeg levner noget mandligt Væsen af alt, hvad hans er, til Morgenens Frembrud!"
ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
23 Da Abigajil fik Øje på David, sprang hun straks af Æselet og kastede sig ned for David på sit Ansigt, bøjede sig til Jorden,
ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।
24 faldt ned for hans Fødder og sagde: "Skylden er min, Herre! Lad din Trælkvinde tale til dig og hør din Trælkvindes Ord!
ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।
25 Min Herre må ikke regne med den Usling fil Nabal! Han svarer til sit Navn; Nabal hedder han, og fuld af Dårskab er han; men jeg, din Trælkvinde, så ikke min Herres Folk, som du sendte hid.
ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।
26 Men nu, min Herre, så sandt HERREN lever, og så sandt du lever, du, hvem HERREN har holdt fra at pådrage dig Blodskyld og tage dig selv til Rette: Måtte det gå dine Fjender og dem, som pønser på ondt mod min Herre, som Nabal!
ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।
27 Lad nu Folkene, som følger min Herre, få denne Gave, som din Trælkvinde bringer min Herre.
ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟି ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।
28 Tilgiv dog din Trælkvinde hendes Brøde; thi HERREN vil visselig bygge min Herre et Hus, som skal stå, eftersom min Herre fører HERRENs Krige, og der ikke har været noget ondt at finde hos dig, så længe du har levet.
ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।
29 Og skulde nogen rejse sig for at forfølge dig og stå dig efter Livet, måtte da min Herres Liv være bundet i de levendes Knippe hos HERREN din Gud; men dine Fjenders Liv slynge han bort med Slyngeskålen!
ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।
30 Når HERREN så for min Herre opfylder alt det gode, han lovede dig, og sætter dig til Fyrste over Israel,
ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
31 da får du ikke dette at bebrejde dig selv, og min Herre får ikke Samvittighedsnag af, at han uden Grund udgød Blod, og at min Herre tog sig selv til Rette. Og når HERREN gør vel imod min Herre, kom da din Trælkvinde i Hu!"
ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକୁ ସ୍ମରଣ କରିବେ।”
32 Da sagde David til Abigajil: "Priset være HERREN, Israels Gud, som i Dag sendte mig dig i Møde,
ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;
33 priset være din Klogskab, og priset være du selv, som i bag holdt mig fra at pådrage mig Blodskyld og tage mig selv til Rette!
ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।
34 Men så sandt HERREN, Israels Gud, lever, som holdt mig fra at gøre dig Men: Hvis du ikke var ilet mig i Møde, var ikke et mandligt Væsen levnet Nabal til i Morgen!"
କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”
35 Og David modtog af hende, hvad hun havde bragt ham, og sagde til hende: "Gå op til dit Hus i Fred! Jeg har lånt dig Øre og opfyldt dit Ønske."
ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, “କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।”
36 Da Abigajil kom hjem til Nabal, holdt han netop i sit Hus et Gæstebud som en Konges; og da han var glad og stærkt beruset, sagde hun ham ikke det mindste, før det dagedes.
ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
37 Men om Morgenen, da Nabals Rus var ovre, fortalte hans Hustru ham Sagen. Da lammedes Hjertet i hans Bryst, og han blev som Sten;
ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।
38 og en halv Snes Dage efter slog HERREN Nabal, så han døde.
ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।
39 Da David fik at vide, at Nabal var død, sagde han: "Lovet være HERREN, som har hævnet den Krænkelse, Nabal tilføjede mig, og holdt sin Tjener fra at gøre ondt; HERREN har ladet Nabals Ondskab falde tilbage på hans eget Hoved!" Derpå sendte David Bud og bejlede til Abigajil.
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
40 Og da Davids Trælle kom til Abigajil i Karmel, talte de således til hende: "David har sendt os til dig for at bejle til dig!"
ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”
41 Da rejste hun sig, bøjede sig med Ansigtet mod Jorden og sagde: "Din Tjenerinde er rede til at blive min Herres Trælkvinde og tvætte hans Trælles Fødder!"
ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”
42 Så stod Abigajil hastigt op og satte sig på sit Æsel, og hendes fem Piger ledsagede hende; og hun fulgte med Davids Sendebud og blev hans Hustru.
ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍‍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।
43 Desuden havde David ægtet Ahinoam fra Jizre'el. Således blev de begge to hans Hustruer.
ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।
44 Men Saul gav sin Datter Mikal, Davids Hustru, til Palti, Lajisj's Søn, fra Gallim.
ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।

< 1 Samuel 25 >